Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:33 - ଓଡିଆ ବାଇବେଲ

33 ସେ ଯାକୁବ ବଂଶ ଉପରେ ଯୁଗେ ଯୁଗେ ଶାସନ କରିବେ, ପୁଣି, ତାହାଙ୍କ ରାଜ୍ୟର ଶେଷ ହେବ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ସେ ଯାକୁବବଂଶ ଉପରେ ଯୁଗେ ଯୁଗେ ରାଜତ୍ଵ କରବେ, ପୁଣି ତାହାଙ୍କ ରାଜ୍ୟର ଶେଷ ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

33 ଓ ସେ ଅନନ୍ତକାଳ ପର୍ଯ୍ୟନ୍ତ ଯାକୁବଙ୍କ ବଂଶଧରମାନଙ୍କ ରାଜା ହେବେ; ତାଙ୍କ ରାଜ୍ୟର କେବେ ଅବସାନ ହେବ ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ସେ ଯାକୁବ ବଂଶ ଉପରେ ଯୁଗେ ଯୁଗେ ଶାସନ କରିବେ, ପୁଣି, ତାହାଙ୍କ ରାଜ୍ୟର ଶେଷ ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

33 ସେ ଅନନ୍ତକାଳ ପର୍ଯ୍ୟନ୍ତ ଯାକୁବବଂଶ ଉପରେ ରାଜତ୍ୱ କରିବେ। ଯୀଶୁଙ୍କ ରାଜ୍ୟର କେବେ ହେଲେ ଶେଷ ହେବ ନାହିଁ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 1:33
28 Referans Kwoze  

ପୁଣି, ସେହି ରାଜାଗଣର ସମୟରେ ସ୍ୱର୍ଗସ୍ଥ ପରମେଶ୍ୱର ଗୋଟିଏ ରାଜ୍ୟ ସ୍ଥାପନ କରିବେ, ତାହା କଦାଚ ବିନଷ୍ଟ ହେବ ନାହିଁ, କିଅବା ତହିଁର ଆଧିପତ୍ୟ ଅନ୍ୟ ଗୋଷ୍ଠୀର ହସ୍ତରେ ଛଡ଼ା ଯିବ ନାହିଁ; ମାତ୍ର ତାହା ଏହିସବୁ ରାଜ୍ୟକୁ ଖଣ୍ଡ ଖଣ୍ଡ ଓ ନଷ୍ଟ କରି ଆପେ ଚିରସ୍ଥାୟୀ ହେବ।


ଅପର ପକ୍ଷରେ ସେ ପୁତ୍ରଙ୍କ ବିଷୟରେ କହନ୍ତି, "ହେ ଈଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ, ପୁଣି, ନ୍ୟାୟର ଦଣ୍ଡ ତୁମ୍ଭର ରାଜ୍ୟର ଦଣ୍ଡ ଅଟେ ।''


ଆଉ, ଶାସନ କାଳ ଓ କର୍ତ୍ତୃତ୍ୱ ଓ ଆକାଶମଣ୍ଡଳର ଅଧଃସ୍ଥିତ ରାଜ୍ୟସମୂହର ମହିମା, ସର୍ବୋପରିସ୍ଥଙ୍କର ପବିତ୍ର ଲୋକମାନଙ୍କୁ ଦତ୍ତ ହେବ; ତାହାଙ୍କର ରାଜ୍ୟ ଅନନ୍ତ-କାଳୀନ ରାଜ୍ୟ ଓ ଯାବତୀୟ ଶାସନକର୍ତ୍ତା ତାହାଙ୍କର ସେବା କରିବେ ଓ ତାହାଙ୍କର ଆଜ୍ଞାବହ ହେବେ।


ପୁଣି ତୁମ୍ଭ ବଂଶ ଓ ତୁମ୍ଭ ରାଜତ୍ୱ ତୁମ୍ଭ ସମ୍ମୁଖରେ ଅନନ୍ତ କାଳ ସ୍ଥିରୀକୃତ ହେବ; ତୁମ୍ଭର ସିଂହାସନ ଅନନ୍ତ କାଳସ୍ଥାୟୀ ହେବ।”


ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ ।


ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି ।


ହେ ପରମେଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ; ତୁମ୍ଭର ରାଜଦଣ୍ଡ ନ୍ୟାୟଦଣ୍ଡ ଅଟେ।


ପୁଣି, ଆମ୍ଭେ ପଙ୍ଗୁକୁ ଅବଶିଷ୍ଟାଂଶ କରି ରଖିବା ଓ ଯେ ଦୁରୀକୃତ ହୋଇଥିଲା, ତାହାକୁ ବଳବତୀ ଗୋଷ୍ଠୀ କରିବା ଆଉ, ସଦାପ୍ରଭୁ ଆଜିଠାରୁ ସଦାକାଳ ପର୍ଯ୍ୟନ୍ତ ସିୟୋନ ପର୍ବତରେ ସେମାନଙ୍କ ଉପରେ ରାଜତ୍ୱ କରିବେ।


ମାତ୍ର ସର୍ବୋପରିସ୍ଥଙ୍କର ପବିତ୍ରଗଣ ରାଜ୍ୟ ପ୍ରାପ୍ତ ହେବେ ଓ ଚିର କାଳ, ଅର୍ଥାତ୍‍, ଅନନ୍ତ କାଳ ପର୍ଯ୍ୟନ୍ତ ରାଜ୍ୟ ଭୋଗ କରିବେ।’


ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରାହାମଙ୍କ ବଂଶ, ପ୍ରତିଜ୍ଞା ଅନୁସାରେ ଉତ୍ତରାଧିକାରୀ ।


କିନ୍ତୁ ଈଶ୍ୱରଙ୍କ ବାକ୍ୟ ଯେ ବିଫଳ ହୋଇଅଛି, ଏପରି ନୁହେଁ । କାରଣ ଯେଉଁମାନେ ଇସ୍ରାଏଲ ବଂଶରେ ଜାତ, ସେମାନେ ଯେ ସମସ୍ତେ ଇସ୍ରାଏଲ,


ଆଉ, ଯେତେ ଲୋକ ଏହି ନିୟମାନୁସାରେ ଆଚରଣ କରନ୍ତି, ସେମାନଙ୍କ ଉପରେ ଓ ଈଶ୍ୱରଙ୍କର ଇସ୍ରାଏଲ ଉପରେ ଶାନ୍ତି ଓ ଦୟା ବର୍ତ୍ତୁ ।


କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ପ୍ରାପ୍ତ, ଆମ୍ଭେମାନେ ଈଶ୍ୱରଙ୍କ ଆତ୍ମାରେ ଉପାସନା କରୁ, ପୁଣି, ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରୁ ।


ଅବ୍ରାହାମଙ୍କ ସନ୍ତାନ ଓ ଦାଉଦଙ୍କ ସନ୍ତାନ ଯୀଶୁଖ୍ରୀଷ୍ଟଙ୍କ ବଂଶାବଳୀ ।


ପୁଣି, ଏଷୌର ପର୍ବତର ବିଚାର କରିବା ନିମନ୍ତେ ଉଦ୍ଧାରକର୍ତ୍ତାମାନେ ସିୟୋନ ପର୍ବତକୁ ଆସିବେ; ପୁଣି, ରାଜ୍ୟ ସଦାପ୍ରଭୁଙ୍କର ହେବ।


ସେ ଆମ୍ଭ ନାମ ନିମନ୍ତେ ଏକ ଗୃହ ନିର୍ମାଣ କରିବ ଓ ଆମ୍ଭେ ତାହାର ରାଜ୍ୟ-ସିଂହାସନ ଅନନ୍ତକାଳସ୍ଥାୟୀ କରିବା।


