Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:18 - ଓଡିଆ ବାଇବେଲ

18 ଏଥିରେ ଜିଖରୀୟ ଦୂତଙ୍କୁ କହିଲେ, ମୁଁ କେଉଁ ଚିହ୍ନ ଦ୍ୱାରା ଏହା ଜାଣିବି ? କାରଣ ମୁଁ ତ ବୃଦ୍ଧ, ପୁଣି, ମୋହର ଭାର୍ଯ୍ୟାଙ୍କ ବୟସ ଅଧିକ ହେଲାଣି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଏଥିରେ ଜିଖରୀୟ ଦୂତଙ୍କୁ କହିଲେ, ମୁଁ କେଉଁ ଚିହ୍ନ ଦ୍ଵାରା ଏହା ଜାଣିବି? କାରଣ ମୁଁ ତ ବୃଦ୍ଧ, ପୁଣି ମୋହର ଭାର୍ଯ୍ୟାଙ୍କ ବୟସ ଅଧିକ ହେଲାଣି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ଜିଖରିୟ ସ୍ୱର୍ଗଦୂତଙ୍କୁ କହିଲେ, “ଏ ବିଷୟ ଘଟିବ ବୋଲି ମୁଁ କିପରି ଜାଣିବି? ମୁଁ ବୃଦ୍ଧ ଓ ମୋ’ ସ୍ତ୍ରୀ ମଧ୍ୟ ବୃଦ୍ଧା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏଥିରେ ଜିଖରୀୟ ଦୂତଙ୍କୁ କହିଲେ, ମୁଁ କେଉଁ ଚିହ୍ନ ଦ୍ୱାରା ଏହା ଜାଣିବି? କାରଣ ମୁଁ ତ ବୃଦ୍ଧ, ପୁଣି, ମୋହର ଭାର୍ଯ୍ୟାଙ୍କ ବୟସ ଅଧିକ ହେଲାଣି।

Gade chapit la Kopi

ପବିତ୍ର ବାଇବଲ

18 ଜିଖରିୟ ସ୍ୱର୍ଗଦୂତଙ୍କୁ କହିଲେ, “ତୁମ୍ଭେ ଯାହା କହୁଛ, ତାହା ସତ୍ୟ ବୋଲି ମୁଁ କିପରି ଜାଣିବି? ମୁଁ ଜଣେ ବୁଢ଼ା ଲୋକ ଓ ମୋର ପତ୍ନୀ ମଧ୍ୟ ବୁଢ଼ୀ ହୋଇଗଲେଣି।”

Gade chapit la Kopi




ଲୂକ ଲିଖିତ ସୁସମାଚାର 1:18
10 Referans Kwoze  

ସେତେବେଳେ ଅବ୍ରହାମ ମୁହଁ ମାଡ଼ି ପଡ଼ି ହସିଲେ, ପୁଣି, ମନେ ମନେ କହିଲେ, “ପୁରୁଷର ଶହେ ବର୍ଷ ବୟସରେ କି ସନ୍ତାନ ଜାତ ହେବ ? ନବେ ବର୍ଷ ବୟସ୍କା ସାରା କି ପ୍ରସବ କରିବ ?”


କିନ୍ତୁ ମରୀୟମ ଦୂତଙ୍କୁ କହିଲେ, ଏହା କିପରି ହେବ ? ମୁଁ ତ ପୁରୁଷକୁ ଜାଣେ ନାହିଁ ।


ସେତେବେଳେ ରାଜା ଯେଉଁ ସେନାପତି ହସ୍ତରେ ନିର୍ଭର କରିଥିଲେ, ସେ ପରମେଶ୍ୱରଙ୍କ ଲୋକଙ୍କୁ ଉତ୍ତର କରି କହିଲା, “ଦେଖ, ଯେବେ ସଦାପ୍ରଭୁ ଆକାଶରେ ଦ୍ୱାର କରନ୍ତି, ତେବେ ହେଁ କ’ଣ ଏ କଥା ହୋଇ ପାରିବ ?” ତହିଁରେ ଇଲୀଶାୟ କହିଲେ, “ଦେଖ, ତୁମ୍ଭେ ସ୍ୱଚକ୍ଷୁରେ ତାହା ଦେଖିବ, ମାତ୍ର ତହିଁରୁ ଭୋଜନ କରିବ ନାହିଁ।”


ତହୁଁ ଅବ୍ରାମ କହିଲେ, “ହେ ପ୍ରଭୁ, ସଦାପ୍ରଭୁ, ମୁଁ ଯେ ଏ ଦେଶର ଅଧିକାରୀ ହେବି, ତାହା ମୁଁ କିପରି ଜାଣିବି ?”


କିନ୍ତୁ ସେମାନଙ୍କର ସନ୍ତାନ ନ ଥିଲେ, କାରଣ ଏଲୀଶାବେଥ ବନ୍ଧ୍ୟା ଥିଲେ, ପୁଣି, ଉଭୟଙ୍କ ବୟସ ଅଧିକ ହୋଇଯାଇଥିଲା ।


ହିଜକୀୟ ମଧ୍ୟ କହିଥିଲା, “ମୁଁ ଯେ ସଦାପ୍ରଭୁଙ୍କ ଗୃହକୁ ଯିବି, ଏଥିର ଚିହ୍ନ କଅଣ ?”


ଏନିମନ୍ତେ ସାରା ହସି ମନେ ମନେ କହିଲେ, “ମୋହର ଏହି ଶୀର୍ଣ୍ଣାବସ୍ଥାରେ କି ଏରୂପ ଆନନ୍ଦ ହେବ ? ବିଶେଷତଃ ମୋହର ପ୍ରଭୁ ମଧ୍ୟ ବୃଦ୍ଧ।”


ତାଙ୍କ ବୟସ ପ୍ରାୟ ଏକ ଶତ ବର୍ଷ ହେବାରୁ ସେ ଆପଣା ଶରୀରକୁ ମୃତବତ୍‍ ଓ ସାରାଙ୍କ ଗର୍ଭକୁ ମୃତ ବୋଲି ବିବେଚନା କଲେ ସୁଦ୍ଧା ବିଶ୍ୱାସରେ ଦୁର୍ବଳ ହେଲେ ନାହିଁ,


Swiv nou:

Piblisite


Piblisite