Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 7:7 - ଓଡିଆ ବାଇବେଲ

7 ଯେପରି ପାପାର୍ଥକ ବଳି, ସେପରି ଦୋଷାର୍ଥକ ବଳି; ଯେଉଁ ଯାଜକ ତଦ୍ଦ୍ୱାରା ପ୍ରାୟଶ୍ଚିତ୍ତ କରେ, ତାହା ତାହାରି ହେବ; ଦୁଇଟିର ବ୍ୟବସ୍ଥା ଏକ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଯେପରି ପାପାର୍ଥକ ବଳି, ସେପରି ଦୋଷାର୍ଥକ ବଳି; ଯେଉଁ ଯାଜକ ତଦ୍ଦ୍ଵାରା ପ୍ରାୟଶ୍ଚିତ୍ତ କରଇ, ତାହା ତାହାରି ହେବ; ଦୁଇର ବ୍ୟବସ୍ଥା ଏକ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଯେପରି ପାପାର୍ଥକ ବଳି, ସେପରି ଦୋଷାର୍ଥକ ବଳି; ଯେଉଁ ଯାଜକ ତଦ୍ଦ୍ୱାରା ପ୍ରାୟଶ୍ଚିତ୍ତ କରେ, ତାହା ତାହାରି ହେବ; ଦୁଇଟିର ବ୍ୟବସ୍ଥା ଏକ।

Gade chapit la Kopi

ପବିତ୍ର ବାଇବଲ

7 ପାପାର୍ଥକ ବଳି ଯେଉଁପରି, ଦୋଷାର୍ଥକ ବଳି ମଧ୍ୟ ସେହିପରି। ଯେଉଁ ଯାଜକ ସେହି ପ୍ରାୟଶ୍ଚିତ କରେ, ତାହା ତାଙ୍କର ହେବ। ଦୁଇଟିର ବ୍ୟବସ୍ଥା ଏକ।

Gade chapit la Kopi




ଲେବୀୟ ପୁସ୍ତକ 7:7
11 Referans Kwoze  

ଯେଉଁମାନେ ମନ୍ଦିରରେ ସେବା କରନ୍ତି, ସେମାନେ ଯେ ମନ୍ଦିରରୁ ଖାଦ୍ୟ ପାଆନ୍ତି, ପୁଣି, ଯେଉଁମାନେ ବେଦିର ସେବାରେ ନିବିଷ୍ଟ ରହନ୍ତି, ସେମାନେ ଯେ ବେଦୀ ସହିତ ଅଂଶୀ ହୁଅନ୍ତି, ଏହା କ'ଣ ଜାଣ ନାହିଁ ?


ଆଉ, ଯେଉଁ ସ୍ଥାନରେ ପାପାର୍ଥକ ଓ ହୋମାର୍ଥକ ବଳି ବଧ କରାଯାଏ, ସେହି ପବିତ୍ର ସ୍ଥାନରେ ସେହି ମେଷବତ୍ସ ବଧ କରିବ; କାରଣ ଯେପରି ପାପାର୍ଥକ ବଳି, ସେପରି ଦୋଷାର୍ଥକ ବଳି ଯାଜକର ଅଟଇ; ତାହା ମହାପବିତ୍ର ଅଟେ।


ଶାରୀରିକ ଜନ୍ମାନୁସାରେ ଯେଉଁମାନେ ଇସ୍ରାଏଲ ଲୋକ, ସେମାନଙ୍କୁ ଦେଖ; ଯେଉଁମାନେ ବଳିମାଂସ ଭୋଜନ କରନ୍ତି, ସେମାନେ କି ବେଦିର ସହଭାଗୀ ନୁହଁନ୍ତି ?


ତାଡ଼ି ସହିତ ତାହା ରନ୍ଧନ ହେବ ନାହିଁ। ଆମ୍ଭେ ଆପଣା ଅଗ୍ନିକୃତ ଉପହାରରୁ ସେମାନଙ୍କ ଅଂଶ ନିମନ୍ତେ ତାହା ଦେଲୁ; ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ତୁଲ୍ୟ ତାହା ମହାପବିତ୍ର।


ପୁଣି ଯାଜକ ଯେଉଁ ଲୋକର ହୋମବଳି ଉତ୍ସର୍ଗ କରେ, ତାହାର ସେହି ଉତ୍ସର୍ଗିତ ହୋମବଳି ପଶୁର ଚର୍ମ ସେହି ଯାଜକର ନିଜ ପାଇଁ ହେବ।


ଦୋଷାର୍ଥକ ବଳି ଓ ପାପାର୍ଥକ ବଳିର ମୁଦ୍ରା ସଦାପ୍ରଭୁଙ୍କ ଗୃହକୁ ଅଣାଗଲା ନାହିଁ, ତାହା ଯାଜକମାନଙ୍କର ହେଲା।


ଏହି ଭକ୍ଷ୍ୟ ନୈବେଦ୍ୟର ଅବଶିଷ୍ଟ ଅଂଶ ହାରୋଣର ଓ ତାହାର ପୁତ୍ରମାନଙ୍କର ହେବ; ସଦାପ୍ରଭୁଙ୍କର ଅଗ୍ନିକୃତ ଉପହାର ମଧ୍ୟରେ ତାହା ମହାପବିତ୍ର।


ପୁଣି ସେହି ଭକ୍ଷ୍ୟ ନୈବେଦ୍ୟର ଅବଶିଷ୍ଟ ଅଂଶ ହାରୋଣର ଓ ତାହାର ପୁତ୍ରଗଣଙ୍କର ହେବ; ସଦାପ୍ରଭୁଙ୍କର ଅଗ୍ନିକୃତ ଉପହାର ମଧ୍ୟରେ ତାହା ମହାପବିତ୍ର।


ମାତ୍ର ଯାହାକୁ ଦୋଷ ନିମନ୍ତେ କ୍ଷତିପୂରଣ ଦିଆଯାଇ ପାରେ, ଏପରି ମୁକ୍ତିକର୍ତ୍ତା ଜ୍ଞାତି ଯଦି ସେହି ଲୋକର ନ ଥାଏ, ତେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଦୋଷାର୍ଥକ କ୍ଷତିପୂରଣ ଦିଆଯାଏ, ତାହା ଯାଜକର ହେବ; ତାହା ବ୍ୟତୀତ ଯଦ୍ଦ୍ୱାରା ତାହା ପାଇଁ ପ୍ରାୟଶ୍ଚିତ୍ତ କରାଯିବ, ସେହି ପ୍ରାୟଶ୍ଚିତ୍ତାର୍ଥକ ମେଷବଳି ହିଁ ଦେବାକୁ ହେବ।


ସେସମୟରେ ଅରାମର ରାଜା ହସାୟେଲ ଯାତ୍ରା କରି ଗାଥ୍‍ ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କଲା; ତହିଁ ଉତ୍ତାରେ ହସାୟେଲ ଯିରୂଶାଲମ ଆଡ଼କୁ ଯିବା ପାଇଁ ମୁଖ କଲା।


Swiv nou:

Piblisite


Piblisite