Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 9:3 - ଓଡିଆ ବାଇବେଲ

3 ପୁଣି, ଇସ୍ରାଏଲ ସନ୍ତାନଗଣକୁ କହିବ, ‘ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁରେ ବଳିଦାନାର୍ଥେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ହୋମବଳି ନିମନ୍ତେ ଏକ ଗୋବତ୍ସ ଓ ଏକ ମେଷବତ୍ସ ନେବ, ଦୁହେଁ ଏକବର୍ଷୀୟ ଓ ନିଖୁନ୍ତ ଥିବେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି, ଇସ୍ରାଏଲ-ସନ୍ତାନଗଣକୁ କହିବ, ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁରେ ବଳିଦାନାର୍ଥେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ହୋମବଳି ନିମନ୍ତେ ଏକ ଗୋବତ୍ସ ଓ ଏକ ମେଷବତ୍ସ ନେବ, ଦୁହେଁ ଏକବର୍ଷୀୟ ଓ ନିଖୁନ୍ତ ଥିବେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ଇସ୍ରାଏଲ-ସନ୍ତାନଗଣକୁ କହିବ, ‘ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁରେ ବଳିଦାନାର୍ଥେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ହୋମବଳି ନିମନ୍ତେ ଏକ ଗୋବତ୍ସ ଓ ଏକ ମେଷବତ୍ସ ନେବ, ଦୁହେଁ ଏକ ବର୍ଷୀୟ ଓ ନିଖୁନ୍ତ ଥିବେ,

Gade chapit la Kopi

ପବିତ୍ର ବାଇବଲ

3 ଇସ୍ରାଏଲର ଲୋକମାନଙ୍କୁ କୁହ, ‘ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ପାପାର୍ଥକ ବଳି ନିମନ୍ତେ ଏକ ଅଣ୍ଡିରା ଛାଗ ଓ ହୋମବଳି ନିମନ୍ତେ ଏକ ଗୋବତ୍ସ ଓ ମେଷ ଶାବକ ନେବେ, କାରଣ ସଦାପ୍ରଭୁ ଏହା ଆଜ୍ଞା କରିଛନ୍ତି। ବାଛୁରି ଏବଂ ମେଷଛୁଆ ନିଶ୍ଚୟ ଏକ ବର୍ଷୀୟ ଓ ନିଖୁଣ ହୋଇଥିବେ।

Gade chapit la Kopi




ଲେବୀୟ ପୁସ୍ତକ 9:3
22 Referans Kwoze  

ପୁଣି, ପରମେଶ୍ୱରଙ୍କ ଏହି ଗୃହର ପ୍ରତିଷ୍ଠା ସମୟରେ ସେମାନେ ଏକ ଶହ ବୃଷ, ଦୁଇ ଶହ ମେଷ, ଚାରି ଶହ ମେଷଶାବକ ଉତ୍ସର୍ଗ କଲେ; ଆଉ, ସମଗ୍ର ଇସ୍ରାଏଲର ପାପାର୍ଥକ ବଳିଦାନ ନିମନ୍ତେ ଇସ୍ରାଏଲୀୟ ଗୋଷ୍ଠୀର ସଂଖ୍ୟାନୁସାରେ ବାରଗୋଟି ଛାଗ ଉତ୍ସର୍ଗ କଲେ।


ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଈଶ୍ୱରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,


ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନ ଯାପନ କରୁ, ଏଥି ନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ ।


ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍‍ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ ।


ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ମୋଶାଙ୍କ ବ୍ୟବସ୍ଥା ଯାହା ସାଧନ କରି ପାରିଲା ନାହିଁ, ତାହା ଈଶ୍ୱର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ଡାଜ୍ଞା ଦେବା ଦ୍ୱାରା କଲେ,


ତେବେ ସେ ଯେଉଁ ବିଷୟରେ ପାପ କରିଅଛି, ତାହାର ସେହି ପାପ ତାହାକୁ ଜ୍ଞାତ କରାଗଲେ, ସେ ଏକ ନିଖୁନ୍ତ ପୁଂ ଛାଗ ଉପହାର ଆଣିବ।


ଯେଣୁ ଆମ୍ଭମାନଙ୍କୁ ଈଶ୍ୱରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;


ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା,ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ୱରଙ୍କର ଧାର୍ମିକତାସ୍ୱରୂପ ହେଉ ।


ତଥାପି ତାହାଙ୍କୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁଙ୍କର ଅଭିମତ ହେଲା; ସେ ତାହାଙ୍କୁ ଦୁଃଖଗ୍ରସ୍ତ କରିଅଛନ୍ତି; ତୁମ୍ଭେ ତାହାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ, ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କର ଇଷ୍ଟ ସିଦ୍ଧ ହେବ।


ଏମାନେ ଆପଣା ଆପଣା ଭାର୍ଯ୍ୟାକୁ ଦୂର କରି ଦେବେ ବୋଲି ହସ୍ତ ଦେଲେ; ଆଉ, ଦୋଷୀ ହେବାରୁ ସେମାନେ ଆପଣା ଆପଣା ଦୋଷ ସକାଶେ ପଲରୁ ଏକ ଏକ ମେଷ ଉତ୍ସର୍ଗ କଲେ।


