Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 26:43 - ଓଡିଆ ବାଇବେଲ

43 ଦେଶ ମଧ୍ୟ ସେମାନଙ୍କ ଦ୍ୱାରା ତ୍ୟକ୍ତ ହୋଇ ରହିବ ଓ ସେମାନଙ୍କ ଅନୁପସ୍ଥିତିରେ ଶୂନ୍ୟସ୍ଥାନ ହୋଇ ପଡ଼ିଥିବା ସମୟରେ ଆପଣା ବିଶ୍ରାମ ଗ୍ରହଣ କରିବ; ପୁଣି ସେମାନେ ଆପଣା ଆପଣା ଅପରାଧର ଦଣ୍ଡ ଗ୍ରହଣ କରିବେ; ଏଥିର କାରଣ ଏହି ଯେ, ସେମାନେ ଆମ୍ଭର ଆଜ୍ଞା ଅଗ୍ରାହ୍ୟ କଲେ ଓ ସେମାନଙ୍କ ପ୍ରାଣ ଆମ୍ଭ ବିଧି ଘୃଣା କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

43 ଦେଶ ମଧ୍ୟ ସେମାନଙ୍କ ଦ୍ଵାରା ତ୍ୟକ୍ତ ହୋଇ ରହିବ ଓ ସେମାନଙ୍କ ଅବର୍ତ୍ତମାନରେ ଶୂନ୍ୟସ୍ଥାନ ହୋଇ ପଡ଼ିଥିବା ସମୟରେ ଆପଣା ବିଶ୍ରାମ ଗ୍ରହଣ କରିବ; ପୁଣି ସେମାନେ ଆପଣା ଆପଣା ଅପରାଧର ଦଣ୍ତ ଗ୍ରହଣ କରିବେ; ଏଥିର କାରଣ ଏହି ଯେ, ସେମାନେ ଆମ୍ଭର ଶାସନ ଅଗ୍ରାହ୍ୟ କଲେ ଓ ସେମାନଙ୍କ ପ୍ରାଣ ଆମ୍ଭ ବିଧି ଘୃଣା କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ଦେଶ ମଧ୍ୟ ସେମାନଙ୍କ ଦ୍ୱାରା ତ୍ୟକ୍ତ ହୋଇ ରହିବ ଓ ସେମାନଙ୍କ ଅନୁପସ୍ଥିତିରେ ଶୂନ୍ୟସ୍ଥାନ ହୋଇ ପଡ଼ିଥିବା ସମୟରେ ଆପଣା ବିଶ୍ରାମ ଗ୍ରହଣ କରିବ; ପୁଣି ସେମାନେ ଆପଣା ଆପଣା ଅପରାଧର ଦଣ୍ଡ ଗ୍ରହଣ କରିବେ; ଏଥିର କାରଣ ଏହି ଯେ, ସେମାନେ ଆମ୍ଭର ଆଜ୍ଞା ଅଗ୍ରାହ୍ୟ କଲେ ଓ ସେମାନଙ୍କ ପ୍ରାଣ ଆମ୍ଭ ବିଧି ଘୃଣା କଲା।

Gade chapit la Kopi

ପବିତ୍ର ବାଇବଲ

43 “ଦେଶ ମଧ୍ୟ ସେମାନଙ୍କ ଦ୍ୱାରା ତ୍ୟକ୍ତ ହୋଇ ରହିବ ଓ ସେମାନଙ୍କ ଅବର୍ତ୍ତମାନର ଶୂନ୍ୟସ୍ଥାନ ହୋଇ ପଡ଼ିଥିବା ସମୟରେ ଆପଣା ବିଶ୍ରାମ ଗ୍ରହଣ କରିବ, ପୁଣି ସେମାନେ ନିଜ ନିଜ ଅପରାଧର ଦଣ୍ତ ଗ୍ରହଣ କରିବେ; ଏଥିର କାରଣ ଏହି ଯେ, ସେମାନେ ଆମ୍ଭର ବିଧି ଅଗ୍ରାହ୍ୟ କଲେ ଓ ସେମାନଙ୍କ ପ୍ରାଣ ଆମ୍ଭ ବ୍ୟବସ୍ଥା ଘୃଣା କଲା।

