Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:1 - ଓଡିଆ ବାଇବେଲ

1 ଆରମ୍ଭରୁ ଯେଉଁମାନେ ଚାକ୍ଷୁଷ ସାକ୍ଷୀ ଓ ବାକ୍ୟର ପରିଚାରକ, ସେମାନେ ଆମ୍ଭମାନଙ୍କୁ ସମର୍ପଣ କରିବା ଅନୁସାରେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଆରମ୍ଭାବଧି ଯେଉଁମାନେ ଚାକ୍ଷୁଷ ସାକ୍ଷୀ ଓ ବାକ୍ୟର ପରିଚାରକ, ସେମାନେ ଆମ୍ଭମାନଙ୍କୁ ସମର୍ପଣ କରିବା ଅନୁସାରେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଶ୍ରଦ୍ଧେୟ ଥିୟୋଫିଲସ୍, ଆମ ମଧ୍ୟରେ ଯାହା ଯାହା ଘଟିଛି, ତାହାର ବିବରଣୀ ଲେଖିବା ପାଇଁ ଅନେକେ ଯଥାସାଧ୍ୟ ଚେଷ୍ଟା କରିଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଆରମ୍ଭରୁ ଯେଉଁମାନେ ଚାକ୍ଷୁଷ ସାକ୍ଷୀ ଓ ବାକ୍ୟର ପରିଚାରକ, ସେମାନେ ଆମ୍ଭମାନଙ୍କୁ ସମର୍ପଣ କରିବା ଅନୁସାରେ,

Gade chapit la Kopi

ପବିତ୍ର ବାଇବଲ

1 ପ୍ରିୟ ଥିୟଫିଲ, ଅନେକ ଲୋକ ଆମ୍ଭମାନଙ୍କ ମଧ୍ୟରେ ଘଟି ଯାଇଥିବା ଘଟଣା ଗୁଡ଼ିକର ବିବରଣୀ ଲେଖିବା ପାଇଁ ଚେଷ୍ଟା କରିଛନ୍ତି।

Gade chapit la Kopi




ଲୂକ ଲିଖିତ ସୁସମାଚାର 1:1
13 Referans Kwoze  

ଈଶ୍ୱରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି । ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ଗୃହୀତ ହେଲେ ।


କିନ୍ତୁ ତୁମ୍ଭେମାନେ ଯେପରି ବିଶ୍ୱାସ କର ଯେ, ଯୀଶୁ ଈଶ୍ୱରଙ୍କ ପୁତ୍ର ଖ୍ରୀଷ୍ଟ ଅଟନ୍ତି, ପୁଣି, ବିଶ୍ୱାସ କରି ଯେପରି ତୁମ୍ଭେମାନେ ତାହାଙ୍କ ନାମରେ ଜୀବନ ପ୍ରାପ୍ତ ହୁଅ, ଏଥି ନିମନ୍ତେ ଏସମସ୍ତ ଲେଖାଯାଇଅଛି ।


କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ୍ କଲେ, ପୁଣି, ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋ ଦ୍ୱାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇ ପାରେ ଓ ଅଣଯିହୂଦୀ ସମସ୍ତେ ତାହା ଶୁଣି ପାରନ୍ତି;


କିନ୍ତୁ ସେମାନେ ପ୍ରସ୍ଥାନ କରି ସର୍ବତ୍ର ପ୍ରଚାର କଲେ, ଆଉ ପ୍ରଭୁ ସେମାନଙ୍କର ସହକର୍ମୀ ହୋଇ ଅନୁବର୍ତ୍ତୀ ଚିହ୍ନଗୁଡ଼ିକ ଦ୍ୱାରା ସେହି ବାକ୍ୟ ପ୍ରମାଣସିଦ୍ଧ କଲେ ।


କିନ୍ତୁ ଈଶ୍ୱର ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ସାଧନ କରିବା ନିମନ୍ତେ ମଧ୍ୟ ସେ ଯେ ସକ୍ଷମ, ଏହା ଦୃଢ଼ରୂପେ ଜାଣି ତାହାଙ୍କୁ ଗୌରବ ଦେଇ ବିଶ୍ୱାସରେ ବଳବାନ ହେଲେ ।


