Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 5:6 - ଓଡିଆ ବାଇବେଲ

6 ତହୁଁ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ପାପାର୍ଥକ ବଳିଦାନ ରୂପେ ପଲରୁ ମେଷବତ୍ସା କି ଛାଗବତ୍ସା ନେଇ ସଦାପ୍ରଭୁଙ୍କ ସମ୍ମୁଖକୁ ଦୋଷାର୍ଥକ ବଳି ଆଣିବ; ପୁଣି ଯାଜକ ତାହାର ପାପ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତହୁଁ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ପାପାର୍ଥକ ବଳିଦାନ ରୂପେ ପଲରୁ ମେଷବତ୍ସା କି ଛାଗବତ୍ସା ନେଇ ସଦାପ୍ରଭୁଙ୍କ ଛାମୁକୁ ଦୋଷାର୍ଥକ ବଳି ଆଣିବ; ପୁଣି ଯାଜକ ତାହାର ପାପ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହୁଁ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ପାପାର୍ଥକ ବଳିଦାନ ରୂପେ ପଲରୁ ମେଷବତ୍ସା କି ଛାଗବତ୍ସା ନେଇ ସଦାପ୍ରଭୁଙ୍କ ସମ୍ମୁଖକୁ ଦୋଷାର୍ଥକ ବଳି ଆଣିବ; ପୁଣି ଯାଜକ ତାହାର ପାପ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।

Gade chapit la Kopi

ପବିତ୍ର ବାଇବଲ

6 ତହୁଁ ସେ ତା'ର କୃତ ପାପର ପ୍ରାୟଶ୍ଚିତ ପାଇଁ ପାପାର୍ଥକ ବଳିଦାନ ରୂପେ ପଲରୁ ଗୋଟିଏ ମାଈ ମେଣ୍ଢାଛୁଆ କିମ୍ବା ମାଈ ଛେଳିଛୁଆ ସଦାପ୍ରଭୁଙ୍କ ଛାମୁକୁ ଆଣିବ। ତା'ପରେ ଯାଜକ ତା'ର କୃତ ପାପର ପ୍ରାୟଶ୍ଚିତ କରାଇବ।

Gade chapit la Kopi




ଲେବୀୟ ପୁସ୍ତକ 5:6
13 Referans Kwoze  

ଓ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ଯଦି ତାହାକୁ ଜ୍ଞାତ କରାଯାଏ, ତେବେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ଏକ ନିଖୁନ୍ତ ଛାଗୀ ଉପହାର ଆଣିବ।


ମାତ୍ର ଯଦି ସେ ପାପାର୍ଥକ ବଳିଦାନ ନିମନ୍ତେ ମେଷବତ୍ସା ଆଣେ, ତେବେ ନିଖୁନ୍ତ ମେଷବତ୍ସା ଆଣିବ।


ତହୁଁ ସେ ମୋତେ କହିଲେ, “ପୃଥକ୍ ସ୍ଥାନର ଉତ୍ତର ଓ ଦକ୍ଷିଣ ଦିଗରେ ଯେଉଁ କୋଠରିମାନ ଅଛି, ସେହି ସବୁ ପବିତ୍ର କୋଠରି, ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ଅଟନ୍ତି, ସେମାନେ ସେଠାରେ ମହାପବିତ୍ର ଦ୍ରବ୍ୟସକଳ ଭୋଜନ କରିବେ; ସେହି ସ୍ଥାନରେ ସେମାନେ ମହାପବିତ୍ର ଦ୍ରବ୍ୟସକଳ ଓ ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ରଖିବେ; କାରଣ ସେହି ସ୍ଥାନ ପବିତ୍ର ଅଟେ।


ଆଉ, ତହିଁ ଉପରେ ହୋମାର୍ଥକ, ପାପାର୍ଥକ ଓ ଦୋଷାର୍ଥକ ବଳି ବଧ କରିବା ପାଇଁ ଦ୍ୱାର ବାରଣ୍ଡାର ଏପାଖରେ ଦୁଇ ମେଜ ଓ ସେପାଖରେ ଦୁଇ ମେଜ ଥିଲା।


ପୁଣି ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାର ଦୋଷାର୍ଥକ ବଳି ଉତ୍ସର୍ଗ କରିବ; ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପଲରୁ ଏକ ନିଖୁନ୍ତ ମେଷ ଦୋଷାର୍ଥକ ବଳି ନିମନ୍ତେ ଯାଜକ ନିକଟକୁ ଆଣିବ।


ପୁଣି, ସେ ସେହି ପାପାର୍ଥକ ବଳିର ଗୋବତ୍ସକୁ ଯେରୂପ କଲା, ଏହାକୁ ହିଁ ସେରୂପ କରିବ; ଏହିରୂପେ ଯାଜକ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେମାନେ କ୍ଷମାପ୍ରାପ୍ତ ହେବେ।


ତହୁଁ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ୍ ହୋଇ ରହିବା ଦିନମାନ ପୃଥକ୍ କରିବ, ପୁଣି, ଦୋଷାର୍ଥକ ବଳି ନିମନ୍ତେ ଏକବର୍ଷୀୟ ଗୋଟିଏ ମେଷବତ୍ସ ଆଣିବ; ମାତ୍ର ପୂର୍ବ ଦିନସବୁ ବୃଥା ହେବ, କାରଣ ତାହାର ପୃଥକ‍କରଣ ଅଶୁଚି ହେଲା।


ପୁଣି, ପ୍ରଭୁ, ସଦାପ୍ରଭୁ କହନ୍ତି, ଯେଉଁ ଦିନ ସେ ପବିତ୍ର ସ୍ଥାନରେ ପରିଚର୍ଯ୍ୟା କରିବା ପାଇଁ ପବିତ୍ର ସ୍ଥାନର ଭିତର ପ୍ରାଙ୍ଗଣକୁ ଯାଏ, ସେହି ଦିନ ସେ ଆପଣାର ପାପାର୍ଥକ ବଳି ଉତ୍ସର୍ଗ କରିବ।


ପୁଣି, ମଙ୍ଗଳାର୍ଥକ ବଳିରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ; ତହୁଁ ଯାଜକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବେଦି ଉପରେ ତାହା ଦଗ୍ଧ କରିବ; ଏହିରୂପେ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।


ଆଉ, ମଙ୍ଗଳାର୍ଥକ ବଳିର ମେଷବତ୍ସଠାରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ, ପୁଣି ଯାଜକ ବେଦିରେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଉପରେ ତାହା ଦଗ୍ଧ କରିବ; ଏହିରୂପେ ସେ ଯେଉଁ ପାପ କରିଅଛି, ସେହି ପାପ ସକାଶୁ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।”


Swiv nou:

Piblisite


Piblisite