Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 10:15 - ଓଡିଆ ବାଇବେଲ

15 ଆଉ, ରେ କଫର୍ନାହୂମ ତୁ କ'ଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ ? ପାତାଳ ପର୍ଯ୍ୟନ୍ତ ତୋର ପତନ ହେବ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଆଉ, ରେ କଫର୍ନାହୂମ, ତୁ କଅଣ ସ୍ଵର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ? ପାତାଳ ପର୍ଯ୍ୟନ୍ତ ତୋହର ଅଧୋଗତି ହେବ?।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ଆଉ କପର୍ନାହୂମ, ତୋ’ ପ୍ରତି ଏହିପରି ଘଟିବ? ତୁ ଆକାଶ ପର୍ଯ୍ୟନ୍ତ ନିଜକୁ ଉନ୍ନତ କରିବାକୁ ଇଚ୍ଛା କରିଥିଲୁ, ତୋତେ ନରକକୁ ନିକ୍ଷିପ୍ତ କରାଯିବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆଉ, ରେ କଫର୍ନାହୂମ ତୁ କଅଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ? ପାତାଳ ପର୍ଯ୍ୟନ୍ତ ତୋର ପତନ ହେବ।”

Gade chapit la Kopi

ପବିତ୍ର ବାଇବଲ

15 ଏବଂ ହେ କଫର୍ନାହୂମ! ତୁମ୍ଭକୁ କ’ଣ ସ୍ୱର୍ଗ ଯେତେ ଉଚ୍ଚ, ସେତେ ଉଚ୍ଚକୁ ଉଠାଯିବ? ନା, ତୁମ୍ଭକୁ ନର୍କ ଯେତେ ନୀଚ୍ଚ ସେହିପରି ନୀଚ୍ଚ ସ୍ଥାନକୁ ଅଣାଯିବ।

Gade chapit la Kopi




ଲୂକ ଲିଖିତ ସୁସମାଚାର 10:15
20 Referans Kwoze  

ଆଉ ସେ ନାଜରିତ ପରିତ୍ୟାଗ କରି ସବୂଲୂନ ଓ ନପ୍ତାଲୀ ଅଞ୍ଚଳରେ ଥିବା ସମୁଦ୍ର କୂଳସ୍ଥିତ କଫର୍ନାହୂମକୁ ଯାଇ ସେଠାରେ ବାସ କଲେ,


କାରଣ ଈଶ୍ୱର ପାପରେ ପତିତ ଦୂତମାନଙ୍କୁ ନ ଛାଡ଼ି ନର୍କରେ ନିକ୍ଷେପ କରି ବିଚାର ନିମନ୍ତେ ଅନ୍ଧକାରମୟ ଗହ୍ୱରରେ ରଖିଅଛନ୍ତି


ଯେତେବେଳେ ତୁମ୍ଭେମାନେ ଅବ୍ରାହାମ, ଇସ୍‌ହାକ, ଯାକୁବ ପୁଣି, ସମସ୍ତ ଭାବବାଦୀଙ୍କୁ ଈଶ୍ୱରଙ୍କ ରାଜ୍ୟରେ ଥିବା ଓ ଆପଣା ଆପଣାକୁ ବାହାରେ ପକାଉଥିବା ଦେଖିବ, ସେତେବେଳେ ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ ।


ଆଉ ରେ କଫର୍ନାହୂମ, ତୁ କ'ଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ ? ପାତାଳ ପର୍ଯ୍ୟନ୍ତ ତୋର ଅଧୋଗତି ହେବ, କାରଣ ତୋ'ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହି ସବୁ ଯେବେ ସଦୋମରେ କରାଯାଇଥାନ୍ତା, ତେବେ ତାହା ଆଜି ପର୍ଯ୍ୟନ୍ତ ରହିଥାନ୍ତା |


ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରି ପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରି ପାରନ୍ତି, ତାହାଙ୍କୁ ହିଁ ଭୟ କର ।