ଜଣେ ଲୋକ ଏକ ଦିନ ଅପେକ୍ଷା ଅନ୍ୟ ଦିନକୁ ଅଧିକ ମାନ୍ୟ କରେ, ଆଉ ଜଣେ ସବୁ ଦିନକୁ ସମାନ ରୂପେ ମାନ୍ୟ କରେ । ପ୍ରତ୍ୟେକ ଲୋକ ଆପଣା ମନରେ ସ୍ଥିର ବୋଧ କରୁ ।


ମୋହର ଉଦ୍ଦେଶ୍ୟ ଏହି, ଯେପରି ସେମାନଙ୍କ ହୃଦୟ ଉତ୍ସାହିତ ହୁଏ, ପୁଣି, ସେମାନେ ଜ୍ଞାନର ପୂର୍ଣ୍ଣ ନିଶ୍ଚୟତାରୂପ ସମସ୍ତ ଧନ ପ୍ରାପ୍ତ ହେବା ନିମନ୍ତେ, ଅର୍ଥାତ୍‍ ଈଶ୍ୱରଙ୍କ ନିଗୂଢ଼ ତତ୍ତ୍ୱ ଯେ ଖ୍ରୀଷ୍ଟ, ତାହାଙ୍କୁ ଜାଣିବା ନିମନ୍ତେ ପରସ୍ପର ପ୍ରେମରେ ସଂଯୁକ୍ତ ହୁଅନ୍ତି ।


ଏପାଫ୍ରା, ଯେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି, ସେ ତ ଖ୍ରୀଷ୍ଟ ଯୀଶୁଙ୍କର ଦାସ ଏବଂ ଆପଣା ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ସର୍ବଦା ପ୍ରାଣପଣ କରୁଅଛନ୍ତି, ଯେପରି ତୁମ୍ଭେମାନେ ସିଦ୍ଧ ଓ ଈଶ୍ୱରଙ୍କ ସମସ୍ତ ଇଚ୍ଛା ସମ୍ବନ୍ଧରେ ସମ୍ପୂର୍ଣ୍ଣ ବିଶେଷଜ୍ଞ ହୋଇ ଅଟଳ ହୋଇ ରୁହ ।


ଯେଣୁ ଆମ୍ଭମାନଙ୍କ ସୁସମାଚାର କେବଳ ବାକ୍ୟରେ ନୁହେଁ, ମାତ୍ର ଶକ୍ତି, ପବିତ୍ର ଆତ୍ମା ଓ ଅତ୍ୟନ୍ତ ନିଶ୍ଚୟତା ସହ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଥିଲା ଓ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ତୁମ୍ଭମାନଙ୍କ ସହିତ ଆମ୍ଭେମାନେ କି ପ୍ରକାର ବ୍ୟବହାର କରିଥିଲୁ, ତାହା ତ ତୁମ୍ଭେମାନେ ଜାଣ ।


ମାତ୍ର ଆମ୍ଭମାନଙ୍କର ଏକାନ୍ତ ଇଚ୍ଛା ଯେ, ତୁମ୍ଭେମାନେ ପ୍ରତ୍ୟେକେ ଶେଷ ପର୍ଯ୍ୟନ୍ତ ସୁଦ୍ଧା ଦୃଢ଼ ଭରସା ସହ ସେହି ପ୍ରକାର ଯତ୍ନବାନ ହୁଅ,


ଆସ, ଆମ୍ଭେମାନେ ହୃଦୟ ପ୍ରକ୍ଷାଳନ ଦ୍ୱାରା କଳୁଷିତ ବିବେକରୁ ଶୁଚିକୃତ ଓ ନିର୍ମଳ ଜଳରେ ଧୌତଶରୀର ହୋଇ ସରଳ ହୃଦୟ ସହ ପୂର୍ଣ୍ଣ ବିଶ୍ୱାସରେ ଈଶ୍ୱରଙ୍କ ନିକଟବର୍ତ୍ତୀ ହେଉ;


Swiv nou:

Piblisite


Piblisite