Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 26:19 - ଓଡିଆ ବାଇବେଲ

19 ପୁଣି ଆମ୍ଭେ ତୁମ୍ଭମାନଙ୍କ ବଳର ଗର୍ବ ଖର୍ବ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ଆକାଶ ଲୌହ ତୁଲ୍ୟ ଓ ଭୂମି ପିତ୍ତଳ ତୁଲ୍ୟ କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ପୁଣି ଆମ୍ଭେ ତୁମ୍ଭମାନଙ୍କ ବଳର ଗର୍ବ ଖର୍ବ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ଆକାଶ ଲୌହ ତୁଲ୍ୟ ଓ ଭୂମି ପିତ୍ତଳ ତୁଲ୍ୟ କରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି ଆମ୍ଭେ ତୁମ୍ଭମାନଙ୍କ ବଳର ଗର୍ବ ଖର୍ବ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ଆକାଶ ଲୌହ ତୁଲ୍ୟ ଓ ଭୂମି ପିତ୍ତଳ ତୁଲ୍ୟ କରିବା।

Gade chapit la Kopi

ପବିତ୍ର ବାଇବଲ

19 ପୁଣି ଆମ୍ଭେ ତୁମ୍ଭର ବଳର ଗର୍ବକୁ ଖର୍ବ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ଆକାଶକୁ ଲୌହତୁଲ୍ୟ ଓ ଭୂମିକୁ ପିତ୍ତଳତୁଲ୍ୟ କରିବା।

Gade chapit la Kopi




ଲେବୀୟ ପୁସ୍ତକ 26:19
20 Referans Kwoze  

ପୁଣି ତୁମ୍ଭ ମସ୍ତକ-ଉପରିସ୍ଥ ଆକାଶ ପିତ୍ତଳ ହେବ ଓ ତୁମ୍ଭ ନୀଚସ୍ଥିତ ପୃଥିବୀ ଲୁହା ହେବ।


ଏଥିଉତ୍ତାରେ ଗିଲୀୟଦର ପ୍ରବାସୀ ତିଶ୍‍ବୀୟ ଏଲୀୟ ଆହାବଙ୍କୁ କହିଲେ, “ମୁଁ ଯାହାଙ୍କ ସାକ୍ଷାତରେ ଛିଡ଼ା ହେଉଅଛି, ସେହି ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କେତେକ ବର୍ଷ କାକର କି ବୃଷ୍ଟି ପଡ଼ିବ ନାହିଁ, କେବଳ ମୋ’ ବାକ୍ୟାନୁସାରେ ହେବ।”


କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏଲୀୟଙ୍କ ସମୟରେ ଯେତେବେଳେ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଆକାଶ ବନ୍ଦ ହେବାରୁ ସମସ୍ତ ଦେଶରେ ମହାଦୁର୍ଭିକ୍ଷ ପଡ଼ିଥିଲା, ସେତେବେଳେ ଇସ୍ରାଏଲ ମଧ୍ୟରେ ଅନେକ ବିଧବା ଥିଲେ;


ତୁମ୍ଭେ ଆପଣାର ଯେଉଁ ସବୁ କ୍ରିୟାରେ ଆମ୍ଭର ଆଜ୍ଞା-ଲଙ୍ଘନ କରିଅଛ, ତହିଁ ସକାଶୁ ସେହି ଦିନ ତୁମ୍ଭେ ଲଜ୍ଜିତ ନୋହିବ; କାରଣ ସେସମୟରେ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଦର୍ପଯୁକ୍ତ ଉଲ୍ଲାସକାରୀମାନଙ୍କୁ ଦୂର କରିବା ଓ ତୁମ୍ଭେ ଆମ୍ଭ ପବିତ୍ର ପର୍ବତରେ ଆଉ ଅହଙ୍କାରୀ ନୋହିବ।


ଏଣୁ ମୁଁ ନବୂଖଦ୍‍ନିତ୍ସର ସେହି ସ୍ୱର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି; କାରଣ ତାହାଙ୍କର ସକଳ କ୍ରିୟା ସତ୍ୟ ଓ ତାହାଙ୍କର ପଥସକଳ ନ୍ୟାଯ୍ୟ; ପୁଣି, ଯେଉଁମାନେ ଗର୍ବାଚରଣ କରନ୍ତି, ସେମାନଙ୍କୁ ନତ କରିବାକୁ ତାହାଙ୍କର କ୍ଷମତା ଅଛି।