ସଦାପ୍ରଭୁ କହନ୍ତି, ତୁମ୍ଭେ ଯଦ୍ୟପି ଉତ୍କ୍ରୋଶ ପକ୍ଷୀ ପରି ଉର୍ଦ୍ଧ୍ୱକୁ ଉଠ, ତୁମ୍ଭର ବସା ଯଦ୍ୟପି ତାରାଗଣ ମଧ୍ୟରେ ସ୍ଥାପିତ ହୁଏ, ତଥାପି ଆମ୍ଭେ ସେଠାରୁ ତୁମ୍ଭକୁ ଓହ୍ଳାଇ ଆଣିବା।


ପୁଣି, ଅସୁନ୍ନତ ଲୋକମାନଙ୍କ ମଧ୍ୟରୁ ଯେଉଁ ବୀରମାନେ ପତିତ ହୋଇଅଛନ୍ତି, ଯେଉଁମାନେ ଆପଣା ଆପଣା ଯୁଦ୍ଧାସ୍ତ୍ର ସହିତ ପାତାଳକୁ ଓହ୍ଲାଇ ଯାଇଅଛନ୍ତି ଓ ଆପଣା ଆପଣା ଖଡ୍ଗ ଆପଣା ଆପଣା ମସ୍ତକର ତଳେ ରଖିଅଛନ୍ତି ଓ ସେମାନଙ୍କ ଅଧର୍ମ ସେମାନଙ୍କ ଅସ୍ଥି ଉପରେ ଅଛି, ସେମାନଙ୍କ ସହିତ ଏମାନେ ଶୟନ କରିବେ ନାହିଁ; କାରଣ ସେମାନେ ଜୀବିତମାନଙ୍କ ଦେଶରେ ବୀରଗଣର ପ୍ରତି ଭୟର ବିଷୟ ହୋଇଥିଲେ।


ସେମାନେ ଖଡ୍ଗ ଦ୍ୱାରା ହତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସେ ଖଡ୍ଗରେ ସମର୍ପିତ ହୋଇଅଛି; ତାହାକୁ ଓ ତାହାର ସମସ୍ତ ଲୋକଙ୍କୁ ଟାଣି ନିଅ।


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ଲୋକମାନଙ୍କ ବିଷୟରେ ହାହାକାର କର, ପୁଣି, ସେମାନଙ୍କୁ, ଅର୍ଥାତ୍‍, ତାହାକୁ ଓ ବିଖ୍ୟାତ ଗୋଷ୍ଠୀୟମାନଙ୍କର କନ୍ୟାଗଣକୁ ଗର୍ତ୍ତଗାମୀମାନଙ୍କ ସହିତ ଅଧୋଭୁବନରେ ପକାଇ ଦିଅ।


ଏହିରୂପେ ତୁମ୍ଭେ ଐଶ୍ୱର୍ଯ୍ୟରେ ଓ ମହତ୍ତ୍ୱରେ ଏଦନସ୍ଥ ବୃକ୍ଷସମୂହର ମଧ୍ୟରେ କାହାର ତୁଲ୍ୟ ? ତଥାପି ତୁମ୍ଭେ ଏଦନସ୍ଥ ବୃକ୍ଷଗଣର ସହିତ ଅଧୋଭୁବନକୁ ଅଣାଯିବ; ତୁମ୍ଭେ ଅସୁନ୍ନତ ଲୋକମାନଙ୍କ ମଧ୍ୟରେ ଖଡ୍ଗହତ ଲୋକମାନଙ୍କ ସହିତ ଶୟନ କରିବ। ଏହି ଫାରୋ ଓ ତାହାର ସମସ୍ତ ଲୋକ ଏପରି ଅଟନ୍ତି,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


