Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:30 - ଓଡିଆ ବାଇବେଲ

30 ସେଥିରେ ଦୂତ ତାହାଙ୍କୁ କହିଲେ, ଆଗୋ ମରୀୟମ, ଭୟ କର ନାହିଁ, କାରଣ ତୁମ୍ଭେ ଈଶ୍ୱରଙ୍କ ଛାମୁରେ ଅନୁଗ୍ରହ ପାଇଅଛ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ସେଥିରେ ଦୂତ ତାଙ୍କୁ କହିଲେ, ଆଗୋ ମରୀୟମ, ଭୟ କର ନାହିଁ, କାରଣ ତୁମ୍ଭେ ଈଶ୍ଵରଙ୍କ ଛାମୁରେ ଅନୁଗ୍ରହ ପ୍ରାପ୍ତ ହୋଇଅଛ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

30 ସ୍ୱର୍ଗଦୂତ ତାଙ୍କୁ କହିଲେ, “ଭୟ କର ନାହିଁ, ମରିୟମ, ତୁମେ ଈଶ୍ୱରଙ୍କ ଅନୁଗ୍ରହ ପାତ୍ରୀ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ସେଥିରେ ଦୂତ ତାହାଙ୍କୁ କହିଲେ, ଆଗୋ ମରୀୟମ, ଭୟ କର ନାହିଁ, କାରଣ ତୁମ୍ଭେ ଈଶ୍ବରଙ୍କ ଛାମୁରେ ଅନୁଗ୍ରହ ପାଇଅଛ।

Gade chapit la Kopi

ପବିତ୍ର ବାଇବଲ

30 ସ୍ୱର୍ଗଦୂତ ତାହାଙ୍କୁ କହିଲେ, “ମରିୟମ! ଭୟ କର ନାହିଁ। କାରଣ ପରମେଶ୍ୱର ତୁମ୍ଭ ଉପରେ ପ୍ରସନ୍ନ ହୋଇଛନ୍ତି।

Gade chapit la Kopi




ଲୂକ ଲିଖିତ ସୁସମାଚାର 1:30
13 Referans Kwoze  

କିନ୍ତୁ ଦୂତ ତାଙ୍କୁ କହିଲେ, ଜିଖରୀୟ, ଭୟ କର ନାହିଁ, କାରଣ ତୁମ୍ଭର ନିବେଦନ ଶୁଣାଯାଇଅଛି, ଆଉ ତୁମ୍ଭର ଭାର୍ଯ୍ୟା ଏଲୀଶାବେଥ ତୁମ୍ଭ ନିମନ୍ତେ ଗୋଟିଏ ପୁତ୍ର ପ୍ରସବ କରିବେ, ପୁଣି, ତୁମ୍ଭେ ତାହାର ନାମ ଯୋହନ ଦେବ ।


ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କ'ଣ କହିବା ? ଯଦି ଈଶ୍ୱର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ ?


କିନ୍ତୁ ଯୀଶୁ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି କହିଲେ ସାହସ ଧର ଏ ତ ମୁଁ, ଭୟ କର ନାହିଁ ।


ହେ ସାନ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ସେହି ରାଜ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କର ପିତାଙ୍କର ମହା ଆନନ୍ଦ ।


ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।


କିନ୍ତୁ ଦୂତ ସ୍ତ୍ରୀଲୋକମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଭୟ କର ନାହିଁ, କାରଣ ତୁମ୍ଭେମାନେ ଯେ କ୍ରୁଶରେ ହତ ଯୀଶୁଙ୍କୁ ଖୋଜୁଅଛ, ତାହା ମୁଁ ଜାଣେ ।


ଯେ ତୁମ୍ଭକୁ ନିର୍ମାଣ କଲେ ଓ ଗର୍ଭରୁ ତୁମ୍ଭକୁ ଗଢ଼ିଲେ, ଯେ ତୁମ୍ଭର ସାହାଯ୍ୟ କରିବେ, ସେହି ସଦାପ୍ରଭୁ ଏହି କଥା କହନ୍ତି; “ହେ ଆମ୍ଭର ଦାସ ଯାକୁବ, ହେ ଆମ୍ଭର ମନୋନୀତ ଯିଶୁରୁଣ, ଭୟ କର ନାହିଁ।


ହେ କୀଟ ସ୍ୱରୂପ ଯାକୁବ ଓ ହେ ଇସ୍ରାଏଲୀୟ ନରଗଣ, ଭୟ କର ନାହିଁ; ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା” ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।


ପାଉଲ, ଭୟ କର ନାହିଁଁ; କାଇସରଙ୍କର ସମ୍ମୁଖରେ ତୁମ୍ଭକୁ ଠିଆ ହେବାକୁ ହେବ, ଆଉ ଦେଖ, ତୁମ୍ଭର ସହଯାତ୍ରୀ ସମସ୍ତଙ୍କୁ ଈଶ୍ୱର ତୁମ୍ଭକୁ ଦାନ କରିଅଛନ୍ତି ।


ଅତଏବ ଆମ୍ଭେମାନେ ସାହସପୂର୍ବକ କହି ପାରୁ, ପ୍ରଭୁ ମୋହର ସହାୟ, ମୁଁ ଭୟ କରିବି ନାହିଁ ମନୁଷ୍ୟ ମୋହର କ'ଣ କରିବ ?


ମାତ୍ର, ନୋହ ସଦାପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପ୍ରାପ୍ତ ହେଲେ।


Swiv nou:

Piblisite


Piblisite