Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:14 - ଓଡିଆ ବାଇବେଲ

14 ସେ ତୁମ୍ଭର ଆନନ୍ଦ ଓ ଉଲ୍ଲାସର କାରଣ ହେବ, ପୁଣି, ଅନେକେ ତାହାର ଜନ୍ମରେ ଆନନ୍ଦ କରିବେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ସେ ତୁମ୍ଭର ଆନନ୍ଦ ଓ ଉଲ୍ଲାସର କାରଣ ହେବ, ପୁଣି ଅନେକେ ତାହାର ଜନ୍ମରେ ଆନନ୍ଦ କରିବେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ସେ ଜନ୍ମ ହେଲେ ତୁମେ ଅତ୍ୟନ୍ତ ଆନନ୍ଦି ଓ ସୁଖୀ ହେବ ଏବଂ ତାଙ୍କ ଦ୍ୱାରା ଅନେକେ ଆନନ୍ଦ ପାଇବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସେ ତୁମ୍ଭର ଆନନ୍ଦ ଓ ଉଲ୍ଲାସର କାରଣ ହେବ, ପୁଣି, ଅନେକେ ତାହାର ଜନ୍ମରେ ଆନନ୍ଦ କରିବେ।

Gade chapit la Kopi

ପବିତ୍ର ବାଇବଲ

14 ତୁମ୍ଭେ ଅତ୍ୟନ୍ତ ଖୁସୀ ହେବ। ତାହାଙ୍କର ଜନ୍ମ ହେତୁ ବହୁତ ଲୋକ ଖୁସୀ ହେବେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 1:14
8 Referans Kwoze  

ଆଉ ପ୍ରଭୁ ଯେ ତାଙ୍କ ପ୍ରତି ମହା ଦୟା ପ୍ରକାଶ କରିଅଛନ୍ତି, ଏହା ଶୁଣି ତାଙ୍କ ପ୍ରତିବାସୀ ଓ ସମ୍ପର୍କୀୟମାନେ ତାଙ୍କ ସହିତ ଆନନ୍ଦ କରିବାକୁ ଲାଗିଲେ ।


ଧାର୍ମିକର ପିତା ଅତିଶୟ ଆନନ୍ଦ କରେ, ପୁଣି, ଜ୍ଞାନୀ ସନ୍ତାନର ଜନ୍ମଦାତା ତାହା ହେତୁ ହୃଷ୍ଟ ହୁଏ।


ଜ୍ଞାନୀ ପୁତ୍ର ପିତାର ଆହ୍ଲାଦ ଜନ୍ମାଏ; ମାତ୍ର ମୂର୍ଖ ପୁତ୍ର ଆପଣା ମାତାକୁ ତୁଚ୍ଛ କରେ।


ଆଉ ସାରା କହିଲେ, “ପରମେଶ୍ୱର ମୋତେ ହସାଇଲେ, ଏହା ଶୁଣି ସମସ୍ତେ ମୋ’ ସହିତ ହସିବେ।”


ହେ ମୋହର ପୁତ୍ର, ତୁମ୍ଭର ମନ ଜ୍ଞାନୀ ହେଲେ, ମୋହର, ବିଶେଷରେ ମୋହର ମନ ହୃଷ୍ଟ ହେବ।


କିନ୍ତୁ ଦୂତ ତାଙ୍କୁ କହିଲେ, ଜିଖରୀୟ, ଭୟ କର ନାହିଁ, କାରଣ ତୁମ୍ଭର ନିବେଦନ ଶୁଣାଯାଇଅଛି, ଆଉ ତୁମ୍ଭର ଭାର୍ଯ୍ୟା ଏଲୀଶାବେଥ ତୁମ୍ଭ ନିମନ୍ତେ ଗୋଟିଏ ପୁତ୍ର ପ୍ରସବ କରିବେ, ପୁଣି, ତୁମ୍ଭେ ତାହାର ନାମ ଯୋହନ ଦେବ ।


ଯେଣୁ ସେ ପ୍ରଭୁଙ୍କ ଛାମୁରେ ମହାନ ହେବ; ସେ ଦ୍ରାକ୍ଷାରସ କି ମଦ୍ୟ କେବେ ହେଁ ପାନ କରିବ ନାହିଁ, ପୁଣି, ମାତାର ଉଦରରୁ ହିଁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବ,


ତୁମ୍ଭର ପୁତ୍ର ସନ୍ତାନ ହୋଇଅଛି ବୋଲି ସମ୍ବାଦ ଦେଇ ଯେଉଁ ଲୋକ ମୋର ପିତାଙ୍କୁ ଅତି ଆନନ୍ଦିତ କରିଥିଲା, ସେ ଶାପଗ୍ରସ୍ତ ହେଉ।


Swiv nou:

Piblisite


Piblisite