Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:47 - ଓଡିଆ ବାଇବେଲ

47 ପୁଣି, ମୋହର ଆତ୍ମା ମୋ' ତ୍ରାଣକର୍ତ୍ତା ଈଶ୍ୱରଙ୍କଠାରେ ଆନନ୍ଦିତ ହୋଇଅଛି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

47 ପୁଣି ମୋହର ଆତ୍ମା ମୋʼ ତ୍ରାଣକର୍ତ୍ତା ଈଶ୍ଵରଙ୍କଠାରେ ଉଲ୍ଲସିତ ହୋଇଅଛି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

47 ମୋର ଅନ୍ତରାତ୍ମା ଉଲ୍ଲସିତ, କାରଣ ଈଶ୍ୱର ମୋର ତ୍ରାଣକର୍ତ୍ତା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

47 ପୁଣି, ମୋହର ଆତ୍ମା ମୋʼ ତ୍ରାଣକର୍ତ୍ତା ଈଶ୍ବରଙ୍କଠାରେ ଆନନ୍ଦିତ ହୋଇଅଛି;

Gade chapit la Kopi

ପବିତ୍ର ବାଇବଲ

47 ମୋର ହୃଦୟ ଆନନ୍ଦରେ ପରିପୂର୍ଣ୍ଣ। କାରଣ ପରମେଶ୍ୱର ମୋର ଉଦ୍ଧାର କର୍ତ୍ତା।

Gade chapit la Kopi




ଲୂକ ଲିଖିତ ସୁସମାଚାର 1:47
14 Referans Kwoze  

ଆଉ, ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଆନନ୍ଦିତ ହେବ ଓ ତାହାଙ୍କ ପରିତ୍ରାଣରେ ଉଲ୍ଲାସ କରିବ।


ଏହା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ୱରଙ୍କ ଦୃଷ୍ଟିରେ ଉତ୍ତମ ଓ ସୁଗ୍ରାହ୍ୟ ଅଟେ;


ତଥାପି ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି। ମୁଁ ଆପଣା ତ୍ରାଣର ପରମେଶ୍ୱରଙ୍କଠାରେ ଉଲ୍ଲାସ କରିବି।


ପ୍ରତିବାଦ ନ କରନ୍ତୁ, କିଛି ହିଁ ଚୋରି ନ କରି ବରଂ ସମ୍ପୂର୍ଣ୍ଣ ବିଶ୍ୱସ୍ତତା ପ୍ରକାଶ କରନ୍ତୁ, ଯେପରି ସେମାନେ ସବୁ ବିଷୟରେ ଅାମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ୱରଙ୍କ ଶିକ୍ଷାର ଅଳଙ୍କାର ସ୍ୱରୂପ ହୁଅନ୍ତି ।


ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଏକମାତ୍ର ଈଶ୍ୱର, ଗୌରବ, ପ୍ରତାପ, ପରାକ୍ରମ ଓ କର୍ତ୍ତାପଣ ଅନାଦିକାଳ, ବର୍ତ୍ତମାନ ଓ ଯୁଗେ ଯୁଗେ ତାହାଙ୍କର । ଆମେନ୍‍ ।


ଆଉ ସେହି ଆନନ୍ଦଦାୟକ ଭରସା ପୁଣି, ଆମ୍ଭମାନଙ୍କ ମହାନ ଈଶ୍ୱର ଓ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଗୌରବର ପ୍ରକାଶ ଅପେକ୍ଷାରେ ରହୁ, ଏଥି ନିମନ୍ତେ ଶିକ୍ଷା ଦେଉଅଛି ।


ପାଉଲ, ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ୱର ଓ ଭରସାଭୂମି ଖ୍ରୀଷ୍ଟ ଯୀଶୁଙ୍କ ଆଜ୍ଞା ଅନୁସାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ,


କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କ ନିମନ୍ତେ ତ୍ରାଣକର୍ତ୍ତା ଜନ୍ମଗ୍ରହଣ କରିଅଛନ୍ତି, ସେ ଖ୍ରୀଷ୍ଟ ପ୍ରଭୁ ।


ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର ! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର ! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍‍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।


ସେହି ଅନନ୍ତ ଜୀବନ ସତ୍ୟ ଈଶ୍ୱର, ଅନାଦିକାଳ ପୂର୍ବେ ପ୍ରତିଜ୍ଞା କରି ଯଥା ସମୟରେ ଆପଣା ବାକ୍ୟ ପ୍ରଚାର ଦ୍ୱାରା ପ୍ରକାଶ କଲେ; ସେହି ବାକ୍ୟ ପ୍ରଚାର କରିବାର ଭାର ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ୱରଙ୍କ ଆଜ୍ଞାନୁସାରେ ମୋ'ଠାରେ ସମର୍ପିତ ହୋଇଅଛି ।


Swiv nou:

Piblisite


Piblisite