Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 26:34 - ଓଡିଆ ବାଇବେଲ

34 ତେବେ ଯେପର୍ଯ୍ୟନ୍ତ ଦେଶ ଶୂନ୍ୟସ୍ଥାନ ହୋଇଥିବ ଓ ତୁମ୍ଭେମାନେ ଆପଣା ଶତ୍ରୁଗଣର ଦେଶରେ ରହିବ, ସେପର୍ଯ୍ୟନ୍ତ ଭୂମି ଆପଣା ବିଶ୍ରାମ ଗ୍ରହଣ କରିବ; ଅର୍ଥାତ୍‍, ସେହି ସମୟରେ ଭୂମି ବିଶ୍ରାମ କରି ଆପଣା ବିଶ୍ରାମ ଗ୍ରହଣ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ତେବେ ଯେପର୍ଯ୍ୟନ୍ତ ଦେଶ ଶୂନ୍ୟସ୍ଥାନ ହୋଇଥିବ ଓ ତୁମ୍ଭେମାନେ ଆପଣା ଶତ୍ରୁଗଣର ଦେଶରେ ରହିବ, ସେପର୍ଯ୍ୟନ୍ତ ଭୂମି ଆପଣା ବିଶ୍ରାମ ଗ୍ରହଣ କରିବ; ଅର୍ଥାତ୍, ସେସମୟରେ ଭୂମି ବିଶ୍ରାମ କରି ଆପଣା ବିଶ୍ରାମ ଗ୍ରହଣ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ତେବେ ଯେପର୍ଯ୍ୟନ୍ତ ଦେଶ ଶୂନ୍ୟସ୍ଥାନ ହୋଇଥିବ ଓ ତୁମ୍ଭେମାନେ ଆପଣା ଶତ୍ରୁଗଣର ଦେଶରେ ରହିବ, ସେପର୍ଯ୍ୟନ୍ତ ଭୂମି ଆପଣା ବିଶ୍ରାମ ଗ୍ରହଣ କରିବ; ଅର୍ଥାତ୍‍, ସେହି ସମୟରେ ଭୂମି ବିଶ୍ରାମ କରି ଆପଣା ବିଶ୍ରାମ ଗ୍ରହଣ କରିବ।

Gade chapit la Kopi

ପବିତ୍ର ବାଇବଲ

34 “ତା'ପରେ ଦେଶ ଶୂନ୍ୟ ହୋଇଯିବ ଓ ତୁମ୍ଭେମାନେ ଆପଣା ଶତ୍ରୁଗଣ ଦେଶରେ ରହିବ, ତା'ପରେ ଭୂମି ଆପଣା ବିଶ୍ରାମ ଗ୍ରହଣ କରିବ, ଅର୍ଥାତ୍ ଭୂମି ଆପଣା ବିଶ୍ରାମ ଉପଭୋଗ କରିବ।

Gade chapit la Kopi




ଲେବୀୟ ପୁସ୍ତକ 26:34
7 Referans Kwoze  

ଦେଶ ଆପଣାର ନାନା ବିଶ୍ରାମ ଭୋଗ କରିବା ପର୍ଯ୍ୟନ୍ତ ଯିରିମୀୟର ମୁଖ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳ ହେବା ନିମନ୍ତେ ଏହା ଘଟିଲା; କାରଣ ସତୁରି ବର୍ଷ ପୂର୍ଣ୍ଣକରଣାର୍ଥେ ଦେଶ ଉଚ୍ଛିନ୍ନ ଅବସ୍ଥାରେ ଥିବା ପର୍ଯ୍ୟନ୍ତ ବିଶ୍ରାମ ପାଳନ କଲା।


ଦେଶ ମଧ୍ୟ ସେମାନଙ୍କ ଦ୍ୱାରା ତ୍ୟକ୍ତ ହୋଇ ରହିବ ଓ ସେମାନଙ୍କ ଅନୁପସ୍ଥିତିରେ ଶୂନ୍ୟସ୍ଥାନ ହୋଇ ପଡ଼ିଥିବା ସମୟରେ ଆପଣା ବିଶ୍ରାମ ଗ୍ରହଣ କରିବ; ପୁଣି ସେମାନେ ଆପଣା ଆପଣା ଅପରାଧର ଦଣ୍ଡ ଗ୍ରହଣ କରିବେ; ଏଥିର କାରଣ ଏହି ଯେ, ସେମାନେ ଆମ୍ଭର ଆଜ୍ଞା ଅଗ୍ରାହ୍ୟ କଲେ ଓ ସେମାନଙ୍କ ପ୍ରାଣ ଆମ୍ଭ ବିଧି ଘୃଣା କଲା।


ପୁଣି, ତୁମ୍ଭେମାନେ ପଚାଶତମ ବର୍ଷକୁ ପବିତ୍ର ରୂପେ ମାନ୍ୟ କରିବ, ଆଉ ସମୁଦାୟ ଦେଶରେ ତହିଁର ସମସ୍ତ ନିବାସୀମାନଙ୍କ ପ୍ରତି ମୁକ୍ତି ଘୋଷଣା କରିବ; ତାହା ତୁମ୍ଭମାନଙ୍କ ନିମନ୍ତେ ଯୁବ୍‍ଲୀ (ମହା ଉଲ୍ଲାସ ଉତ୍ସବ) ହେବ ଓ ତୁମ୍ଭେମାନେ ପ୍ରତି ଜଣ ଆପଣା ଆପଣା ଅଧିକାରକୁ ଫେରିଯିବ ଓ ପ୍ରତି ଜଣ ଆପଣା ଆପଣା ବଂଶ ନିକଟକୁ ଫେରିଯିବ।


ଯେତେକାଳ ତାହା ଶୂନ୍ୟସ୍ଥାନ ହୋଇ ରହିବ, ସେତେକାଳ ତାହା ବିଶ୍ରାମ ପାଇବ; ଅର୍ଥାତ୍‍, ତୁମ୍ଭେମାନେ ତହିଁ ମଧ୍ୟରେ ବାସ କରିବା ସମୟରେ ତୁମ୍ଭମାନଙ୍କ ବିଶ୍ରାମ କାଳରେ ତାହା ଯେଉଁ ବିଶ୍ରାମ ପାଇ ନ ଥିଲା, ତାହା ପାଇବ।


ଯେବେ ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରନ୍ତି, କାରଣ ଯେ ପାପ ନ କରେ, ଏପରି କୌଣସି ମନୁଷ୍ୟ ନାହିଁ, ଆଉ ତୁମ୍ଭେ ସେମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ସେମାନଙ୍କୁ ଶତ୍ରୁହସ୍ତରେ ସମର୍ପଣ କଲେ ଯେବେ ଶତ୍ରୁଗଣ ସେମାନଙ୍କୁ ବନ୍ଦୀ କରି ଦୂରସ୍ଥ ଅବା ନିକଟସ୍ଥ ଶତ୍ରୁଦେଶକୁ ନେଇ ଯା’ନ୍ତି;


ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା।


Swiv nou:

Piblisite


Piblisite