Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 10:7 - ଓଡିଆ ବାଇବେଲ

7 ପୁଣି, ସେମାନଙ୍କ ପାଖରେ ଯାହା ଥାଏ, ତାହା ଭୋଜନପାନ କରି ସେହି ଗୃହରେ ରୁହ, କାରଣ କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ । ଘରକୁ ଘର ଯାଅ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପୁଣି, ସେମାନଙ୍କ ପାଖରେ ଯାହା ଥାଏ, ତାହା ଭୋଜନପାନ କରି ସେହି ଗୃହରେ ରୁହ, କାରଣ କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ। ଘରକୁ ଘର ଯାଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ସେମାନେ ଭୋଜନ ପାନ ନିମନ୍ତେ ଯାହା ଦିଅନ୍ତି, ତାହା ଗ୍ରହଣ କରି ସେହି ଗୃହରେ ବାସ କର, କାରଣ ଶ୍ରମିକ ମଜୁରୀ ପାଇବାର ଯୋଗ୍ୟ। ଗୋଟିଏ ଗୃହରୁ ଆଉ ଗୋଟିଏ ଗୃହକୁ ଘୂରିବୁଲ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ସେମାନଙ୍କ ପାଖରେ ଯାହା ଥାଏ, ତାହା ଭୋଜନପାନ କରି ସେହି ଗୃହରେ ରୁହ, କାରଣ କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ। ଘରକୁ ଘର ଯାଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ

7 ତୁମ୍ଭେମାନେ ଶାନ୍ତି ଥିବା ଘରେ ରୁହ। ସେ ଲୋକମାନେ ତୁମ୍ଭମାନଙ୍କୁ ଯାହାଦେବେ ତାହା ଖାଅ ଓ ପିଅ। କାରଣ କାମ କରିବା ଲୋକର ତା’ ବେତନ ଉପରେ ଅଧିକାର ଅଛି। ଅନ୍ୟ ଘରେ ରହିବା ପାଇଁ ସେହି ଘର ଛାଡ଼ି ଯାଅ ନାହିଁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 10:7
18 Referans Kwoze  

ଯେଉଁ କୃଷକ ପରିଶ୍ରମ କରେ, ସେ ପ୍ରଥମେ ଫଳର ଅଂଶ ପାଇବା ଉଚିତ୍ ।


କିନ୍ତୁ ଯେ ଈଶ୍ୱରଙ୍କ ବାକ୍ୟରେ ଶିକ୍ଷା ପ୍ରାପ୍ତ ହୁଏ, ସେ ଶିକ୍ଷାଦାତାଙ୍କୁ ସମସ୍ତ ଉତ୍ତମ ବିଷୟର ସହଭାଗୀ କରାଉ ।


ଆଉ ତୁମ୍ଭେମାନେ ଯେକୌଣସି ଗୃହରେ ପ୍ରବେଶ କରିବ, ସେ ସ୍ଥାନରୁ ନ ବାହାରିବା ପର୍ଯ୍ୟନ୍ତ ସେଠାରେ ରୁହ ।


ପୁଣି, ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଯେକୌଣସି ଗୃହରେ ପ୍ରବେଶ କରିବ, ସେ ସ୍ଥାନରୁ ପ୍ରସ୍ଥାନ ନ କରିବା ପର୍ଯ୍ୟନ୍ତ ସେଠାରେ ରୁହ ।


ଆହୁରି ମଧ୍ୟ ସେମାନେ ଘର ଘର ବୁଲି ଅଳସୁଆ ହେବାକୁ ଶିଖନ୍ତି, ଆଉ କେବଳ ଆଳସ୍ୟ ନୁହେଁ, ମାତ୍ର ଅସାର କାହାଣୀ ଓ ପରଚର୍ଚ୍ଚା କରି ଅନାବଶ୍ୟକ କଥାବାର୍ତ୍ତା କରନ୍ତି ।


