Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:13 - ଓଡିଆ ବାଇବେଲ

13 କିନ୍ତୁ ଦୂତ ତାଙ୍କୁ କହିଲେ, ଜିଖରୀୟ, ଭୟ କର ନାହିଁ, କାରଣ ତୁମ୍ଭର ନିବେଦନ ଶୁଣାଯାଇଅଛି, ଆଉ ତୁମ୍ଭର ଭାର୍ଯ୍ୟା ଏଲୀଶାବେଥ ତୁମ୍ଭ ନିମନ୍ତେ ଗୋଟିଏ ପୁତ୍ର ପ୍ରସବ କରିବେ, ପୁଣି, ତୁମ୍ଭେ ତାହାର ନାମ ଯୋହନ ଦେବ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 କିନ୍ତୁ ଦୂତ ତାଙ୍କୁ କହିଲେ, ଜିଖରୀୟ, ଭୟ କର ନାହିଁ, କାରଣ ତୁମ୍ଭର ନିବେଦନ ଶୁଣାଯାଇଅଛି, ଆଉ ତୁମ୍ଭର ଭାର୍ଯ୍ୟା ଏଲୀଶାବେଥ ତୁମ୍ଭ ନିମନ୍ତେ ଗୋଟିଏ ପୁତ୍ର ପ୍ରସବ କରିବେ, ପୁଣି ତୁମ୍ଭେ ତାହାର ନାମ ଯୋହନ ଦେବ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 କିନ୍ତୁ ସ୍ୱର୍ଗଦୂତ ତାଙ୍କୁ କହିଲେ, “ଜିଖରିୟ, ଭୟ କର ନାହିଁ। ଈଶ୍ୱର ତୁମ ପ୍ରାର୍ଥନା ଶୁଣିଛନ୍ତି, ତୁମ ସ୍ତ୍ରୀ ଏଲିଶାବେଥ୍ ଏକ ପୁତ୍ର ପ୍ରସବ କରିବେ। ତୁମେ ତାହାଙ୍କ ନାମ ଯୋହନ ଦେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କିନ୍ତୁ ଦୂତ ତାହାଙ୍କୁ କହିଲେ, ଜିଖରୀୟ, ଭୟ କର ନାହିଁ, କାରଣ ତୁମ୍ଭର ନିବେଦନ ଶୁଣାଯାଇଅଛି, ଆଉ ତୁମ୍ଭର ଭାର୍ଯ୍ୟା ଏଲୀଶାବେଥ ତୁମ୍ଭ ନିମନ୍ତେ ଗୋଟିଏ ପୁତ୍ର ପ୍ରସବ କରିବେ, ପୁଣି, ତୁମ୍ଭେ ତାହାର ନାମ ଯୋହନ ଦେବ।

Gade chapit la Kopi

ପବିତ୍ର ବାଇବଲ

13 କିନ୍ତୁ ସ୍ୱର୍ଗଦୁତ ତାହାଙ୍କୁ କହିଲେ, “ଜିଖରିୟ! ଭୟ କର ନାହିଁ, ତୁମ୍ଭର ପ୍ରାର୍ଥନା ପରମେଶ୍ୱର ଶୁଣୁଛନ୍ତି। ତୁମ୍ଭର ପତ୍ନୀ ଏଲୀଶାବେଥ ଗୋଟିଏ ପୁତ୍ର ସନ୍ତାନ ଜନ୍ମ କରିବେ। ତୁମ୍ଭେମାନେ ତାହାର ନାମ ଯୋହନ ରଖିବ।

