Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 4:32 - ଓଡିଆ ବାଇବେଲ

32 ମାତ୍ର ଯଦି ସେ ପାପାର୍ଥକ ବଳିଦାନ ନିମନ୍ତେ ମେଷବତ୍ସା ଆଣେ, ତେବେ ନିଖୁନ୍ତ ମେଷବତ୍ସା ଆଣିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ଯେବେ ସେ ପାପାର୍ଥକ ବଳିଦାନ ନିମନ୍ତେ ମେଷବତ୍ସା ଆଣେ, ତେବେ ନିଖୁନ୍ତ ମେଷବତ୍ସା ଆଣିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ମାତ୍ର ଯଦି ସେ ପାପାର୍ଥକ ବଳିଦାନ ନିମନ୍ତେ ମେଷବତ୍ସା ଆଣେ, ତେବେ ନିଖୁନ୍ତ ମେଷବତ୍ସା ଆଣିବ।

Gade chapit la Kopi

ପବିତ୍ର ବାଇବଲ

32 “ଯଦି ସେ ପାପାର୍ଥକ ନୈବେଦ୍ୟ ନିମନ୍ତେ ମେଷଶାବକ ଆଣେ ତେବେ ନିଶ୍ଚିତ ଏକ ନିଖୁଣ ମେଷଶାବକ ଆଣିବ।

Gade chapit la Kopi




ଲେବୀୟ ପୁସ୍ତକ 4:32
19 Referans Kwoze  

ଓ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ଯଦି ତାହାକୁ ଜ୍ଞାତ କରାଯାଏ, ତେବେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ଏକ ନିଖୁନ୍ତ ଛାଗୀ ଉପହାର ଆଣିବ।


ଯେଣୁ ଆମ୍ଭମାନଙ୍କୁ ଈଶ୍ୱରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;


ସେ କୌଣସି ପାପ କଲେ ନାହିଁ, କିଅବା ତାହାଙ୍କ ମୁଖରେ କୌଣସି ଛଳକଥା ନ ଥିଲା ।


ସେତେବେଳେ ମୁଁ ଦେଖିଲି, ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ମଧ୍ୟସ୍ଥଳରେ ଏକ ମେଷଶାବକ ଠିଆ ହୋଇଅଛନ୍ତି, ସେ ହତ ହେଲା ପରି ଦେଖାଯାଉଥିଲେ, ତାହାଙ୍କର ସପ୍ତ ଶୃଙ୍ଗ ଓ ସପ୍ତ ଚକ୍ଷୁ; ସେହି ସମସ୍ତ ଚକ୍ଷୁ ସମୂଦାୟ ପୃଥିବୀରେ ପ୍ରେରିତ ଈଶ୍ୱରଙ୍କର ସପ୍ତ ଆତ୍ମା ।


ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନ ଯାପନ କରୁ, ଏଥି ନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ ।


ତେବେ ଯେଉଁ ଖ୍ରୀଷ୍ଟ ଚିରନ୍ତନ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁନ୍ତ ବଳି ସ୍ୱରୂପେ ଈଶ୍ୱରଙ୍କ ନିକଟରେ ଉତ୍ସର୍ଗ କଲେ, ତାହାଙ୍କ ରକ୍ତ କେତେ ଅଧିକ ପରିମାଣରେ ଜୀବିତ ଈଶ୍ୱରଙ୍କ ସେବା କରିବା ନିମନ୍ତେ ମୃତ କର୍ମରୁ ଆମ୍ଭମାନଙ୍କ ବିବେକକୁ ଶୁଦ୍ଧ ନ କରିବ !