ସେଥିରେ ସେ ସେମାନଙ୍କୁ ଆପଣା ଗୃହକୁ ଘେନିଯାଇ ଖାଦ୍ୟ ପରିବେଷଣ କଲେ, ଆଉ ସମସ୍ତ ପରିବାର ସହିତ ଈଶ୍ୱରଙ୍କଠାରେ ବିଶ୍ୱାସ କରି ଅତ୍ୟନ୍ତ ଆନନ୍ଦିତ ହେଲେ ।


ପୁଣି, ସେ ଓ ତାହାଙ୍କର ପରିବାର ବାପ୍ତିଜିତ ହେଲା ଉତ୍ତାରେ ସେ ଆମ୍ଭମାନଙ୍କୁ ବିନତି କରି କହିଲେ, ଆପଣମାନେ ଯଦି ମୋତେ ପ୍ରଭୁଙ୍କ ନିକଟରେ ବିଶ୍ୱସ୍ତ ବୋଲି ବିଚାର କରିଥାଆନ୍ତି, ତେବେ ମୋହର ଗୃହକୁ ଆସି ବାସ କରନ୍ତୁ; ଆଉ ସେ ଆମ୍ଭମାନଙ୍କୁ ବାଧ୍ୟ କଲେ ।


ଆଉ ତୁମ୍ଭେମାନେ, ତୁମ୍ଭମାନଙ୍କ ପୁତ୍ରଗଣ, ତୁମ୍ଭମାନଙ୍କ କନ୍ୟାଗଣ, ତୁମ୍ଭମାନଙ୍କ ଦାସଗଣ ଓ ତୁମ୍ଭମାନଙ୍କ ଦାସୀଗଣ, ପୁଣି ତୁମ୍ଭମାନଙ୍କ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକର କୌଣସି ଅଂଶ କି ଅଧିକାର ତୁମ୍ଭମାନଙ୍କ ମଧ୍ୟରେ ନ ଥିବା ସକାଶୁ ସେ ଏବଂ ତୁମ୍ଭେ ସମସ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।


ସେଥିରେ ସେମାନେ କାରାଗାରରୁ ବାହାରିଯାଇ ଲୂଦିଆଙ୍କ ଗୃହରେ ପ୍ରବେଶ କଲେ, ଆଉ ଭାଇମାନଙ୍କ ସାଙ୍ଗରେ ସାକ୍ଷାତ କରି ସେମାନଙ୍କୁ ଉତ୍ସାହ ଦେଲା ଉତ୍ତାରେ ପ୍ରସ୍ଥାନ କଲେ ।


ଆଉ, ସେ ସ୍ଥାନରେ ଯଦି ଜଣେ ଶାନ୍ତିର ପାତ୍ର ଥାଏ, ତାହାହେଲେ ତୁମ୍ଭମାନଙ୍କର ଶାନ୍ତି ତାହାର ଉପରେ ଅଧିଷ୍ଠାନ କରିବ; କିନ୍ତୁ ଯଦି ନ ଥାଏ, ତେବେ ତାହା ତୁମ୍ଭମାନଙ୍କ ନିକଟକୁ ଫେରିଆସିବ ।


ପୁଣି, ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିଜନଗଣ ସବୁ ସ୍ଥାନରେ ତାହା ଭୋଜନ କରିବ; କାରଣ ତାହା ସମାଗମ-ତମ୍ବୁରେ କୃତ ତୁମ୍ଭମାନଙ୍କ ସେବାକାର୍ଯ୍ୟ ପରିଶୋଧରେ ତୁମ୍ଭମାନଙ୍କର ପୁରସ୍କାର ଅଟେ।


ସେ ଆପଣା ପୈତୃକ-ଅଧିକାର ବିକ୍ରୟର ମୂଲ୍ୟ ଛଡ଼ା ସେମାନଙ୍କ ସମାନ ଭୋଜନର ଅଂଶ ପାଇବ।


Swiv nou:

Piblisite


Piblisite