Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 11:42 - ଓଡିଆ ବାଇବେଲ

42 କିନ୍ତୁ ହାୟ, ଦଣ୍ଡର ପାତ୍ର ଫାରୂଶୀମାନେ, କାରଣ ତୁମ୍ଭେମାନେ ପୋଦିନା, ଆରୁଦ ଓ ସମସ୍ତ ପ୍ରକାର ଶାକର ଦଶମାଂଶ ଦେଉଥାଅ, ଆଉ ନ୍ୟାୟବିଚାର ଓ ଈଶ୍ୱରଙ୍କ ପ୍ରେମ ଅବହେଳା କରୁଥାଅ; କିନ୍ତୁ ଏହି ସମସ୍ତ ପାଳନ କରିବା ଓ ଅନ୍ୟସବୁ ଅବହେଳା ନ କରିବା ଉଚିତ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 କିନ୍ତୁ ହାୟ, ଦଣ୍ତର ପାତ୍ର ଫାରୂଶୀମାନେ, କାରଣ ତୁମ୍ଭେମାନେ ପୋଦିନା, ଆରୁଦ ଓ ସମସ୍ତ ପ୍ରକାର ଶାକର ଦଶମାଂଶ ଦେଉଥାଅ, ଆଉ ନ୍ୟାୟ ବିଚାର ଓ ଈଶ୍ଵରଙ୍କ ପ୍ରେମ ଅବହେଳା କରୁଥାଅ; କିନ୍ତୁ ଏହିସମସ୍ତ ପାଳନ କରିବା ଓ ଅନ୍ୟସବୁ ଅବହେଳା ନ କରିବା ଉଚିତ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

42 “ହେ ଫାରୁଶୀମାନେ, ତୁମ ଶେଷ ଦଶା କେଡ଼େ ଭୟଙ୍କର ହେବ! ତୁମେ ପୋଦିନା, ସାଗ ଇତ୍ୟାଦିର ଦଶମାଂଶ ଈଶ୍ୱରଙ୍କୁ ଦେଇଥାଅ। କିନ୍ତୁ ନ୍ୟାୟପରାୟଣତା ଓ ଈଶ୍ୱରଙ୍କ ପ୍ରତି ପ୍ରେମ ଅବହେଳା କରିଥାଅ; ଏହାକୁ ମୁଖ୍ୟ ସ୍ଥାନ ଦିଅ; ଅନ୍ୟାନ୍ୟ ବିଷୟଗୁଡ଼ିକ ମଧ୍ୟ ଅବହେଳା କର ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 କିନ୍ତୁ ହାୟ, ଦଣ୍ଡର ପାତ୍ର ଫାରୂଶୀମାନେ, କାରଣ ତୁମ୍ଭେମାନେ ପୋଦିନା, ଆରୁଦ ଓ ସମସ୍ତ ପ୍ରକାର ଶାକର ଦଶମାଂଶ ଦେଉଥାଅ, ଆଉ ନ୍ୟାୟବିଚାର ଓ ଈଶ୍ବରଙ୍କ ପ୍ରେମ ଅବହେଳା କରୁଥାଅ; କିନ୍ତୁ ଏହି ସମସ୍ତ ପାଳନ କରିବା ଓ ଅନ୍ୟସବୁ ଅବହେଳା ନ କରିବା ଉଚିତ।

Gade chapit la Kopi

ପବିତ୍ର ବାଇବଲ

42 “ହେ ଫାରୂଶୀଗଣ! ତୁମ୍ଭମାନଙ୍କୁ ଧିକ୍! ତୁମ୍ଭେମାନେ ସମସ୍ତ ବିଷୟରେ ଦଶମାଂଶ ପରମେଶ୍ୱରଙ୍କୁ ଦେଇଥାଅ। ପୋଦିନା, ଆରୁଦ ଓ ଏପରିକି ବଗିଗ୍ଭର ଅନ୍ୟାନ୍ୟ ଛୋଟ ଗ୍ଭରାର ମଧ୍ୟ ଦଶ ଭାଗରୁ ଭାଗେ ପରମେଶ୍ୱରଙ୍କୁ ଦେଇଥାଅ। କିନ୍ତୁ ଅନ୍ୟମାନଙ୍କ ପ୍ରତି ଦୟାପୂର୍ଣ୍ଣ ବ୍ୟବହାର କରିବାକୁ ଓ ପରମେଶ୍ୱରଙ୍କୁ ଭଲ ପାଇବାକୁ ତୁମ୍ଭେମାନେ ଭୁଲି ଯାଇଥାଅ। ତୁମ୍ଭମାନଙ୍କର ଏସବୁ କାର୍ଯ୍ୟ କରିବା ଉଚିତ୍। ତା’ ସହିତ ଦଶମାଂଶ ଦେବା ଏବଂ ଅନ୍ୟାନ୍ୟ କାର୍ଯ୍ୟ ମଧ୍ୟ ଗ୍ଭଲୁ ରଖିବା ଉଚିତ୍।