କାରଣ ଏହି ପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି, ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ ।


ଯେପରି ମଣ୍ଡଳୀ ନିଷ୍କଳଙ୍କ, ନିଖୁନ୍ତ ଓ ସମସ୍ତ ପ୍ରକାର ଦୋଷରହିତ ହୋଇ ପବିତ୍ର ଓ ଅନିନ୍ଦନୀୟ ହୁଏ , ଆଉ ସେହିପରି ଗୌରବମୟ ଅବସ୍ଥାରେ ସେ ତାହାକୁ ଆପଣା ନିକଟରେ ଉପସ୍ଥିତ କରନ୍ତି ।


ଆଉ, ସେ ଯୀଶୁଙ୍କୁ ସେହି ବାଟ ଦେଇ ଯାଉଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହି ଦେଖ, ଈଶ୍ୱରଙ୍କ ମେଷଶାବକ ।


ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଈଶ୍ୱରଙ୍କ ମେଷଶାବକ, ଯେ ଜଗତର ପାପ ବୋହିନେଇଯାଆନ୍ତି ।


ଦୂତ ତାଙ୍କୁ ଉତ୍ତର ଦେଲେ, ପବିତ୍ର ଆତ୍ମା ତୁମ୍ଭ ଉପରେ ଅବତରଣ କରିବେ ଓ ମହାନ ଈଶ୍ୱରଙ୍କ ଶକ୍ତି ତୁମ୍ଭକୁ ଆବୋରିବ, ଏଣୁ ଯେ ଜାତ ହେବେ, ସେ ପବିତ୍ର ଓ ଈଶ୍ୱରଙ୍କ ପୁତ୍ର ବୋଲି ଖ୍ୟାତ ହେବେ ।


ସେ ଉପଦ୍ରବ ପ୍ରାପ୍ତ ହେଲେ, ତଥାପି ସେ ଆପଣାକୁ ନମ୍ର କରି ଆପଣା ମୁଖ ଫିଟାଇଲେ ନାହିଁ; ବଧସ୍ଥାନକୁ ନିଆଯିବା ମେଷଶାବକ ତୁଲ୍ୟ, ଲୋମଚ୍ଛେଦକମାନଙ୍କ ସମ୍ମୁଖରେ ନୀରବ ମେଷ ତୁଲ୍ୟ ହୋଇ ସେ ଆପଣା ମୁଖ ଫିଟାଇଲେ ନାହିଁ।


ତହୁଁ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ପାପାର୍ଥକ ବଳିଦାନ ରୂପେ ପଲରୁ ମେଷବତ୍ସା କି ଛାଗବତ୍ସା ନେଇ ସଦାପ୍ରଭୁଙ୍କ ସମ୍ମୁଖକୁ ଦୋଷାର୍ଥକ ବଳି ଆଣିବ; ପୁଣି ଯାଜକ ତାହାର ପାପ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।


ତୁମ୍ଭେମାନେ ମେଷପଲ ବା ଛାଗପଲ ମଧ୍ୟରୁ ଶାବକ ନେବ; ତାହା ନିର୍ଦ୍ଦୋଷ, ଏକ ବର୍ଷୀୟ ଓ ପୁଂଶାବକ ହେବ;


ତୁମ୍ଭେମାନେ ଇସ୍ରାଏଲୀୟ ସମଗ୍ର ମଣ୍ଡଳୀକୁ ଏହି କଥା କୁହ, ଏହି ମାସର ଦଶମ ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ମନୁଷ୍ୟ ପିତୃଗୃହାନୁସାରେ ପ୍ରତ୍ୟେକ ପରିବାର ନିମନ୍ତେ ଏକ ଏକ ମେଷଶାବକ ନେବ।


ସେ ଯଦି ଗୋଠରୁ (ଗାଈଗୋରୁ ପଲରୁ) ହୋମାର୍ଥକ ବଳି ଉତ୍ସର୍ଗ କରେ, ତେବେ ନିଖୁନ୍ତ ପୁଂ ପଶୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ; ଯେପରି ତାହା ସଦାପ୍ରଭୁଙ୍କ ଛାମୁରେ ଗ୍ରାହ୍ୟ ହେବ।


Swiv nou:

Piblisite


Piblisite