ଆମ୍ଭେ ତୁମ୍ଭ ବଂଶକୁ ସଦାକାଳ ସୁସ୍ଥିର କରିବା ଓ ପୁରୁଷ-ପରମ୍ପରା ପର୍ଯ୍ୟନ୍ତ ତୁମ୍ଭର ସିଂହାସନ ଗଢ଼ିବା।” [ସେଲା]


ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତ କାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍‍ଯୋଗ ଏହା ସାଧନ କରିବ।


ପୁଣି, ଦୟାରେ ଏକ ସିଂହାସନ ସ୍ଥାପିତ ହେବ ଓ ଏକ ଜଣ ସତ୍ୟତାରେ ଦାଉଦଙ୍କର ତମ୍ବୁ ମଧ୍ୟରେ ତହିଁ ଉପରେ ଉପବିଷ୍ଟ ହେବେ; ସେ ନ୍ୟାୟ ଅନ୍ଵେଷଣ କରି ବିଚାର କରିବେ ଓ ଧର୍ମ ସାଧନ କରିବାରେ ସତ୍ୱର ହେବେ।


ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଦାଉଦ ବଂଶରେ ଏକ ଧାର୍ମିକ ଶାଖା ଉତ୍ପନ୍ନ କରିବା, ଏପରି ସମୟ ଆସୁଅଛି, ତହିଁରେ ସେ ରାଜା ହୋଇ ରାଜତ୍ୱ କରିବେ ଓ ଜ୍ଞାନରେ ବ୍ୟବହାର କରିବେ, ପୁଣି ଦେଶରେ ସୁବିଚାର ଓ ନ୍ୟାୟ ପ୍ରଚଳିତ କରିବେ।


ଏଥିଉତ୍ତାରେ ସେହି ସମୟର ଶେଷରେ ମୁଁ ନବୂଖଦ୍‍ନିତ୍ସର ସ୍ୱର୍ଗ ଆଡ଼େ ଉର୍ଦ୍ଧ୍ବ ଦୃଷ୍ଟି କଲି, ତହିଁରେ ମୋର ବୁଦ୍ଧି ମୋ’ କତିକୁ ଫେରି ଆସିଲା, ତହୁଁ ମୁଁ ସର୍ବୋପରିସ୍ଥଙ୍କର ଧନ୍ୟବାଦ କଲି ଓ ଯେ ଅନନ୍ତଜୀବୀ, ତାହାଙ୍କର ପ୍ରଶଂସା ଓ ସମାଦର କଲି; କାରଣ ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ ଓ ତାହାଙ୍କର ରାଜ୍ୟ ପୁରୁଷାନୁକ୍ରମେ ଥାଏ।


ମୁଁ ଏହି ଆଜ୍ଞା କରୁଅଛି ଯେ, ମୋର ରାଜ୍ୟସ୍ଥ ସମୁଦାୟ ପ୍ରଦେଶର ଲୋକମାନେ ଦାନିୟେଲଙ୍କର ପରମେଶ୍ୱରଙ୍କ ଛାମୁରେ କମ୍ପିତ ଓ ଭୀତ ହେଉନ୍ତୁ; କାରଣ ସେ ଜୀବିତ ପରମେଶ୍ୱର ଓ ନିତ୍ୟସ୍ଥାୟୀ ଅଟନ୍ତି ଓ ତାହାଙ୍କର ରାଜ୍ୟ ଅବିନାଶ୍ୟ ଅଟେ; ପୁଣି ତାହାଙ୍କର କର୍ତ୍ତୃତ୍ୱ ଶେଷ ପର୍ଯ୍ୟନ୍ତ ହିଁ ଥିବ।


କିନ୍ତୁ ମରୀୟମ ଦୂତଙ୍କୁ କହିଲେ, ଏହା କିପରି ହେବ ? ମୁଁ ତ ପୁରୁଷକୁ ଜାଣେ ନାହିଁ ।


Swiv nou:

Piblisite


Piblisite