Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:43 - ଓଡିଆ ବାଇବେଲ

43 ଆଉ, ମୋ ପ୍ରଭୁଙ୍କ ମାତା ଯେ ମୋ' ନିକଟକୁ ଆସିବେ, ମୋହର ଏହି ସୌଭାଗ୍ୟ କେଉଁଠାରୁ ହେଲା ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

43 ଆଉ, ମୋʼ ପ୍ରଭୁଙ୍କର ମାତା ଯେ ମୋʼ ନିକଟକୁ ଆସିବେ, ମୋହର ଏହି ଉତ୍ତମତା କେଉଁଠାରୁ ହେଲା?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

43 “ମୋର କେଡ଼େ ସୌଭାଗ୍ୟ, ମୋ’ ପ୍ରଭୁଙ୍କର ମାତା ମୋତେ ସାକ୍ଷାତ କରିବାକୁ ଆସିଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ଆଉ, ମୋ ପ୍ରଭୁଙ୍କ ମାତା ଯେ ମୋʼ ନିକଟକୁ ଆସିବେ, ମୋହର ଏହି ସୌଭାଗ୍ୟ କେଉଁଠାରୁ ହେଲା?

Gade chapit la Kopi

ପବିତ୍ର ବାଇବଲ

43 ତୁମ୍ଭେ ମୋ’ ପ୍ରଭୁଙ୍କ ମା ଏବଂ ତୁମ୍ଭେ ମୋ’ ପାଖକୁ ଆସିଛ! ମୋ’ ପାଇଁ ଏତେ ବଡ଼ ଭଲ ଘଟଣା କାହିଁକି ଘଟିଲା?

Gade chapit la Kopi




ଲୂକ ଲିଖିତ ସୁସମାଚାର 1:43
15 Referans Kwoze  

ଥୋମା ତାହାଙ୍କୁ ଉତ୍ତର ଦେଲେ, ମୋହର ପ୍ରଭୁ, ମୋହର ଈଶ୍ୱର ।


ସ୍ୱାର୍ଥପରତା ଅବା ଅସାର ଗର୍ବ ହେତୁ କିଛି କର ନାହିଁ, ବରଂ ନମ୍ରଚିତ୍ତ ହୋଇ ପ୍ରତ୍ୟେକେ ଅନ୍ୟକୁ ଆପଣାଠାରୁ ଶ୍ରେଷ୍ଠ ମନେ କର;


କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କ ନିମନ୍ତେ ତ୍ରାଣକର୍ତ୍ତା ଜନ୍ମଗ୍ରହଣ କରିଅଛନ୍ତି, ସେ ଖ୍ରୀଷ୍ଟ ପ୍ରଭୁ ।


ସଦାପ୍ରଭୁ ମୋ’ ପ୍ରଭୁଙ୍କୁ କହନ୍ତି, “ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ।”


ଏଥିରେ ସେ ଉଠି ଭୂମିଷ୍ଠ ପ୍ରଣାମ କରି କହିଲା, ଦେଖ, ତୁମ୍ଭ ଦାସୀ ମୋହର ପ୍ରଭୁଙ୍କ ଦାସମାନଙ୍କ ପାଦ ଧୋଇବା ଦାସୀ।


ହଁ, ପ୍ରକୃତରେ ମୁଁ ମୋହର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଜ୍ଞାନର ଉତ୍କୃଷ୍ଟତା ନିମନ୍ତେ ସମସ୍ତ ବିଷୟ କ୍ଷତିଜନକ ବୋଲି ଗଣ୍ୟ କରେ; ତାହାଙ୍କ ନିମନ୍ତେ ମୁଁ ସମସ୍ତ ବିଷୟର କ୍ଷତି ସହ୍ୟକଲି, ପୁଣି, ସେହି ସବୁ ଆବର୍ଜନା ସ୍ୱରୂପ ଗଣ୍ୟ କରେ, ଯେପରି ମୁଁ ଖ୍ରୀଷ୍ଟଙ୍କୁ ଲାଭ କରିପାରେ ଓ ତାହାଙ୍କର ବୋଲି ଜଣାଯାଏ,


ତୁମ୍ଭେମାନେ ମୋତେ ଗୁରୁ ଓ ପ୍ରଭୁ ବୋଲି ଡାକୁଅଛ, ଆଉ ଯଥାର୍ଥ କହୁଅଛ; କାରଣ ମୁଁ ତ ସେହି ।


ଏଣୁ ମୁଁ ଆପଣଙ୍କ ନିକଟକୁ ଯିବାକୁ ନିଜକୁ ଯୋଗ୍ୟ ବିଚାର କଲି ନାହିଁ; କିନ୍ତୁ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ ।


କିନ୍ତୁ ଯୋହନ ତାହାଙ୍କୁ ମନା କରିବାକୁ ଚେଷ୍ଟା କରି କହିଲେ, ଆପଣଙ୍କ ଦ୍ୱାରା ବାପ୍ତିଜିତ ହେବା ମୋହର ଆବଶ୍ୟକ, ଆଉ ଆପଣ ମୋ ନିକଟକୁ ଆସୁଅଛନ୍ତି ?


ଏଥିରେ ସେ ମୁହଁମାଡ଼ି ଭୂମିରେ ପଡ଼ି ତାହାକୁ କହିଲା, “ମୁଁ ବିଦେଶିନୀ ହେଲେ ହେଁ ଆପଣ ମୋହର ପରିଚୟ ନେଉଅଛନ୍ତି, ଆପଣଙ୍କ ଦୃଷ୍ଟିରେ ଏତେ ଅନୁଗ୍ରହ ମୁଁ କିପରି ପାଇଲି ?”


ସେ ଲୋକସମୂହକୁ କଥା କହୁଥିବା ସମୟରେ, ଦେଖ, ତାହାଙ୍କ ମାଁ ଓ ଭାଇମାନେ ବାହାରେ ଠିଆ ହୋଇ ତାହାଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଥିଲେ ।


ଅତି ଉଚ୍ଚସ୍ୱରରେ କହିଲେ, ନାରୀମାନଙ୍କ ମଧ୍ୟରେ ତୁମ୍ଭେ ଧନ୍ୟ, ପୁଣି, ଧନ୍ୟ ତୁମ୍ଭର ଗର୍ଭର ଫଳ ।


କାରଣ ଦେଖ, ତୁମ୍ଭ ସମ୍ଭାଷଣର ସ୍ୱର ମୋ' କାନରେ ପ୍ରବେଶ କରିବା ମାତ୍ରେ ଶିଶୁଟି ମୋ' ଗର୍ଭରେ ଉଲ୍ଲାସରେ ନାଚି ଉଠିଲା ।


Swiv nou:

Piblisite


Piblisite