Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:21 - ଓଡିଆ ବାଇବେଲ

21 ଇତିମଧ୍ୟରେ ଲୋକମାନେ ଜିଖରୀୟଙ୍କ ଅପେକ୍ଷାରେ ଥିଲେ, ଆଉ ମନ୍ଦିରରେ ତାଙ୍କର ବିଳମ୍ବ ଘଟିବାରେ ସେମାନେ ଆଶ୍ଚର୍ଯ୍ୟ ହେଉଥିଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଇତିମଧ୍ୟରେ ଲୋକମାନେ ଜିଖରୀୟଙ୍କ ଅପେକ୍ଷାରେ ଥିଲେ, ଆଉ ମନ୍ଦିରରେ ତାଙ୍କର ବିଳମ୍ଵ ଘଟିବାରେ ସେମାନେ ଚମତ୍କୃତ ହେଉଥିଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ଏହି ସମୟରେ ଲୋକମାନେ ବାହାରେ ଜିଖରିୟଙ୍କୁ ଅପେକ୍ଷା କରି ରହିଥିଲେ। ସେ କାହିଁକି ଏତେ ସମୟ ମନ୍ଦିରରେ ରହିଯାଇଛନ୍ତି, ସେମାନେ ବୁଝି ନ ପାରି ଆଶ୍ଚର୍ଯ୍ୟ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଇତିମଧ୍ୟରେ ଲୋକମାନେ ଜିଖରୀୟଙ୍କ ଅପେକ୍ଷାରେ ଥିଲେ, ଆଉ ମନ୍ଦିରରେ ତାଙ୍କର ବିଳମ୍ବ ଘଟିବାରେ ସେମାନେ ଆଶ୍ଚର୍ଯ୍ୟ ହେଉଥିଲେ।

Gade chapit la Kopi

ପବିତ୍ର ବାଇବଲ

21 ତେଣେ ଲୋକମାନେ ବାହାରେ ଜିଖରିୟଙ୍କୁ ଅପେକ୍ଷା କରିଥିଲେ। ସେମାନେ ଆଶ୍ଚର୍ଯ୍ୟ ହେଲେ ଯେ ଏତେ ସମୟ ପର୍ଯ୍ୟନ୍ତ ଜିଖରିୟ ମନ୍ଦିର ଭିତରେ କାହିଁକି ଅଟକି ରହିଛନ୍ତି!

Gade chapit la Kopi




ଲୂକ ଲିଖିତ ସୁସମାଚାର 1:21
5 Referans Kwoze  

ଯୀଶୁ ଏହା ଶୁଣି ଚମତ୍କୃତ ହୋଇ ପଛରେ ଆସୁଥିବା ଲୋକଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ମଧ୍ୟରେ କାହାରିଠାରେ ଏଡ଼େ ବଡ଼ ବିଶ୍ୱାସ ପାଇ ନାହିଁ ।


ତୁ ତାହା ବୁଝ । ତହିଁରେ ସେ ରୌପ୍ୟମୁଦ୍ରାଗୁଡ଼ାକ ମନ୍ଦିର ଭିତରେ ଫୋପାଡ଼ିଦେଇ ଚାଲିଗଲା, ପୁଣି, ଯାଇ ଆପଣାକୁ ଫାଶୀ ଦେଲା ।


ଦେଖ, ଏହି ସମସ୍ତ ନ ଘଟିବା ଦିନ ପର୍ଯ୍ୟନ୍ତ ତୁମ୍ଭେ ନୀରବ ରହି କଥା କହି ପାରିବ ନାହିଁ, କାରଣ ମୋହର ଯେଉଁ ସବୁ ବାକ୍ୟ ଯଥା ସମୟରେ ସଫଳ ହେବ, ସେହି ସବୁ ତୁମ୍ଭେ ବିଶ୍ୱାସ କଲ ନାହିଁ ।


କିନ୍ତୁ ସେ ବାହାରି ଆସି ସେମାନଙ୍କୁ କଥା କହି ପାରିଲେ ନାହିଁ; ଏଥିରେ ସେ ମନ୍ଦିରରେ ଦର୍ଶନ ପାଇଛନ୍ତି ବୋଲି ସେମାନେ ବୁଝିଲେ, ଆଉ ସେ ସେମାନଙ୍କୁ ସଙ୍କେତ କରିବାକୁ ଲାଗିଲେ ଓ ମୂକ ହୋଇ ରହିଲେ ।


Swiv nou:

Piblisite


Piblisite