Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 5:1 - ଓଡିଆ ବାଇବେଲ

1 “ଆଉ, ଯଦି କୌଣସି ବ୍ୟକ୍ତି ସାକ୍ଷୀ ହୋଇ ଶପଥ କରାଇବାର କଥା ଶୁଣିଲେ ହେଁ, ଯାହା ସେ ଦେଖିଅଛି ବା ଜାଣିଅଛି, ତାହା ପ୍ରକାଶ ନ କରି ପାପ କରେ, ତେବେ ସେ ଆପଣା ଅପରାଧ ବୋହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଆଉ, ଯେବେ କୌଣସି ପ୍ରାଣୀ ସାକ୍ଷୀ ହୋଇ ରାଣ କରାଇବାର କଥା ଶୁଣିଲେ ହେଁ, ଯାହା ସେ ଦେଖିଅଛି ବା ଜାଣିଅଛି, ତାହା ପ୍ରକାଶ ନ କରି ପାପ କରେ, ତେବେ ସେ ଆପଣା ଅପରାଧ ବହିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଆଉ, ଯଦି କୌଣସି ବ୍ୟକ୍ତି ସାକ୍ଷୀ ହୋଇ ଶପଥ କରାଇବାର କଥା ଶୁଣିଲେ ହେଁ, ଯାହା ସେ ଦେଖିଅଛି ବା ଜାଣିଅଛି, ତାହା ପ୍ରକାଶ ନ କରି ପାପ କରେ, ତେବେ ସେ ଆପଣା ଅପରାଧ ବୋହିବ।

Gade chapit la Kopi

ପବିତ୍ର ବାଇବଲ

1 “ଯଦି କୌଣସି ବ୍ୟକ୍ତି ଯାହା ଦେଖିଅଛି, ଶୁଣିଅଛି ବା ଜାଣିଅଛି ସାକ୍ଷୀରୂପେ ତାହା ପ୍ରକାଶ କରିବା କଥା, ମାତ୍ର ତାହା ଯଦି ସେ ପ୍ରକାଶ ନ କରେ ତେବେ ସେ ପାପ କରେ ଓ ଅପରାଧୀ ହୁଏ।

Gade chapit la Kopi




ଲେବୀୟ ପୁସ୍ତକ 5:1
22 Referans Kwoze  

ଆଉ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯଦି କୌଣସି ବ୍ୟକ୍ତି ତହିଁ ମଧ୍ୟରୁ କୌଣସି କର୍ମ କରି ପାପ କରେ; ଯଦ୍ୟପି ସେ ତାହା ଜାଣି ନ ଥାଏ, ତଥାପି ସେ ଦୋଷୀ ଅଟେ, ପୁଣି ଆପଣାର ଅପରାଧ ବୋହିବ।


ଚୋରର ଭାଗୀ ଆପଣା ପ୍ରାଣକୁ ଘୃଣା କରେ, ସେ ରାଣ କରାଇବାର କଥା ଶୁଣେ, କିନ୍ତୁ କିଛି ପ୍ରକାଶ କରେ ନାହିଁ।


କିନ୍ତୁ ଯୀଶୁ ମୌନ ହୋଇ ରହିଲେ । ସେଥିରେ ମହାଯାଜକ ତାହାଙ୍କୁ କହିଲେ, ଆମ୍ଭେ ତୁମ୍ଭକୁ ଜୀବନ୍ତ ଈଶ୍ୱରଙ୍କ ନାମରେ ଶପଥ ଦେଉଅଛୁ, ଆମ୍ଭମାନଙ୍କୁ କୁହ, ତୁମ୍ଭେ କି ଈଶ୍ୱରଙ୍କ ପୁତ୍ର ଖ୍ରୀଷ୍ଟ ?