ସେହି ସମୟରେ ଆମ୍ଭେ ଗର୍ତ୍ତଗାମୀମାନଙ୍କ ସହିତ, ପୁରାତନ କାଳର ଲୋକମାନଙ୍କ ନିକଟକୁ ତୁମ୍ଭକୁ ଓହ୍ଲାଇ ଆଣିବା ଓ ପୃଥିବୀର ଅଧୋଭାଗରେ, ଚିରକାଳରୁ ଉତ୍ସନ୍ନ ସ୍ଥାନମାନଙ୍କରେ ଗର୍ତ୍ତଗାମୀମାନଙ୍କ ସଙ୍ଗରେ ତୁମ୍ଭକୁ ବାସ କରାଇବା, ତହିଁରେ ତୁମ୍ଭର ବସତି ସ୍ଥାନ ରହିବ ନାହିଁ; ପୁଣି, ଜୀବିତମାନଙ୍କ ଦେଶରେ ଆମ୍ଭେ ଶୋଭା ସ୍ଥାପନ କରିବା;


ସଦାପ୍ରଭୁ କହନ୍ତି, “ଯଦ୍ୟପି ବାବିଲ ଆକାଶ ପର୍ଯ୍ୟନ୍ତ ଉଠିବ, ଆଉ ଯଦ୍ୟପି ସେ ଆପଣା ବଳରୂପ ଉଚ୍ଚ ଦୁର୍ଗକୁ ଦୃଢ଼ କରିବ, ତଥାପି ଆମ୍ଭ ନିକଟରୁ ବିନାଶକମାନେ ତାହାର ମଧ୍ୟରେ ଉପସ୍ଥିତ ହେବେ।


ଏଥିପାଇଁ ପାତାଳ ଆପଣା ଉଦର ବିସ୍ତାର ଓ ଆପଣା ମୁଖ ଅପରିମିତ ରୂପେ ମେଲାଇଅଛି; ପୁଣି, ସେମାନଙ୍କର ଗୌରବ, ସେମାନଙ୍କର ଲୋକସମୂହ, ସେମାନଙ୍କର କଳହ ଓ ସେମାନଙ୍କ ମଧ୍ୟରେ ଉଲ୍ଲାସକାରୀ ଲୋକ ତହିଁ ମଧ୍ୟକୁ ଓହ୍ଲାଇଯା’ନ୍ତି।


ଆମ୍ଭେମାନେ କେଉଁଠାକୁ ଯିବା ? ସେହି ଲୋକମାନେ ଆମ୍ଭମାନଙ୍କ ଅପେକ୍ଷା ଅଧିକ ବଳବାନ ଓ ଉଚ୍ଚ; ନଗରମାନ ବୃହତ୍‍ ଓ ଗଗନସ୍ପର୍ଶୀ ପ୍ରାଚୀର-ବେଷ୍ଟିତ ଆହୁରି ସେହି ସ୍ଥାନରେ ଆମ୍ଭେମାନେ ଅନାକୀୟମାନଙ୍କ ସନ୍ତାନଗଣକୁ ଦେଖିଅଛୁ, ଏହି କଥା କହି ଆମ୍ଭମାନଙ୍କ ଭ୍ରାତୃଗଣ ଆମ୍ଭମାନଙ୍କର ମନୋଭଙ୍ଗ କରିଅଛନ୍ତି।


ପୁଣି, ସେମାନେ କହିଲେ, “ଆସ, ଆମ୍ଭେମାନେ ଆପଣାମାନଙ୍କ ପାଇଁ ଗୋଟିଏ ନଗର ଓ ଗଗନସ୍ପର୍ଶୀ ଏକ ଉଚ୍ଚ ଗଡ଼ ନିର୍ମାଣ କରୁ; ତହିଁରେ ଆମ୍ଭମାନଙ୍କର ନାମ ବିଖ୍ୟାତ ହେବ, ପୁଣି, ଆମ୍ଭେମାନେ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ ହେବା ନାହିଁ।”


ଆଉ, ସେ ନର୍କଯନ୍ତ୍ରଣାରେ କଲବଲ ହୋଇ ଉପରକୁ ଚାହିଁ ଦୂରରେ ଅବ୍ରାହାମ ଓ ତାହାଙ୍କ କୋଳରେ ଲାଜାରକୁ ଦେଖିଲେ ।


Swiv nou:

Piblisite


Piblisite