Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 10:22 - ଓଡିଆ ବାଇବେଲ

22 ମୋହର ପିତାଙ୍କ ଅଧିକାରର ସମସ୍ତ ବିଷୟ ମୋ’ଠାରେ ସମର୍ପିତ ହୋଇଅଛି; ଆଉ, ପୁତ୍ର କିଏ, ଏହା ପିତାଙ୍କ ବିନା କେହି ଜାଣେ ନାହିଁ, ପୁଣି, ପିତା କିଏ, ଏହା ପୁତ୍ରଙ୍କ ବିନା କେହି ଜାଣେ ନାହିଁ, ଆଉ ପୁତ୍ର ଯାହା ନିକଟରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ମୋର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋʼଠାରେ ସମର୍ପିତ ହୋଇଅଛି; ଆଉ, ପୁତ୍ର କିଏ, ଏହା ପିତାଙ୍କ ବିନା କେହି ଜାଣେ ନାହିଁ, ପୁଣି ପିତା କିଏ, ଏହା ପୁତ୍ରଙ୍କ ବିନା କେହି ଜାଣେ ନାହିଁ, ଆଉ ପୁତ୍ର ଯାହା ନିକଟରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 “ମୋର ପିତା ମୋତେ ସମସ୍ତ ବିଷୟ ଦେଇଛନ୍ତି। ପୁତ୍ର କିଏ, ପିତାଙ୍କ ଛଡ଼ା ଆଉ କିଏ ଜାଣେ ନାହିଁ ଏବଂ ପିତା କିଏ, ପୁତ୍ରଙ୍କ ଛଡ଼ା ଓ ପୁତ୍ର ଯେଉଁମାନଙ୍କଠାରେ ପ୍ରକାଶ କରିବାକୁ ଚାହାନ୍ତି, ସେମାନଙ୍କ ଛଡ଼ା ଆଉ କେହି ଜାଣେ ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 “ମୋହର ପିତାଙ୍କ ଅଧିକାରର ସମସ୍ତ ବିଷୟ ମୋʼ ଠାରେ ସମର୍ପିତ ହୋଇଅଛି; ଆଉ, ପୁତ୍ର କିଏ, ଏହା ପିତାଙ୍କ ବିନା କେହି ଜାଣେ ନାହିଁ, ପୁଣି, ପିତା କିଏ, ଏହା ପୁତ୍ରଙ୍କ ବିନା କେହି ଜାଣେ ନାହିଁ, ଆଉ ପୁତ୍ର ଯାହା ନିକଟରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ।”

Gade chapit la Kopi

ପବିତ୍ର ବାଇବଲ

22 “ମୋର ପରମପିତା ମୋତେ ସବୁକିଛି ଦେଇଛନ୍ତି। ପୁତ୍ର କିଏ ଏହା ପରମପିତାଙ୍କ ବ୍ୟତୀତ ଅନ୍ୟ କେହି ଜାଣନ୍ତି ନାହିଁ। ଏବଂ ପରମପିତା କିଏ ଏହା ପୁତ୍ରଙ୍କ ଛଡ଼ା କେହି ଜାଣନ୍ତି ନାହିଁ। କେବଳ ସେହିମାନେ ପରମପିତାଙ୍କ ବିଷୟରେ ଜାଣି ପାରିବେ, ଯେଉଁମାନଙ୍କୁ ତାହା ଜଣାଇବା ନିମନ୍ତେ ପୁତ୍ର ସ୍ୱୟଂ ବାଛିବେ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 10:22
20 Referans Kwoze  

ମୋର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋ'ବିଷୟ ମୋଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ କେବଳ ପିତା ଜାଣନ୍ତି, ପୁଣି, ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି ଆଉ ପୁତ୍ର ଯାହା ପାଖରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ ।


କେହି କେବେ ଈଶ୍ୱରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ ।


ସେହିପରି ମୁଁ ମୋ' ନିଜର ମେଷଗୁଡ଼ିକୁ ଜାଣେ, ଆଉ ମୋ' ନିଜର ମେଷଗୁଡ଼ିକ ମୋତେ ଜାଣନ୍ତି, ପୁଣି, ମେଷଗୁଡ଼ିକ ନିମନ୍ତେ ମୁଁ ମୋର ପ୍ରାଣ ଦିଏ ।


ଯେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ସୀମା ମଧ୍ୟରେ ନ ରହି ତାହା ଅତିକ୍ରମ କରେ, ସେ ଈଶ୍ୱରଙ୍କୁ ପାଇ ନାହିଁ; ଯେ ଶିକ୍ଷାର ସୀମା ମଧ୍ୟରେ ରହେ, ସେ ପିତା ଓ ପୁତ୍ର ଉଭୟଙ୍କୁ ପାଇଅଛି ।


ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ୱର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ୱରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି ।


ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଈଶ୍ୱରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍‍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ୱର ଓ ଅନନ୍ତ ଜୀବନ ଅଟନ୍ତି ।


ପୁଣି, ତୁମ୍ଭେ ମୋତେ ଯେଉଁ ପ୍ରେମରେ ପ୍ରେମ କଲ, ତାହା ଯେପରି ସେମାନଙ୍କଠାରେ ଥାଏ ଓ ମୁଁ ସେମାନଙ୍କଠାରେ ରହେ, ଏନିମନ୍ତେ ମୁଁ ସେମାନଙ୍କୁ ତୁମ୍ଭ ନାମ ଜଣାଇଅଛି ଓ ଜଣାଇବି ।


ଯେପ୍ରକାର ତୁମ୍ଭେ ତାହାଙ୍କୁ ଯେଉଁ ଯେଉଁ ଲୋକମାନଙ୍କୁ ଦେଇଅଛ, ସେମାନଙ୍କୁ ଅନନ୍ତ ଜୀବନ ଦେବା ନିମନ୍ତେ ତାହାଙ୍କୁ ସମସ୍ତ ମର୍ତ୍ତ୍ୟ ଉପରେ ଅଧିକାର ଦେଲ ।


ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି ।


ସେତେବେଳେ, ପିତା ଯେ ତାହାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କରିଅଛନ୍ତି ଓ ସେ ଯେ ଈଶ୍ୱରଙ୍କ ନିକଟରୁ ଆସିଅଛନ୍ତି, ପୁଣି, ଈଶ୍ୱରଙ୍କ ନିକଟକୁ ଯାଉଅଛନ୍ତି,


ପିତା ପୁତ୍ରଙ୍କୁ ପ୍ରେମ କରନ୍ତି, ପୁଣି, ସମସ୍ତ ବିଷୟ ତାହାଙ୍କ ହସ୍ତରେ ଅର୍ପଣ କରିଅଛନ୍ତି ।


ତୁମ୍ଭେ ତାହାର ଅଧୀନ କରି ସମସ୍ତ ବିଷୟ ପଦ ତଳେ ରଖିଅଛ ।'' ପ୍ରକୃତରେ ସେ ସମସ୍ତ ବିଷୟକୁ ତାହାର ବଶୀଭୂତ କରିବାରେ କୌଣସି ବିଷୟକୁ ତାହାର ବଶୀଭୂତ ନ କରି ଛାଡ଼ି ନାହାଁନ୍ତି। ଆମ୍ଭେମାନେ ଏପର୍ଯ୍ୟନ୍ତ ସମସ୍ତ ବିଷୟ ତାହାର ବଶୀଭୂତ ହୋଇଥିବାର ଦେଖୁ ନାହୁଁ ସତ,


ସେ ସମସ୍ତଙ୍କ ଉପରେ ତାହାଙ୍କୁ ଉନ୍ନତ କରାଇ ସ୍ୱର୍ଗରେ ଆପଣା ଦକ୍ଷିଣ ପାର୍ଶ୍ୱରେ ଉପବେଶ ନ କରାଇଲେ,


ତତ୍ପରେ ଯୁଗାନ୍ତ ଉପସ୍ଥିତ ହେବ, ସେ ସମୟରେ ସେ ସମସ୍ତ କର୍ତ୍ତାପଣ, ସମସ୍ତ କ୍ଷମତା ଓ ଶକ୍ତି ଲୋପ କଲା ଉତ୍ତାରେ ପିତା ଈଶ୍ୱରଙ୍କୁ ରାଜତ୍ୱ ସମର୍ପଣ କରିବେ ।


ଯାହା ଯାହା ମୋହର, ସେହି ସବୁ ତୁମ୍ଭର, ପୁଣି, ଯାହା ଯାହା ତୁମ୍ଭର, ସେହି ସବୁ ମୋହର; ଆଉ, ମୁଁ ସେମାନଙ୍କଠାରେ ମହିମାନ୍ୱିତ ହୋଇଅଛି ।


ଆଉ ଏବେ, ହେ ପିତା, ଜଗତର ସୃଷ୍ଟି ପୂର୍ବେ ତୁମ୍ଭ ସହିତ ମୋହର ଯେଉଁ ମହିମା ଥିଲା, ତଦ୍ବାରା ତୁମ୍ଭେ ମୋତେ ତୁମ୍ଭ ସହିତ ମହିମାନ୍ୱିତ କର ।


ସେହି ସମୟରେ ଯୀଶୁ ଉତ୍ତର ଦେଲେ, ପିତଃ, ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି;


Swiv nou:

Piblisite


Piblisite