Gade chapit la Kopi




ଲୂକ ଲିଖିତ ସୁସମାଚାର 1:13
27 Referans Kwoze  

ପୁଣି, ତୁମ୍ଭର ଦାନସବୁ ଈଶ୍ୱରଙ୍କ ସାକ୍ଷାତରେ ସ୍ମରଣ କରାଯାଇଅଛି ।


ଏଉତ୍ତାରେ ସେମାନେ ଆପଣା ଗୃହକୁ ଫେରିଗଲେ। ପୁଣି, ସଦାପ୍ରଭୁ ହାନ୍ନାର ତତ୍ତ୍ୱାବଧାରଣ କଲେ ଓ ସେ ଗର୍ଭଧାରଣ କରି ତିନି ପୁତ୍ର ଓ ଦୁଇ କନ୍ୟା ପ୍ରସବ କଲେ। ଏଥି ମଧ୍ୟରେ ଶାମୁୟେଲ ବାଳକ ସଦାପ୍ରଭୁଙ୍କ ସାକ୍ଷାତରେ ବଢ଼ିବାକୁ ଲାଗିଲେ।


ସେ ବନ୍ଧ୍ୟା ସ୍ତ୍ରୀକୁ ଗୃହିଣୀ ଓ ସନ୍ତାନଗଣର ଆନନ୍ଦମୟୀ ମାତା କରନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।


ଇସ୍‍ହାକଙ୍କର ସେହି ଭାର୍ଯ୍ୟା ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସଦାପ୍ରଭୁ ତାଙ୍କର ପ୍ରାର୍ଥନା ଶୁଣନ୍ତେ, ତାହାର ଭାର୍ଯ୍ୟା ରିବିକା ଗର୍ଭବତୀ ହେଲା।


ତାହାଙ୍କୁ ସୁନ୍ନତ କରିବା ନିମନ୍ତେ ଆଠ ଦିନ ହେବାରୁ, ତାହାଙ୍କର ନାମ ଯୀଶୁ ଦିଆଗଲା; ଏହି ନାମ ତାହାଙ୍କ ଗର୍ଭାସ୍ଥ ହେବା ପୂର୍ବରୁ ଦୂତଙ୍କ ଦ୍ୱାରା ଦିଆଯାଇଥିଲା ।


ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି, କାରଣ ତୁମ୍ଭେ ମୋତେ ଉତ୍ତର ଦେଇଅଛ ଓ ମୋହର ପରିତ୍ରାଣ ହୋଇଅଛି।


ସଦାପ୍ରଭୁଙ୍କ ନିମନ୍ତେ କୌଣସି କର୍ମ କଠିନ ଅଟେ କି ? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେହି ସମୟରେ ସାରାର (କୋଳରେ) ପୁତ୍ର ଥିବ।


କିନ୍ତୁ ଯୀଶୁ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି କହିଲେ ସାହସ ଧର ଏ ତ ମୁଁ, ଭୟ କର ନାହିଁ ।


ସେତେବେଳେ ପରମେଶ୍ୱର କହିଲେ, “ତୁମ୍ଭର ଭାର୍ଯ୍ୟା ସାରା ତୁମ୍ଭ ନିମନ୍ତେ ନିଶ୍ଚୟ ପୁତ୍ର ପ୍ରସବ କରିବ, ପୁଣି, ତୁମ୍ଭେ ତାହାର ନାମ ଇସ୍‍ହାକ ରଖିବ, ପୁଣି, ଆମ୍ଭେ ତାହା ସହିତ ଆପଣା ନିୟମ ସ୍ଥିର କରିବା; ତାହା ତାହାର ଭବିଷ୍ୟତ ବଂଶ ପକ୍ଷରେ ଚିରସ୍ଥାୟୀ ନିୟମ ହେବ।


କିନ୍ତୁ ଦୂତ ସ୍ତ୍ରୀଲୋକମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଭୟ କର ନାହିଁ, କାରଣ ତୁମ୍ଭେମାନେ ଯେ କ୍ରୁଶରେ ହତ ଯୀଶୁଙ୍କୁ ଖୋଜୁଅଛ, ତାହା ମୁଁ ଜାଣେ ।