Gade chapit la Kopi




ଲେବୀୟ ପୁସ୍ତକ 26:43
28 Referans Kwoze  

ଯେଣୁ ଶାରୀରିକ ମନ ଈଶ୍ୱରଙ୍କ ବିରୁଦ୍ଧରେ ଶତ୍ରୁତା; କାରଣ ତାହା ଈଶ୍ୱରଙ୍କ ବ୍ୟବସ୍ଥାର ବଶୀଭୂତ ନୁହେଁ, ପୁଣି, ବଶୀଭୂତ ହେବା ଅସମ୍ଭବ;


ପୁଣି, ଯଦି ତୁମ୍ଭେମାନେ ଆମ୍ଭ ବିଧି ଅବଜ୍ଞା କରିବ ଓ ତୁମ୍ଭମାନଙ୍କ ପ୍ରାଣ ଆମ୍ଭର ସକଳ ଶାସନ ଘୃଣା କରିବାରୁ ତୁମ୍ଭେମାନେ ଆମ୍ଭର ଆଜ୍ଞାସକଳ ପାଳନ ନ କରିବ, ମାତ୍ର ଆମ୍ଭର ନିୟମ ଲଙ୍ଘନ କରିବ,


ଜଗତ ତୁମ୍ଭମାନଙ୍କୁ ଘୃଣା କରି ପାରେ ନାହିଁ, କିନ୍ତୁ ମୋତେ ଘୃଣା କରେ, କାରଣ ତାହାର କର୍ମ ଯେ ମନ୍ଦ, ମୁଁ ତାହା ବିଷୟରେ ଏହି ସାକ୍ଷ୍ୟ ଦେଉଅଛି ।


ଆଉ, ମୁଁ ଏକ ମାସ ମଧ୍ୟରେ ତିନି ଜଣ ପାଳକଙ୍କୁ ଉଚ୍ଛିନ୍ନ କଲି; କାରଣ ସେମାନଙ୍କ ବିଷୟରେ ମୋର ପ୍ରାଣ ବିରକ୍ତି ହୋଇଥିଲା, ମଧ୍ୟ ସେମାନଙ୍କ ପ୍ରାଣ ମୋତେ ଘୃଣା କଲା।


ଯେ ନଗର ଦ୍ୱାରରେ ଅନୁଯୋଗ କରେ, ଲୋକମାନେ ତାହାକୁ ହିଂସା କରନ୍ତି ଓ ଯେ ଯଥାର୍ଥ କଥା କହେ, ସେମାନେ ତାହାକୁ ଘୃଣା କରନ୍ତି।


ଏନିମନ୍ତେ ସଦାପ୍ରଭୁ ଅମଙ୍ଗଳାର୍ଥେ ଜାଗ୍ରତ ହୋଇ ଆମ୍ଭମାନଙ୍କ ପ୍ରତି ତାହା ଘଟାଇ ଅଛନ୍ତି; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କରନ୍ତି, ଆପଣାର ସେହି ସକଳ କାର୍ଯ୍ୟରେ ସେ ଧାର୍ମିକ ଅଟନ୍ତି, ମାତ୍ର ଆମ୍ଭେମାନେ ତାହାଙ୍କ ରବରେ ମନୋଯୋଗ କରି ନାହୁଁ।


ମୁଁ ଫେରିଲା ଉତ୍ତାରେ ନିତାନ୍ତ ଅନୁତାପ କଲି ଓ ଶିକ୍ଷା ପାଇଲା ଉତ୍ତାରେ ଆପଣା ଊରୁ ଦେଶରେ ଆଘାତ କଲି; ମୁଁ ଆପଣା ଯୌବନ କାଳରେ ଅପମାନ ଭୋଗ କରିବାରୁ ଲଜ୍ଜିତ ଓ ବ୍ୟାକୁଳ ହେଲି।’


ହେ ସଦାପ୍ରଭୁ, ସଙ୍କଟ ସମୟରେ ସେମାନେ ତୁମ୍ଭର ଅନ୍ୱେଷଣ କରିଅଛନ୍ତି, ତୁମ୍ଭର ଶାସ୍ତି ସେମାନଙ୍କ ଉପରେ ଥିବା ବେଳେ ସେମାନେ ପ୍ରାର୍ଥନା ଢାଳି ପକାଇଲେ।


ହେ ସଦାପ୍ରଭୁ, ମୁଁ ଜାଣେ, ତୁମ୍ଭ ଶାସନସକଳ ଧର୍ମମୟ, ପୁଣି, ତୁମ୍ଭେ ବିଶ୍ୱସ୍ତ ଭାବରେ ମୋତେ ଦୁଃଖ ଦେଇଅଛ।


