Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 10:13 - ଓଡିଆ ବାଇବେଲ

13 ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହି ସବୁ ଯେବେ ସୋର ଓ ସୀଦୋନରେ କରାଯାଇଥାଆନ୍ତା, ତେବେ ସେମାନେ ଅନେକ କାଳ ପୂର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ ପରିବର୍ତ୍ତନ କରିଥାଆନ୍ତେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ହାୟ, ଦଣ୍ତର ପାତ୍ର କୋରାଜୀନ୍, ହାୟ, ଦଣ୍ତର ପାତ୍ର ବେଥ୍ସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ଶକ୍ତିର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସୋର ଓ ସୀଦୋନରେ କରାଯାଇଥାଆନ୍ତା, ତେବେ ସେମାନେ ଅନେକ କାଳ ପୂର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ ପରିବର୍ତ୍ତନ କରିଥାଆନ୍ତେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 “କୋରାଲିନ୍, ତୋର ଦଶା କି ଭୟଙ୍କର ହେବ! ବେଥ୍ସାଇଦା, ତୋର ଦଶା ମଧ୍ୟ କି ଭୟଙ୍କର ହେବ! ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଆଶ୍ଚର୍ଯ୍ୟ କାର୍ଯ୍ୟ ସାଧିତ ହେଲା, ତାହା ଯଦି ସୋର ଓ ସିଦୋନରେ ହୋଇଥାନ୍ତା, ତେବେ ବହୁ ପୂର୍ବରୁ ସେଠାକାର ଲୋକମାନେ ସେମାନଙ୍କ ପାପରୁ ମନ ପରିବର୍ତ୍ତନ କରି ଅଖା ପିନ୍ଧି ବସିଥାନ୍ତେ ଓ ସେମାନଙ୍କ ଦେହରେ ଭସ୍ମ ବୋଳି ହୋଇଥାନ୍ତେ!

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 “ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥ୍‌ସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସୋର ଓ ସୀଦୋନରେ କରାଯାଇଥାଆନ୍ତା, ତେବେ ସେମାନେ ଅନେକ କାଳ ପୂର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ-ପରିବର୍ତ୍ତନ କରିଥାଆନ୍ତେ।

Gade chapit la Kopi

ପବିତ୍ର ବାଇବଲ

13 “ହାୟ କୋରାଜୀନ୍! ହାୟ ବେ‌ଥ୍‌ସାଇଦା! ତୁମ୍ଭମାନଙ୍କ ମଧ୍ୟରେ ମୁଁ ଅନେକ ଆଶ୍ଚର୍ଯ୍ୟକର୍ମ ଦେଖାଇଛି। ଯଦି ଏଗୁଡ଼ିକ ସୋର ଓ ସୀଦୋନରେ ଲୋକମାନଙ୍କୁ କରା ଯାଇଥା’ନ୍ତା, ତେବେ କେବେଠାରୁ ସେମାନେ ନିଜର ହୃଦୟ ପରିବର୍ତ୍ତନ କରି ସାରିଥାଆନ୍ତେ ଓ ପାପ କରିବା ଛାଡ଼ି ଦେଇଥାଆନ୍ତେ। ସେମାନେ ନିଜ ନିଜ ପାପ ପାଇଁ ଅନୁତାପ କରିଥିବା କଥା ଦେଖାଇବା ପାଇଁ ତା'ର ପ୍ରତୀକ ସ୍ୱରୁପ ଅଖାରେ ତିଆରି ଶୋକବସ୍ତ୍ର ଧାରଣ କରିଥାଆନ୍ତେ ଓ ମୁଣ୍ଡରେ ପାଉଁଶ ବୋଳି ହୋଇଥାଆନ୍ତେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 10:13
17 Referans Kwoze  

ଏଥିଉତ୍ତାରେ ଏକାଦଶ ବର୍ଷର ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,


ପ୍ରତାରଣାପୂର୍ଣ୍ଣ ଆତ୍ମାମାନଙ୍କ ପ୍ରତି ଓ ଭୂତମାନଙ୍କ ଶିକ୍ଷା ପ୍ରତି ମନୋଯୋଗ କରି ବିଶ୍ୱାସ ପରିତ୍ୟାଗ କରିବେ;


ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍‍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।


ଏହେତୁ ମୁଁ ଆପଣାକୁ ଘୃଣା କରୁଅଛି, ପୁଣି ଧୂଳି ଓ ଭସ୍ମରେ ବସି ଅନୁତାପ କରୁଅଛି।


ଆଉ ଆମ୍ଭେ ଆମ୍ଭର ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବୁ ଯେ, ସେମାନେ ଚଟ (ଅଖାର ବସ୍ତ୍ର) ପରିଧାନ କରି ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ଭାବବାଣୀ କହିବେ ।


ଏଣୁ ମୁଁ ଉପବାସ, ଚଟ ପରିଧାନ ଓ ଭସ୍ମ ଲେପନ କରି ପ୍ରାର୍ଥନା ଓ ବିନତି ଦ୍ୱାରା ପ୍ରଭୁ ପରମେଶ୍ୱରଙ୍କର ଅନ୍ଵେଷଣ କରିବା ପାଇଁ ତାହାଙ୍କ ପ୍ରତି ଦୃଷ୍ଟି କଲି।


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ସୋରର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସମୁଦାୟ ଲୋକଙ୍କୁ ଇଦୋମର ହସ୍ତରେ ସମର୍ପଣ କଲେ ଓ ଭ୍ରାତୃ ନିୟମ ସ୍ମରଣ କଲେ ନାହିଁ;


Swiv nou:

Piblisite


Piblisite