ଏଥିରେ ସେ ମୋତେ କହିଲେ, ହେ ଦାନିୟେଲ, ଭୟ କର ନାହିଁ; କାରଣ ତୁମ୍ଭେ ଯେଉଁ ପ୍ରଥମ ଦିନରୁ ବୁଝିବା ପାଇଁ ଓ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ଆପଣାକୁ ନମ୍ର କରିବା ପାଇଁ ଆପଣା ମନୋନିବେଶ କଲ, ସେହି ଦିନଠାରୁ ତୁମ୍ଭର ବାକ୍ୟ ଶୁଣାଗଲା; ଆଉ, ତୁମ୍ଭର ବାକ୍ୟ ସକାଶୁ ଆମ୍ଭେ ଆସିଅଛୁ।


ତହିଁରେ ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭର ଶାନ୍ତି ହେଉ; ଭୟ ନ କର; ତୁମ୍ଭେ ମରିବ ନାହିଁ।


ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ସହିତ କୃତ ଆମ୍ଭର ଯେଉଁ ନିୟମ ତୁମ୍ଭେମାନେ ପାଳନ କରିବ ତାହା ଏହି, ତୁମ୍ଭମାନଙ୍କର ପ୍ରତ୍ୟେକ ପୁରୁଷ ସୁନ୍ନତ ହେବ।


ସେଥିରେ ଦୂତ ତାହାଙ୍କୁ କହିଲେ, ଆଗୋ ମରୀୟମ, ଭୟ କର ନାହିଁ, କାରଣ ତୁମ୍ଭେ ଈଶ୍ୱରଙ୍କ ଛାମୁରେ ଅନୁଗ୍ରହ ପାଇଅଛ ।


ଏଥିଉତ୍ତାରେ ମୁଁ ଭବିଷ୍ୟଦ୍‍ବକ୍ତ୍ରୀ ସହ ଶୟନ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା। ତେବେ ସଦାପ୍ରଭୁ ମୋତେ କହିଲେ, “ତାହାର ନାମ ମହେର-ଶାଲଲହାଶ୍‍-ବସ୍‍ ରଖ।


ଆଉ, ଗୋମର ପୁନର୍ବାର ଗର୍ଭଧାରଣ କରି ଏକ କନ୍ୟା ପ୍ରସବ କଲା। ଆଉ, ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭେ ତାହାର ନାମ ଲୋ-ରୁହାମା ରଖ; କାରଣ ଆମ୍ଭେ କୌଣସି ପ୍ରକାରେ ଇସ୍ରାଏଲ ବଂଶକୁ କ୍ଷମା କରିବା ପାଇଁ ସେମାନଙ୍କ ପ୍ରତି ଆଉ ଦୟା ପ୍ରକାଶ କରିବା ନାହିଁ।


ତହୁଁ ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭେ ତାହାର ନାମ ଯିଷ୍ରିୟେଲ ରଖ; କାରଣ ଅଳ୍ପ ସମୟ ପରେ ଆମ୍ଭେ ଯେହୂର ବଂଶକୁ ଯିଷ୍ରିୟେଲର ରକ୍ତପାତର ପ୍ରତିଫଳ ଭୋଗ କରାଇବା ଓ ଇସ୍ରାଏଲ ବଂଶର ରାଜ୍ୟ ଶେଷ କରାଇବା।


ସେଥିରେ ସେ ସେମାନଙ୍କୁ କହିଲେ, ଭୟ କର ନାହିଁ; ତୁମ୍ଭେମାନେ କ୍ରୁଶରେ ହତ ନାଜରିତୀୟ ଯୀଶୁଙ୍କର ଅନ୍ୱେଷଣ କରୁଅଛ; ସେ ଉଠିଅଛନ୍ତି, ସେ ଏଠାରେ ନାହାଁନ୍ତି; ଦେଖ, ଏହି ସ୍ଥାନରେ ସେମାନେ ତାହାଙ୍କୁ ରଖଥିଲେ ।


ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ ।"


ସେ ତୁମ୍ଭର ଆନନ୍ଦ ଓ ଉଲ୍ଲାସର କାରଣ ହେବ, ପୁଣି, ଅନେକେ ତାହାର ଜନ୍ମରେ ଆନନ୍ଦ କରିବେ ।


Swiv nou:

Piblisite


Piblisite