ମୁଁ ଯେପରି ତୁମ୍ଭର ବିଧିସବୁ ଶିଖିବି, ଏଥିପାଇଁ ମୁଁ ଯେ ଦୁଃଖଗ୍ରସ୍ତ ହେଲି, ଏହା ମୋ’ ପକ୍ଷରେ ଭଲ ହେଲା।


ଦୁଃଖଗ୍ରସ୍ତ ହେବା ପୂର୍ବରେ ମୁଁ ବିପଥରେ ଗଲି; ମାତ୍ର ଏବେ ମୁଁ ତୁମ୍ଭ ବାକ୍ୟ ପାଳନ କରେ।


କାରଣ ତୁମ୍ଭେ ଶିକ୍ଷା ଘୃଣା କରୁଅଛ ଓ ଆମ୍ଭ ବାକ୍ୟ ଆପଣା ପଛେ ପକାଇ ଦେଉଅଛ।


ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ; ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ।”


ଦେଖ, ପରମେଶ୍ୱର ଯାହାକୁ ଶାସନ କରନ୍ତି, ସେ ମନୁଷ୍ୟ ଧନ୍ୟ; ଏହେତୁ ତୁମ୍ଭେ ସର୍ବଶକ୍ତିମାନଙ୍କର ଶାସ୍ତି ତୁଚ୍ଛ ନ କର।


ପୁଣି, ସେ ଦୁଃଖରେ ଥିବା ବେଳେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କର ଅନ୍ୱେଷଣ କଲେ ଓ ଆପଣା ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ଛାମୁରେ ଆପଣାକୁ ଅତିଶୟ ନମ୍ର କଲେ।


ଓ ମଧ୍ୟ ସେମାନେ ଆମ୍ଭର ବିରୁଦ୍ଧାଚରଣ କରିବା ହେତୁ ଆମ୍ଭେ ହିଁ ଯେ ସେମାନଙ୍କର ବିରୁଦ୍ଧାଚରଣ କରି ସେମାନଙ୍କୁ ସେମାନଙ୍କ ଶତ୍ରୁଗଣର ଦେଶକୁ ଆଣିଲୁ, ଏହା ସେମାନେ ସ୍ୱୀକାର କରିବେ; ତହିଁରେ ଯଦି ସେମାନଙ୍କ ଅସୁନ୍ନତ ହୃଦୟ ନମ୍ର ହେବ ଓ ସେମାନେ ଆପଣା ଆପଣା ଅପରାଧର ଦଣ୍ଡ ଗ୍ରହଣ କରିବେ;


ପୁଣି ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚ ସ୍ଥଳସକଳ ଭାଙ୍ଗିବା ଓ ତୁମ୍ଭମାନଙ୍କ ସୂର୍ଯ୍ୟ ପ୍ରତିମାସକଳ କାଟି ପକାଇବା ଓ ତୁମ୍ଭମାନଙ୍କ ପ୍ରତିମାଗଣର ଦେହ ଉପରେ ତୁମ୍ଭମାନଙ୍କ ମୃତ ଦେହ ପକାଇବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ।


ଆଉ ଆମ୍ଭେ ଆପଣା ଆବାସ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାପନ କରିବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ ନାହିଁ।


ଯେହେତୁ ସଦାପ୍ରଭୁ ସେମାନଙ୍କୁ ଶକ୍ତିହୀନ ଓ ସେମାନଙ୍କ ମଧ୍ୟରେ ବଦ୍ଧ କି ମୁକ୍ତ କେହି ଅବଶିଷ୍ଟ ନ ଥିବାର ଦେଖିଲେ, ସେ ଆପଣା ଲୋକମାନଙ୍କର ବିଚାର କରିବେ ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ।


ଦେଶ ଆପଣାର ନାନା ବିଶ୍ରାମ ଭୋଗ କରିବା ପର୍ଯ୍ୟନ୍ତ ଯିରିମୀୟର ମୁଖ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳ ହେବା ନିମନ୍ତେ ଏହା ଘଟିଲା; କାରଣ ସତୁରି ବର୍ଷ ପୂର୍ଣ୍ଣକରଣାର୍ଥେ ଦେଶ ଉଚ୍ଛିନ୍ନ ଅବସ୍ଥାରେ ଥିବା ପର୍ଯ୍ୟନ୍ତ ବିଶ୍ରାମ ପାଳନ କଲା।


Swiv nou:

Piblisite


Piblisite