ସଦାପ୍ରଭୁ ଏହି କଥା କହନ୍ତି, “ମିସରର ସହାୟକାରୀମାନେ ପତିତ ହେବେ ଓ ତାହାର ପରାକ୍ରମର ଗର୍ବ ଖର୍ବ ହେବ; ମିଗ୍‍ଦୋଲଠାରୁ ସିବେନୀ ଦୁର୍ଗ ପର୍ଯ୍ୟନ୍ତ ଲୋକ ସମସ୍ତେ ତହିଁ ମଧ୍ୟରେ ଖଡ୍ଗ ଦ୍ୱାରା ପତିତ ହେବେ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


ଯଥା, ସଦାପ୍ରଭୁ କହନ୍ତି, “ଆମ୍ଭେ ଏହି ପ୍ରକାରେ ଯିହୁଦାର ଦର୍ପ ଓ ଯିରୂଶାଲମର ମହାଦର୍ପ ଚୂର୍ଣ୍ଣ କରିବା।


ଆଉ, ପହଁରିବା ଲୋକ ଯେପରି ପହଁରିବା ପାଇଁ ହସ୍ତ ବିସ୍ତାର କରେ, ସେହିପରି ସେ ତହିଁ ମଧ୍ୟରେ ଆପଣା ହସ୍ତ ବିସ୍ତାର କରିବ; ମାତ୍ର ତାହାର ହସ୍ତ-କୌଶଳ ସମେତ ସେ ତାହାର ଗର୍ବ ଖର୍ବ କରିବେ।


ପୁଣି, ପରମେଶ୍ୱରଙ୍କ ସିନ୍ଦୁକ ଧରାପଡ଼ିଲା; ଆଉ ଏଲିଙ୍କର ଦୁଇ ପୁତ୍ର ହଫ୍‍ନି ଓ ପୀନହସ୍‍ ହତ ହେଲେ।


ଏଥିପାଇଁ ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଦୁଷ୍ଟତମ ଲୋକଙ୍କୁ ଆଣିବା, ତହିଁରେ ସେମାନେ ଏମାନଙ୍କର ଗୃହସବୁ ଅଧିକାର କରିବେ; ମଧ୍ୟ ଆମ୍ଭେ ବଳବାନମାନଙ୍କର ଦର୍ପ ଚୂର୍ଣ୍ଣ କରିବା; ତହିଁରେ ସେମାନଙ୍କର ପବିତ୍ର ସ୍ଥାନସବୁ ଅପବିତ୍ର ହେବ।


ପୁଣି, ସେ ଉର୍ଦ୍ଧ୍ୱସ୍ଥାନ ନିବାସୀମାନଙ୍କୁ, ଉନ୍ନତ ନଗରକୁ ଅବନତ କରିଅଛନ୍ତି; ସେ ତାହା ଅବନତ କରି ଭୂମିସାତ୍‍ କରନ୍ତି; ସେ ତାହାକୁ ଧୂଳିରେ ମିଶାଇ ଦିଅନ୍ତି।


କାରଣ ଅହଙ୍କାରୀ, ଗର୍ବିତ ଓ ଉଚ୍ଚୀକୃତ ସମସ୍ତଙ୍କ ପ୍ରତିକୂଳରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଦିନ ଉପସ୍ଥିତ ହେବ, ତହିଁରେ ତାହା ନତ ହେବ;


ତହୁଁ ଲୋକମାନେ ଛାଉଣିକୁ ଆସନ୍ତେ, ଇସ୍ରାଏଲର ପ୍ରାଚୀନବର୍ଗ କହିଲେ, ସଦାପ୍ରଭୁ ଆଜି ପଲେଷ୍ଟୀୟମାନଙ୍କ ସମ୍ମୁଖରେ ଆମ୍ଭମାନଙ୍କୁ କାହିଁକି ପରାସ୍ତ କଲେ ? ଆସ, ଯେପରି ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ଆମ୍ଭମାନଙ୍କ ମଧ୍ୟକୁ ଆସି ତାହା ଆମ୍ଭମାନଙ୍କ ଶତ୍ରୁଗଣ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କରିବ, ଏଥିପାଇଁ ଆମ୍ଭେମାନେ ଶୀଲୋରୁ ତାହା ଆପଣାମାନଙ୍କ ନିକଟକୁ ଆଣୁ।


ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଯେବେ ଆକାଶ ରୁଦ୍ଧ ହୋଇବୃଷ୍ଟି ନ ହୁଏ, ତେବେ, ତୁମ୍ଭେ ସେମାନଙ୍କୁ କ୍ଳେଶ ଦେବା ବେଳେ ଯେବେ ସେମାନେ ଏହି ସ୍ଥାନ ଅଭିମୁଖରେ ପ୍ରାର୍ଥନା କରନ୍ତି ଓ ତୁମ୍ଭ ନାମ ସ୍ୱୀକାର କରି ଆପଣା ଆପଣା ପାପରୁ ଫେରନ୍ତି,


ଇଫ୍ରୟିମର ମତ୍ତ ଲୋକମାନଙ୍କର ଓ ଦ୍ରାକ୍ଷାରସରେ ପରାସ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ, ଫଳଶାଳୀ ଉପତ୍ୟକାର ମସ୍ତକରେ ଥିବା ତାହାର ସୁନ୍ଦର ଭୂଷଣ ସ୍ୱରୂପ ମ୍ଳାନପ୍ରାୟ ପୁଷ୍ପ, ସନ୍ତାପର ପାତ୍ର !


ଏହେତୁ ବୃଷ୍ଟି ନିବାରିତ ହୋଇଅଛି ଓ ଶେଷ ବର୍ଷା ହୋଇ ନାହିଁ; ତଥାପି ତୁମ୍ଭେ ବେଶ୍ୟାର କପାଳ ଧାରଣ କରିଅଛ, ତୁମ୍ଭେ ଲଜ୍ଜିତା ହେବାକୁ ଅସମ୍ମତା ହୋଇଅଛ।”


ତୁମ୍ଭେ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭମାନଙ୍କର ବଳର ଦର୍ପସ୍ୱରୂପ, ତୁମ୍ଭମାନଙ୍କ ନୟନର ପ୍ରୀତିପାତ୍ର ଓ ତୁମ୍ଭମାନଙ୍କ ପ୍ରାଣର ସ୍ନେହପାତ୍ର, ଏପରି ଯେ ଆମ୍ଭର ଧର୍ମଧାମ, ଆମ୍ଭେ ତାହା ଅପବିତ୍ର କରିବା, ପୁଣି, ତୁମ୍ଭମାନଙ୍କର ଯେଉଁ ପୁତ୍ର କନ୍ୟାଗଣକୁ ତୁମ୍ଭେମାନେ ପଛରେ ଛାଡ଼ି ଯାଇଅଛ, ସେମାନେ ଖଡ୍ଗରେ ପତିତ ହେବେ।


ତାହା କଲେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ, ପୁଣି ସେ ଆକାଶ ରୁଦ୍ଧ କଲେ ବୃଷ୍ଟି ହେବ ନାହିଁ ଓ ଭୂମି ନିଜ ଫଳ ପ୍ରଦାନ କରିବ ନାହିଁ, ଆଉ ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଉଅଛନ୍ତି, ତହିଁରୁ ତୁମ୍ଭେମାନେ ଶୀଘ୍ର ଉଚ୍ଛିନ୍ନ ହେବ।


ପୁଣି, ଆମ୍ଭେ ଦେଶକୁ ଧ୍ୱଂସିତ ଓ ବିସ୍ମୟର ସ୍ଥାନ କରିବା, ତହିଁରେ ତାହାର ପରାକ୍ରମର ଗର୍ବ ଲୁପ୍ତ ହେବ; ପୁଣି, ଇସ୍ରାଏଲର ପର୍ବତଗଣ ଧ୍ୱଂସିତ ହେବ, ତହିଁରେ କେହି ତହିଁ ମଧ୍ୟ ଦେଇ ଗମନ କରିବେ ନାହିଁ।”


Swiv nou:

Piblisite


Piblisite