Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 9:6 - ଓଡିଆ ବାଇବେଲ

6 ଆଉ ମୋଶା କହିଲେ, “ଏହି କଥା କରିବାକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଆଜ୍ଞା ଦେଲେ; ଏହା କଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶ ପାଇବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆଉ ମୋଶା କହିଲେ, ଏହି କଥା କରିବାକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଆଜ୍ଞା ଦେଲେ; ଏହା କଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶ ପାଇବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ ମୋଶା କହିଲେ, “ଏହି କଥା କରିବାକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଆଜ୍ଞା ଦେଲେ; ଏହା କଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶ ପାଇବ।”

Gade chapit la Kopi

ପବିତ୍ର ବାଇବଲ

6 ତା'ପରେ ମୋଶା କହିଲେ, “ଏହି କଥା କରିବାକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଆଜ୍ଞା ଦେଲେ। ଏହା କଲେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ମହିମା ପ୍ରକାଶ ପାଇବ।”

Gade chapit la Kopi




ଲେବୀୟ ପୁସ୍ତକ 9:6
9 Referans Kwoze  

ଏଥିଉତ୍ତାରେ ମୋଶା ଓ ହାରୋଣ ସମାଗମ-ତମ୍ବୁରେ ପ୍ରବେଶ କଲେ; ପୁଣି, ବାହାରେ ଆସି ଲୋକମାନଙ୍କୁ ଆଶୀର୍ବାଦ କଲେ; ସେତେବେଳେ ସମସ୍ତ ଲୋକଙ୍କ ପ୍ରତି ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶ ପାଇଲା।


ଆଉ ଦେଖ, ପୂର୍ବଦିଗସ୍ଥ ପଥରୁ ଇସ୍ରାଏଲର ପରମେଶ୍ୱରଙ୍କର ପ୍ରତାପ ଆସୁଅଛି; ତାହାଙ୍କର ଶବ୍ଦ ଜଳରାଶିର ଶବ୍ଦ ତୁଲ୍ୟ ଓ ତାହାଙ୍କର ପ୍ରତାପରେ ଭୂମି ଦୀପ୍ତିମୟ ହେଲା।


ତହିଁରେ ସୀନୟ ପର୍ବତ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତି କଲା; ଆଉ ତାହା ଛଅ ଦିନ ମେଘାଚ୍ଛନ୍ନ ହୋଇ ରହିଲା; ତହିଁ ଉତ୍ତାରେ ସେ ସପ୍ତମ ଦିନ ମେଘ ମଧ୍ୟରୁ ମୋଶାଙ୍କୁ ଡାକିଲେ।


ତହିଁରେ ହାରୋଣ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏହା କହିବା ସମୟରେ ସେମାନେ ପ୍ରାନ୍ତର ଆଡ଼େ ଅନାନ୍ତେ, ଦେଖ, ମେଘସ୍ତମ୍ଭ ମଧ୍ୟରେ ସଦାପ୍ରଭୁଙ୍କର ପ୍ରତାପ ଦେଖାଗଲା।


ତହୁଁ ମୋଶା ଯାହା ଆଜ୍ଞା କଲେ, ତାହା ସେମାନେ ସମାଗମ-ତମ୍ବୁ ନିକଟକୁ ଆଣିଲେ, ପୁଣି ସମସ୍ତ ମଣ୍ଡଳୀ ନିକଟବର୍ତ୍ତୀ ହୋଇ ସଦାପ୍ରଭୁଙ୍କ ଛାମୁରେ ଠିଆ ହେଲେ।


ଆଉ ସେହି ସ୍ଥାନରେ ଆମ୍ଭେ ଇସ୍ରାଏଲ ସନ୍ତାନଗଣ ସହିତ ସାକ୍ଷାତ କରିବା; ପୁଣି, ଆମ୍ଭ ପ୍ରତାପରେ (ତମ୍ବୁ) ପବିତ୍ରୀକୃତ ହେବ।


Swiv nou:

Piblisite


Piblisite