Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 10:14 - ଓଡିଆ ବାଇବେଲ

14 ତଥାପି ବିଚାରରେ ତୁମ୍ଭମାନଙ୍କ ଦଣ୍ଡ ଅପେକ୍ଷା ସୋର ଓ ସୀଦୋନର ଦଣ୍ଡ ସହି ହେବ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ତଥାପି ବିଚାରରେ ତୁମ୍ଭମାନଙ୍କ ଦଶା ଅପେକ୍ଷା ସୋର ଓ ସୀଦୋନର ଦଶା ସହନୀୟ ହେବ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ଈଶ୍ୱର ବିଚାର ଦିନରେ ତୁମ୍ଭମାନଙ୍କ ଅପେକ୍ଷା ସୋର ଓ ସୀଦୋନକୁ ଅଧିକ ଦୟା କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତଥାପି ବିଚାରରେ ତୁମ୍ଭମାନଙ୍କ ଦଣ୍ଡ ଅପେକ୍ଷା ସୋର ଓ ସୀଦୋନର ଦଣ୍ଡ ସହି ହେବ।

Gade chapit la Kopi

ପବିତ୍ର ବାଇବଲ

14 ବିଗ୍ଭର ଦିନ ତୁମ୍ଭମାନଙ୍କ ଦଶା ସୋର ଓ ସୀଦୋନର ଲୋକମାନଙ୍କ ଦଶା ଅପେକ୍ଷା ଅଧିକ ଖରାପ ହେବ।

Gade chapit la Kopi




ଲୂକ ଲିଖିତ ସୁସମାଚାର 10:14
10 Referans Kwoze  

ଅତଏବ, ହେ ମନୁଷ୍ୟ, ବିଚାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ଯେ କେହି ହୁଅ, ତୁମ୍ଭର ଉତ୍ତର ଦେବାର ବାଟ ନାହିଁ, କାରଣ ଯେଉଁ ବିଷୟରେ ତୁମ୍ଭେ ଅନ୍ୟର ବିଚାର କରୁଥାଅ, ସେହି ବିଷୟରେ ତୁମ୍ଭେ ଆପଣାକୁ ଦୋଷୀ କରୁଥାଅ, ଯେଣୁ ବିଚାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ନିଜେ ସେହି ପ୍ରକାର କର୍ମ କରୁଥାଅ ।


ପୁଣି, ସ୍ୱାଭାବିକ ଅସୁନ୍ନତି ଲୋକ ଯଦି ମୋଶାଙ୍କ ବ୍ୟବସ୍ଥା ପାଳନ କରେ, ତେବେ ଲିଖିତ ମୋଶାଙ୍କ ବ୍ୟବସ୍ଥା ଓ ସୁନ୍ନତ ବିଧି ପ୍ରାପ୍ତ ହୋଇ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ କରୁଅଛ ଯେ ତୁମ୍ଭେ, ସେ ତୁମ୍ଭର ବିଚାର କରିବ ।


ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ ।


“ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ କେବଳ ତୁମ୍ଭମାନଙ୍କର ପରିଚୟ ଆମ୍ଭେ ନେଇଅଛୁ; ଏଥିପାଇଁ ତୁମ୍ଭମାନଙ୍କର ସକଳ ଅଧର୍ମର ପ୍ରତିଫଳ ଆମ୍ଭେ ତୁମ୍ଭମାନଙ୍କୁ ଦେବା।”


ଆହୁରି, ହେ ସୋର, ସୀଦୋନ ଓ ପଲେଷ୍ଟୀୟାର ସକଳ ଅଞ୍ଚଳ, ତୁମ୍ଭେମାନେ ଆମ୍ଭ ପ୍ରତି କଅଣ କରିବ ? ତୁମ୍ଭେମାନେ କି ଆମ୍ଭକୁ ପ୍ରତିଫଳ ଦେବ ? ଓ ତୁମ୍ଭେମାନେ ଆମ୍ଭକୁ ପ୍ରତିଫଳ ଦେଲେ, ଆମ୍ଭେ ଅବିଳମ୍ବରେ ଓ ଅତି ଶୀଘ୍ରରେ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ନିଜ ମସ୍ତକରେ ବର୍ତ୍ତାଇବା।


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ସୋରର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସମୁଦାୟ ଲୋକଙ୍କୁ ଇଦୋମର ହସ୍ତରେ ସମର୍ପଣ କଲେ ଓ ଭ୍ରାତୃ ନିୟମ ସ୍ମରଣ କଲେ ନାହିଁ;


ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବିଚାର ଦିନରେ ସେହି ନଗରର ଦଶା ଅପେକ୍ଷା ସଦୋମ ଓ ଗମୋରା ଦେଶର ଦଶା ସହନୀୟ ହେବ ।


ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହି ସବୁ ଯେବେ ସୋର ଓ ସୀଦୋନରେ କରାଯାଇଥାନ୍ତା, ତେବେ ସେମାନେ ସମୟ ପୁର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ ପରିବର୍ତ୍ତନ କରିଥାଆନ୍ତେ ।


Swiv nou:

Piblisite


Piblisite