Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:19 - ଓଡିଆ ବାଇବେଲ

19 ଦୂତ ତାହାଙ୍କୁ ଉତ୍ତର ଦେଲେ, ମୁଁ ଗାବ୍ରିଏଲ, ମୁଁ ଈଶ୍ୱରଙ୍କ ଉପସ୍ଥିତିରେ ଠିଆ ହୁଏ, ଆଉ ତୁମ୍ଭକୁ କହିବାକୁ ଓ ଏହି ସୁସମାଚାର ଜଣାଇବାକୁ ମୁଁ ପଠାଯାଇଅଛି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଦୂତ ତାଙ୍କୁ ଉତ୍ତର ଦେଲେ, ମୁଁ ଗାବ୍ରିଏଲ, ମୁଁ ଈଶ୍ଵରଙ୍କ ସାକ୍ଷାତରେ ଉଭା ହୋଇଥାଏ, ଆଉ ତୁମ୍ଭକୁ କହିବାକୁ ଓ ଏହି ସୁସମାଚାର ଜଣାଇବାକୁ ମୁଁ ପ୍ରେରିତ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ସ୍ୱର୍ଗଦୂତ ଉତ୍ତର ଦେଲେ, “ମୁଁ ଗାବ୍ରିଏଲ୍। ଯେଉଁ ଈଶ୍ୱର ତୁମକୁ ଏହି ଶୁଭବାର୍ତ୍ତା ଜଣାଇବା ପାଇଁ ମୋତେ ପଠାଇଛନ୍ତି, ମୁଁ ତାଙ୍କ ଛାମୁରେ ଠିଆ ହୋଇଥାଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଦୂତ ତାହାଙ୍କୁ ଉତ୍ତର ଦେଲେ, ମୁଁ ଗାବ୍ରିଏଲ, ମୁଁ ଈଶ୍ବରଙ୍କ ଉପସ୍ଥିତିରେ ଠିଆ ହୁଏ, ଆଉ ତୁମ୍ଭକୁ କହିବାକୁ ଓ ଏହି ସୁସମାଚାର ଜଣାଇବାକୁ ମୁଁ ପଠାଯାଇଅଛି।

Gade chapit la Kopi

ପବିତ୍ର ବାଇବଲ

19 ସ୍ୱର୍ଗଦୂତ ଉତ୍ତର ଦେଲେ, “ମୁଁ ଗାବ୍ରିଏଲ। ମୁଁ ପରମେଶ୍ୱରଙ୍କ ସାମନାରେ ଠିଆ ହୋଇଥାଏ। ତୁମ୍ଭ ସହିତ କଥାବାର୍ତ୍ତା କରିବାକୁ ଓ ଏ ସୁସମାଗ୍ଭର ଦେବାକୁ ପରମେଶ୍ୱର ମୋତେ ପଠାଇଛନ୍ତି।

Gade chapit la Kopi




ଲୂକ ଲିଖିତ ସୁସମାଚାର 1:19
8 Referans Kwoze  

ଏଲୀଶାବେଥଙ୍କ ଗର୍ଭର ଛଅ ମାସରେ ଗାବ୍ରିଏଲ ଦୂତ ଈଶ୍ୱରଙ୍କ ନିକଟରୁ ଗାଲିଲୀର ନାଜରିତ ନାମକ ନଗରକୁ ଜଣେ କନ୍ୟା ନିକଟକୁ ପଠାଗଲେ;


ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ୱର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ୱର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି ।


ପୁଣି, ଉଳୟ ନଦୀ ମଧ୍ୟରୁ ମୁଁ ମନୁଷ୍ୟର ରବ ଶୁଣିଲି, ସେ ଡାକି କହିଲେ, ହେ ଗାବ୍ରିଏଲ, ଏହି ମନୁଷ୍ୟକୁ ଦର୍ଶନର ତାତ୍ପର୍ଯ୍ୟ ବୁଝାଇ ଦିଅ।


ଅତଏବ ସ୍ୱର୍ଗସମୂହ ମଧ୍ୟ ଦେଇ ଗମନ କରିଅଛନ୍ତି ଯେ ଈଶ୍ୱରଙ୍କ ପୁତ୍ର ଯୀଶୁ, ସେ ଆମ୍ଭମାନଙ୍କର ପ୍ରଧାନ ମହାଯାଜକ ହେବାରୁ ଆସ, ଆମ୍ଭେମାନେ ଆମ୍ଭମାନଙ୍କ ବିଶ୍ୱାସମତକୁ ଦୃଢ଼ ଭାବରେ ଧାରଣ କରୁ ।


ସେଥିରେ ଦୂତ ସେମାନଙ୍କୁ କହିଲେ, ଭୟ କର ନାହିଁ; ଦେଖ, ମୁଁ ସମସ୍ତ ଲୋକଙ୍କର ଅତ୍ୟନ୍ତ ଆନନ୍ଦଜନକ ସୁସମାଚାର ତୁମ୍ଭମାନଙ୍କୁ ଜଣାଉଅଛି,


ଦେଖ, ଏହି ସମସ୍ତ ନ ଘଟିବା ଦିନ ପର୍ଯ୍ୟନ୍ତ ତୁମ୍ଭେ ନୀରବ ରହି କଥା କହି ପାରିବ ନାହିଁ, କାରଣ ମୋହର ଯେଉଁ ସବୁ ବାକ୍ୟ ଯଥା ସମୟରେ ସଫଳ ହେବ, ସେହି ସବୁ ତୁମ୍ଭେ ବିଶ୍ୱାସ କଲ ନାହିଁ ।


କିନ୍ତୁ ତୁମ୍ଭେମାନେ ଯେପରି ଏହି ସମସ୍ତ ଆଗାମୀ ଘଟଣାରୁ ରକ୍ଷା ପାଇବାକୁ ଓ ମନୁଷ୍ୟପୁତ୍ରଙ୍କ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହୁଅ, ଏନିମନ୍ତେ ସର୍ବଦା ପ୍ରାର୍ଥନା କରି ଜାଗି ରୁହ ।


Swiv nou:

Piblisite


Piblisite