ଆଉ, ତହିଁର ଭୋଜନକାରୀ ନିଜ ଅପରାଧ ବୋହିବ; କାରଣ ସେ ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ଅପବିତ୍ର କରିଅଛି; ଏଣୁକରି ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।


ଯଦି ତୃତୀୟ ଦିନରେ ତାହାର ସେହି ମଙ୍ଗଳାର୍ଥକ ଉପହାର ବଳିରୁ କିଛିମାତ୍ର ଭୋଜନ କରାଯାଏ, ତେବେ ତାହା ଗ୍ରାହ୍ୟ ହେବ ନାହିଁ, କିଅବା ତହିଁର ଉତ୍ସର୍ଗକାରୀ ପକ୍ଷରେ ତାହା ଗଣାଯିବ ନାହିଁ; ତାହା ଘୃଣାଯୋଗ୍ୟ ହେବ, ପୁଣି ଯେଉଁ ପ୍ରାଣୀ ତାହା ଭୋଜନ କରେ, ସେ ଆପଣା ଅପରାଧ ବୋହିବ।


ଦେଖ, ଯାବତୀୟ ପ୍ରାଣ ଆମ୍ଭର; ପିତାର ପ୍ରାଣ ଯେପରି, ପୁତ୍ରର ପ୍ରାଣ ହିଁ ସେହିପରି ଆମ୍ଭର; ଯେଉଁ ପ୍ରାଣୀ ପାପ କରେ, ସେହି ମରିବ।


କେହି ଆପଣା ପ୍ରତିବାସୀ ବିରୁଦ୍ଧରେ ପାପ କଲେ ଯେବେ ତାହାକୁ ଶପଥ କରାଇବା ପାଇଁ କୌଣସି ଶପଥ; ନିରୂପିତ ହୁଏ ଓ ସେ ଆସି ଏହି ଗୃହସ୍ଥିତ ତୁମ୍ଭ ଯଜ୍ଞବେଦି ସମ୍ମୁଖରେ ଶପଥ କରେ,


ମାତ୍ର ଯେକେହି ଶୁଚି ଥାଇ ଓ ପଥିକ ନ ହୋଇ ନିସ୍ତାର ପର୍ବ ପାଳନ କରିବାରୁ କ୍ଷାନ୍ତ ହୁଏ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କଲା ନାହିଁ, ଏଥିପାଇଁ ସେହି ମନୁଷ୍ୟ ଆପଣା ପାପ ବୋହିବ;


ଆଉ, ଯଦି କେହି ଆପଣା ଭଗିନୀକୁ, ଅର୍ଥାତ୍‍, ଆପଣା ପିତୃକନ୍ୟା କି ମାତୃକନ୍ୟାକୁ ଗ୍ରହଣ କରେ ଓ ଦୁହେଁ ପରସ୍ପରର ଉଲଙ୍ଗତା ଦେଖନ୍ତି, ତେବେ ତାହା ଲଜ୍ଜାର ବିଷୟ; ସେମାନେ ଆପଣା ଲୋକମାନଙ୍କ ସନ୍ତାନଗଣର ସାକ୍ଷାତରେ ଉଚ୍ଛିନ୍ନ ହେବେ; ସେ ଆପଣା ଭଗିନୀର ଆବରଣୀୟ ଅନାବୃତ କରିଅଛି; ସେ ଆପଣା ଅପରାଧ ବୋହିବ।


ମାତ୍ର ଯଦି ସେ (ବସ୍ତ୍ର) ଧୌତ ନ କରେ କି ସ୍ନାନ ନ କରେ, ତେବେ ସେ ଆପଣା ଅପରାଧ ବୋହିବ।”


ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନ ଯାପନ କରୁ, ଏଥି ନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ ।


ଯେଉଁ ପ୍ରାଣୀ ପାପ କରେ, ସେହି ମରିବ; ପୁତ୍ର ପିତାର ଅଧର୍ମର ଭାର ବହିବ ନାହିଁ କିଅବା ପିତା ପୁତ୍ରର ଅଧର୍ମର ଭାର ବହିବ ନାହିଁ; ଧାର୍ମିକର ଧାର୍ମିକତା ତାହାରି ଉପରେ ବର୍ତ୍ତିବ ଓ ଦୁଷ୍ଟର ଦୁଷ୍ଟତା ତାହାରି ଉପରେ ବର୍ତ୍ତିବ।


