Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:37 - ଓଡିଆ ବାଇବେଲ

37 କାରଣ ଈଶ୍ୱରଙ୍କଠାରୁ ନିର୍ଗତ କୌଣସି ବାକ୍ୟ ଶକ୍ତିହୀନ ହେବ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

37 କାରଣ ଈଶ୍ଵରଙ୍କଠାରୁ ନିର୍ଗତ କୌଣସି ବାକ୍ୟ ଶକ୍ତିହୀନ ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

37 “କାରଣ ଈଶ୍ୱରଙ୍କ ପକ୍ଷରେ କୌଣସି ବିଷୟ ଅସମ୍ଭବ ନୁହେଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 କାରଣ ଈଶ୍ବରଙ୍କଠାରୁ ନିର୍ଗତ କୌଣସି ବାକ୍ୟ ଶକ୍ତିହୀନ ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

37 ପରମେଶ୍ୱର ସବୁକିଛି କରି ପାରନ୍ତି। ତାହାଙ୍କ ପାଇଁ ଅସମ୍ଭବ ବୋଲି କିଛି ନାହିଁ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 1:37
14 Referans Kwoze  

ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହା ମନୁଷ୍ୟର ଅସାଧ୍ୟ, କିନ୍ତୁ ଈଶ୍ୱରଙ୍କର ସମସ୍ତ ସାଧ୍ୟ ।


“ଦେଖ, ଆମ୍ଭେ ସଦାପ୍ରଭୁ, ସମଗ୍ର ମର୍ତ୍ତ୍ୟର ପରମେଶ୍ୱର; ଆମ୍ଭର ଅସାଧ୍ୟ କି କିଛି ଅଛି ?”


ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହା ମନୁଷ୍ୟ ନିମନ୍ତେ ଅସାଧ୍ୟ, କିନ୍ତୁ ଈଶ୍ୱରଙ୍କ ନିମନ୍ତେ ନୁହେଁ; କାରଣ ଈଶ୍ୱରଙ୍କ ନିମନ୍ତେ ସମସ୍ତ ସାଧ୍ୟ ।


“ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ; ତୁମ୍ଭର ଅସାଧ୍ୟ କିଛି ହିଁ ନାହିଁ;


କିନ୍ତୁ ସେ କହିଲେ, ଯାହା ମଣିଷର ଅସମ୍ଭବ, ତାହା ଈଶ୍ୱରଙ୍କର ସମ୍ଭବ ।


ସଦାପ୍ରଭୁଙ୍କ ନିମନ୍ତେ କୌଣସି କର୍ମ କଠିନ ଅଟେ କି ? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେହି ସମୟରେ ସାରାର (କୋଳରେ) ପୁତ୍ର ଥିବ।


ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସଦାପ୍ରଭୁଙ୍କର ହସ୍ତ କି ସଙ୍କୁଚିତ ହୋଇଅଛି ? ତୁମ୍ଭ ପ୍ରତି ଆମ୍ଭର ବାକ୍ୟ ସଫଳ ହେବ କି ନାହିଁ, ତୁମ୍ଭେ ଏବେ ତାହା ଦେଖିବ।”


ସେ ଆପଣାର ଯେଉଁ କାର୍ଯ୍ୟସାଧକ ଶକ୍ତି ଦ୍ୱାରା ସମସ୍ତ ବିଷୟକୁ ନିଜର ବଶୀଭୂତ କରି ପାରନ୍ତି, ତଦ୍ୱାରା ଆମ୍ଭମାନଙ୍କର ଛାର ଶରୀରକୁ ରୂପାନ୍ତରିତ କରି ଆପଣାର ଗୌରବମୟ ଶରୀରର ସଦୃଶ କରିବେ ।


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଏହି ଅବଶିଷ୍ଟାଂଶ ଲୋକମାନଙ୍କର ଦୃଷ୍ଟିରେ ସେହି ସମୟରେ ତାହା ଅସମ୍ଭବ ହେଲେ, ହେଁ ଆମ୍ଭ ଦୃଷ୍ଟିରେ କି ତାହା ଅସମ୍ଭବ ହେବ ? ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି।


ଯାହା ତୁମ୍ଭେମାନେ ଜାଣ, ତାହା ମୁଁ ଜାଣେ; ମୁଁ ତୁମ୍ଭମାନଙ୍କଠାରୁ ଊଣା ନୁହେଁ।


ଆହୁରି ସଦାପ୍ରଭୁଙ୍କ ଦୃଷ୍ଟିରେ ଏହା କେବଳ କ୍ଷୁଦ୍ର ବିଷୟ; ସେ ମୋୟାବୀୟମାନଙ୍କୁ ମଧ୍ୟ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ।


ପୁଣି, ଦେଖ, ତୁମ୍ଭର ଆତ୍ମୀୟା ଏଲୀଶାବେଥ ମଧ୍ୟ ବୃଦ୍ଧା ବୟସରେ ଗୋଟିଏ ପୁତ୍ର ଗର୍ଭରେ ଧାରଣ କରିଅଛନ୍ତି । ଯେ ବନ୍ଧ୍ୟା ବୋଲି ଖ୍ୟାତ, ତାଙ୍କର ଏବେ ଛଅ ମାସ ହେଲାଣି;


ଏଥିରେ ମରୀୟମ କହିଲେ, ଦେଖନ୍ତୁ, ମୁଁ ପ୍ରଭୁଙ୍କ ଦାସୀ; ଆପଣଙ୍କ ବାକ୍ୟାନୁସାରେ ମୋ' ପ୍ରତି ଘଟୁ । ତାହା ପରେ ଦୂତ ତାହାଙ୍କ ନିକଟରୁ ଗଲେ ।


ଏଲୀୟଙ୍କ ଦ୍ୱାରା ସଦାପ୍ରଭୁଙ୍କ କଥିତ ବାକ୍ୟାନୁସାରେ ମଇଦା-କଳସ ଶୂନ୍ୟ ହେଲା ନାହିଁ, କିଅବା ପାତ୍ରରେ ତୈଳର ଅଭାବ ହେଲା ନାହିଁ।


Swiv nou:

Piblisite


Piblisite