ପୁଣି, ଯେଉଁ ଦିନ ତୁମ୍ଭେମାନେ ସେହି ବିଡ଼ା ଦୋଳାଇବ, ସେହି ଦିନ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ପ୍ରଥମବର୍ଷୀୟ ନିଖୁନ୍ତ ଏକ ମେଷବତ୍ସ ଉତ୍ସର୍ଗ କରିବ।


ଏଥିଉତ୍ତାରେ ସେ ଲୋକମାନଙ୍କର ପାପାର୍ଥକ ବଳିର ଛାଗ ନେଇ ବଧ କରିବ ଓ ତାହାର ରକ୍ତ ବିଚ୍ଛେଦ ବସ୍ତ୍ରର ଭିତରକୁ ଆଣି, ଯେପରି ଗୋବତ୍ସର ରକ୍ତ ନେଇ କରିଥିଲା, ସେପରି ତାହାର ରକ୍ତ ନେଇ କରିବ, ଅର୍ଥାତ୍‍, ପାପାଚ୍ଛାଦନ ଉପରେ ଓ ପାପାଚ୍ଛାଦନ ସମ୍ମୁଖରେ ତାହା ଛିଞ୍ଚିବ।


ପୁଣି, ସେ ଇସ୍ରାଏଲ ସନ୍ତାନଗଣର ମଣ୍ଡଳୀରୁ ପାପାର୍ଥେ ଦୁଇ ଛାଗ ଓ ହୋମାର୍ଥେ ଏକ ମେଷ ନେବ।


ପୁଣି, ଅଷ୍ଟମ ଦିନରେ ଦୁଇ ନିଖୁନ୍ତ ମେଷବତ୍ସ, ଏକବର୍ଷୀୟା ଏକ ନିଖୁନ୍ତ ମେଷବତ୍ସା ଓ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍‍ ତୈଳ ନେବ।


ତହିଁ ଉତ୍ତାରେ ପୁତ୍ର ବା କନ୍ୟା ପ୍ରସବର ଅଶୁଚି ଦିନ ପୂର୍ଣ୍ଣ ହେଲେ, ସେ ହୋମବଳି ନିମନ୍ତେ ଏକବର୍ଷୀୟ ଏକ ମେଷବତ୍ସ ଓ ପାପାର୍ଥକ ବଳି ନିମନ୍ତେ ଏକ ପାରାଛୁଆ ବା ଏକ କପୋତ ସମାଗମ-ତମ୍ବୁର ଦ୍ୱାରର ଯାଜକ ନିକଟକୁ ଆଣିବ।


ତୁମ୍ଭେମାନେ ମେଷପଲ ବା ଛାଗପଲ ମଧ୍ୟରୁ ଶାବକ ନେବ; ତାହା ନିର୍ଦ୍ଦୋଷ, ଏକ ବର୍ଷୀୟ ଓ ପୁଂଶାବକ ହେବ;


ଏଥିଉତ୍ତାରେ ସେମାନେ ଯୋଷେଫର ଅଙ୍ଗରଖା ଘେନି ଗୋଟିଏ ଛାଗ ମାରି ତାହାର ରକ୍ତରେ ତାହା ଡୁବାଇଲେ।


ପୁଣି ସେ ହାରୋଣଙ୍କୁ କହିଲେ, “ତୁମ୍ଭେ ପାପାର୍ଥକ ବଳି ନିମନ୍ତେ ନିଖୁନ୍ତ ଏକ ବୃଷର ବତ୍ସ ଓ ହୋମବଳି ନିମନ୍ତେ ନିଖୁନ୍ତ ଏକ ମେଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଉତ୍ସର୍ଗ କର।


ପୁଣି ମଙ୍ଗଳାର୍ଥକ ବଳି ନିମନ୍ତେ ଏକ ଗୋରୁ ଓ ଏକ ମେଷ, ପୁଣି ତୈଳମିଶ୍ରିତ ଭକ୍ଷ୍ୟ ନୈବେଦ୍ୟ ନେବ; ଯେହେତୁ ଆଜି ସଦାପ୍ରଭୁ ତୁମ୍ଭମାନଙ୍କୁ ଦର୍ଶନ ଦେଉଅଛନ୍ତି।’”


ଆଉ, ମୋଶା ପାପାର୍ଥକ ଛାଗର ବହୁତ ଅନ୍ୱେଷଣ କଲେ, ମାତ୍ର ଦେଖ, ତାହା ଦଗ୍ଧ ହୋଇଥିଲା; ଏଣୁ ସେ ହାରୋଣଙ୍କର ଅବଶିଷ୍ଟ ଦୁଇ ପୁତ୍ର ଇଲୀୟାସର ଓ ଈଥାମରଙ୍କ ପ୍ରତି କ୍ରୋଧ କରି କହିଲେ,


ବିଶେଷତଃ ଅଭିଷିକ୍ତ ଯାଜକ ଯଦି ଲୋକମାନଙ୍କର ଦୋଷଜନକ ପାପ କରେ; ତେବେ ସେ ଆପଣା କୃତ ପାପ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଖୁନ୍ତ ଏକ ଗୋବତ୍ସ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ।


Swiv nou:

Piblisite


Piblisite