ସେ ଆପଣା ପ୍ରାଣବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ୱାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ।


ନୋହିଲେ ମୁଁ ପରିତୃପ୍ତ ହୋଇ ତୁମ୍ଭକୁ ଅସ୍ୱୀକାର କରି କହିବି, ସଦାପ୍ରଭୁ କିଏ ? କିଅବା ଦରିଦ୍ର ହେଲେ ଚୋରି କରି ଆପଣା ପରମେଶ୍ୱରଙ୍କର ନାମ ମିଥ୍ୟାରେ ନେବି।


କାରଣ ମୋହର ଅପରାଧ ମୋ’ ମସ୍ତକ ଉପରେ ଉଠିଅଛି; ତାହାସବୁ ମୋ’ ଶକ୍ତି ଅପେକ୍ଷା ଭାରୀ ବୋଝ ସ୍ୱରୂପ।


ଏଥିରେ ରାଜା ତାହାକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନା ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି।”


ତହୁଁ ରାଜା ତାହାକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନୁ ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି ?”


ସେ ଆପଣା ମାତାକୁ କହିଲା, ତୁମ୍ଭଠାରୁ ଯେଉଁ ଏଗାର ଶହ ଖଣ୍ଡ ରୂପା ନିଆ ଯାଇଅଛି, ଯହିଁ ବିଷୟରେ ତୁମ୍ଭେ ଅଭିଶାପ ଦେଇଅଛ ଓ ମଧ୍ୟ ମୋହର କର୍ଣ୍ଣରେ କହିଅଛ, ଦେଖ, ସେହି ରୂପା ମୋର ନିକଟରେ ଅଛି, ମୁଁ ତାହା ନେଇଅଛି; ତହିଁରେ ତାହାର ମାତା କହିଲା, ଆମ୍ଭ ପୁତ୍ର ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ର ହେଉ।


“କେହି ଯଦି ସତ୍ୟ-ଲଙ୍ଘନ କରି ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ବିଷୟରେ ଭୁଲବଶତଃ ପାପ କରେ, ତେବେ ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ତୁମ୍ଭର ନିରୂପିତ ପରିମାଣର ରୂପା ଦେଇ ପଲରୁ ଏକ ନିଖୁନ୍ତ ମେଷ ଆଣି ଦୋଷାର୍ଥକ ବଳି ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।


“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯଦି କୌଣସି ବ୍ୟକ୍ତି ତହିଁ ମଧ୍ୟରୁ କୌଣସି କର୍ମ କରି ଭୁଲବଶତଃ ପାପ କରେ;


ତେବେ ସେ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇଅଛି କି ନାହିଁ, ଏ ବିଷୟରେ ଉଭୟଙ୍କ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ହେବ; ପଶୁର ମାଲିକ ସେହି ଶପଥ ଗ୍ରହଣ କରିବ, ପୁଣି, ସେ ପରିଶୋଧ କରିବ ନାହିଁ।


କାରଣ ଦେଶ ବ୍ୟଭିଚାରୀଗଣରେ ପରିପୂର୍ଣ୍ଣ ଓ ଅଭିଶାପ ସକାଶୁ ଦେଶ ଶୋକ କରୁଅଛି; ପ୍ରାନ୍ତରସ୍ଥ ଚରାସ୍ଥାନସବୁ ଶୁଷ୍କ ହୋଇଅଛି ଓ ଲୋକମାନଙ୍କର ବ୍ୟବହାର ମନ୍ଦ, ଆଉ ସେମାନଙ୍କର ପରାକ୍ରମ ନ୍ୟାୟସଙ୍ଗତ ନୁହେଁ।


Swiv nou:

Piblisite


Piblisite