Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:75 - ଓଡିଆ ବାଇବେଲ

75 ସାଧୁତା ଓ ଧାର୍ମିକତାରେ ତାହାଙ୍କର ଉପାସନା କରିବା ନିମନ୍ତେ ଆମ୍ଭମାନଙ୍କୁ ଅନୁଗ୍ରହ କରନ୍ତି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

75 ସାଧୁତା ଓ ଧାର୍ମିକତାରେ ତାହାଙ୍କର ଉପାସନା କରିବା ନିମନ୍ତେ ଆମ୍ଭମାନଙ୍କୁ ଅନୁଗ୍ରହ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

75 ଆମେ ଯେପରି ଯାବଜ୍ଜୀବନ ତାଙ୍କ ସମ୍ମୁଖରେ ପବିତ୍ର ଓ ଧାର୍ମିକ ହୋଇ ପାରିବୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

75 ପବିତ୍ରତା ଓ ଧାର୍ମିକତାରେ ତାହାଙ୍କର ଉପାସନା କରିବା ନିମନ୍ତେ ଆମ୍ଭମାନଙ୍କୁ ଅନୁଗ୍ରହ କରନ୍ତି।

Gade chapit la Kopi

ପବିତ୍ର ବାଇବଲ

75 ଆମ୍ଭେମାନେ ବଞ୍ଚିଥିବା ପର୍ଯ୍ୟନ୍ତ ପରମେଶ୍ୱରଙ୍କ ଆଗରେ ଧାର୍ମିକ ଓ ପବିତ୍ର ରହିବୁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 1:75
19 Referans Kwoze  

ଯେଉଁ ନୂତନ ସ୍ୱଭାବ ଈଶ୍ୱରଙ୍କ ପ୍ରତିମୂର୍ତ୍ତିରେ ଧାର୍ମିକତା ଓ ସତ୍ୟର ପବିତ୍ରତାରେ ସୃଷ୍ଟ ହୋଇଅଛି, ତାହା ପରିଧାନ କରିବାକୁ ଶିକ୍ଷିତ ହୋଇଅଛ ।


କାରଣ ଆମ୍ଭେମାନେ ତାହାଙ୍କ ରଚନା, ଯେ ସମସ୍ତ ସତକାର୍ଯ୍ୟ ଆମ୍ଭେମାନେ କରିବୁ ବୋଲି ଈଶ୍ୱର ପୁର୍ବରୁ ପ୍ରସ୍ତୁତ କରିଥିଲେ, ଆଚରଣରେ ସେହି ସବୁ ସାଧନ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କଠାରେ ସୃଷ୍ଟ ।


ସେ ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି ଓ ପବିତ୍ର ଆହ୍ୱାନରେ ଆହ୍ୱାନ କରିଅଛନ୍ତି; ଆମ୍ଭମାନଙ୍କ କର୍ମ ଅନୁସାରେ ସେ ତାହା କରି ନାହାଁନ୍ତି, ମାତ୍ର ତାହାଙ୍କ ନିଜ ଯୋଜନା ଓ ଅନୁଗ୍ରହ ଅନୁସାରେ କରିଅଛନ୍ତି; ସେହି ଅନୁଗ୍ରହ ଜଗତର ସୃଷ୍ଟି ପୂର୍ବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ଦିଆଯାଇଥିଲା,


ଅର୍ଥାତ୍ ଆମ୍ଭେମାନେ ଯେପରି ତାହାଙ୍କ ସକ୍ଷାତରେ ପବିତ୍ର ଓ ଅନିନ୍ଦନୀୟ ହେଉ, ଏଥିପାଇଁ ସେ ଜଗତର ପତ୍ତନ ପୂର୍ବେ ତାହାଙ୍କଠାରେ ଆମ୍ଭମାନଙ୍କୁ ମନୋନୀତ କଲେ;


କାରଣ ଈଶ୍ୱର ଆମ୍ଭମାନଙ୍କୁ ଅଶୁଚିତାରେ ଜୀବନ ଯାପନ କରିବା ନିମନ୍ତେ ଆହ୍ୱାନ ନ କରି ପବିତ୍ର ହେବା ନିମନ୍ତେ ଆହ୍ୱାନ କରିଅଛନ୍ତି ।


କିନ୍ତୁ, ହେ ପ୍ରଭୁଙ୍କ ପ୍ରିୟପାତ୍ର ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ସବୁବେଳେ ଈଶ୍ୱରଙ୍କୁ ଧନ୍ୟବାଦ ଦେବା ଆମ୍ଭମାନଙ୍କର କର୍ତ୍ତବ୍ୟ, କାରଣ ଈଶ୍ୱର, ଆତ୍ମାଙ୍କ ପବିତ୍ରତା ଓ ସତ୍ୟରେ ବିଶ୍ୱାସ ଦ୍ୱାରା ପରିତ୍ରାଣ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ପ୍ରଥମ ଫଳଭାବେ ବାଛି ଅଛନ୍ତି;


ଅତଏବ, ହେ ଭାଇମାନେ, ଅବଶେଷରେ କି ପ୍ରକାର ଆଚରଣ କରି ଈଶ୍ୱରଙ୍କୁ ସନ୍ତୁଷ୍ଟ କରିବା ଉଚିତ୍, ସେ ସମ୍ବନ୍ଧରେ ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଯେପରି ଶିକ୍ଷା ପ୍ରାପ୍ତ ହୋଇଅଛ, ଆଉ ତୁମ୍ଭେମାନେ ମଧ୍ୟ ଯେପ୍ରକାର ଆଚରଣ କରୁଅଛ, ତଦନୁସାରେ ଆହୁରି ଅଧିକ ଅଗ୍ରସର ହେବା ନିମନ୍ତେ ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ନାମରେ ତୁମ୍ଭମାନଙ୍କୁ ଉତ୍ସାହ ଦେଉଅଛୁ ।


ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ ।"


ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ସକଳ ବିଧି ଓ ଆଜ୍ଞା ମୁଁ ଆଦେଶ କରେ, ତୁମ୍ଭେ ଯାବଜ୍ଜୀବନ ପୁତ୍ରପୌତ୍ରାଦିକ୍ରମେ ତାହା ପାଳନ କରିବା ପାଇଁ ତାଙ୍କୁ ଭୟ କଲେ, ତୁମ୍ଭର ଦୀର୍ଘାୟୁ ହେବ।


ସେହି ଲୋକମାନଙ୍କୁ ଆମ୍ଭେ ଆପଣା ପ୍ରଶଂସା ବର୍ଣ୍ଣନା କରିବା ନିମନ୍ତେ ସୃଷ୍ଟି କରିଅଛୁ।


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଚତୁର୍ଥ ମାସର ଉପବାସ ଓ ପଞ୍ଚମ ମାସର ଉପବାସ ଓ ସପ୍ତମ ମାସର ଉପବାସ ଓ ଦଶମ ମାସର ଉପବାସ ଯିହୁଦା-ବଂଶ ପ୍ରତି ଆନନ୍ଦ ଓ ଆହ୍ଲାଦଜନକ ଓ ଆମୋଦଜନକ ଉତ୍ସବ ହେବ; ଏଥିପାଇଁ ତୁମ୍ଭେମାନେ ସତ୍ୟ ଓ ଶାନ୍ତି ଭଲ ପାଅ।”


ପୁଣି, ଯେପରି ଶତ୍ରୁ ହସ୍ତରୁ ଉଦ୍ଧାର ପାଇ ନିର୍ଭୟରେ ଚିରକାଳ ତାହାଙ୍କ ଛାମୁରେ,


Swiv nou:

Piblisite


Piblisite