Gade chapit la Kopi




ଲୂକ ଲିଖିତ ସୁସମାଚାର 11:42
22 Referans Kwoze  

ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ପୋଦିନା, ପାନମୋହୁରୀ ଓ ଜୀରାର ଦଶମାଂଶ ଦେଉଥାଅ, ଆଉ ମୋଶାଙ୍କ ବ୍ୟବସ୍ଥାର ଗୁରୁତର ବିଷୟ ଗୁଡ଼ିକ, ନ୍ୟାୟବିଚାର, ଦୟା ଓ ବିଶ୍ୱାସ, ଏହାସବୁ ପରିତ୍ୟାଗ କରିଅଛ; କିନ୍ତୁ ଏହି ସମସ୍ତ ପାଳନ କରିବା ଓ ଅନ୍ୟସବୁ ପରିତ୍ୟାଗ ନ କରିବା ଉଚିତ ।


ମୁଁ ସପ୍ତାହରେ ଦୁଇ ଥର ଉପବାସ କରିଥାଏ ଓ ମୋହର ସମସ୍ତ ଆଦାୟର ଦଶମାଂଶ ଦେଇଥାଏ ।


ଈଶ୍ୱରଙ୍କୁ ପ୍ରେମ କରୁଅଛି ବୋଲି କହି ଯଦି କେହି ଆପଣା ଭାଇକୁ ଘୃଣା କରେ, ତାହାହେଲେ ସେ ମିଥ୍ୟାବାଦୀ, ଯେଣୁ ଯେଉଁ ଭାଇକୁ ଦେଖିଅଛି, ଯଦି ତାହାକୁ କେହି ପ୍ରେମ ନ କରେ, ତାହାହେଲେ ଯେଉଁ ଈଶ୍ୱରଙ୍କୁ ସେ ଦେଖି ନାହିଁ, ତାହାଙ୍କୁ ପ୍ରେମ କରି ପାରେ ନାହିଁ ।


ମନୁଷ୍ୟ କି ପରମେଶ୍ୱରଙ୍କ ଦ୍ରବ୍ୟ ଚୋରି କରିବ ? ତଥାପି ତୁମ୍ଭେମାନେ ଆମ୍ଭର ଦ୍ରବ୍ୟ ଚୋରି କରୁଅଛ। ମାତ୍ର ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କିପରି ତୁମ୍ଭର ଦ୍ରବ୍ୟ ଦଶମାଂଶରେ ଓ ନୈବେଦ୍ୟରେ ଚୋରି କରିଅଛୁ ?”


ହେ ମନୁଷ୍ୟ, ଯାହା ଉତ୍ତମ, ତାହା ସେ ତୁମ୍ଭକୁ ଜଣାଇ ଅଛନ୍ତି; ନ୍ୟାୟାଚରଣ, ଦୟା ଭଲ ପାଇବା ଓ ନମ୍ର ଭାବରେ ତୁମ୍ଭ ପରମେଶ୍ୱରଙ୍କ ସହିତ ଗମନାଗମନ କରିବାର, ଏହାଛଡ଼ା ସଦାପ୍ରଭୁ ତୁମ୍ଭଠାରୁ ଆଉ କଅଣ ଚାହାନ୍ତି ?


ବଳିଦାନ ଅପେକ୍ଷା ନ୍ୟାୟ ଓ ସୁବିଚାର ସଦାପ୍ରଭୁଙ୍କର ଅଧିକ ଗ୍ରାହ୍ୟ।


ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଧଳା ରଙ୍ଗର ସମାଧି ସରୂପ । ତାହା ବାହାରେ ସୁନ୍ଦର ଦେଖାଯାଏ, କିନ୍ତୁ ଭିତରେ ମୃତମାନଙ୍କ ଅସ୍ଥି ଓ ସର୍ବ ପ୍ରକାର ଅଶୁଚିତାରେ ପରିପୂର୍ଣ୍ଣ;


ତହିଁରେ ଶାମୁୟେଲ କହିଲେ, ଯେପରି ସଦାପ୍ରଭୁଙ୍କ ରବ ଶୁଣିବାରେ, ସେପରି କି ହୋମ ଓ ବଳିଦାନରେ ସଦାପ୍ରଭୁଙ୍କର ସନ୍ତୋଷ ହୁଏ ? ଦେଖ, ଶୁଣିବା ବଳିଦାନଠାରୁ ଓ ମନୋଯୋଗୀ ହେବା ମେଷମେଦଠାରୁ ଉତ୍ତମ।


ମାତ୍ର ମୁଁ ତୁମ୍ଭମାନଙ୍କୁ ଜାଣିଅଛି, ତୁମ୍ଭମାନଙ୍କ ଅନ୍ତରରେ ଈଶ୍ୱରଙ୍କ ପ୍ରେମ ନାହିଁ ।


କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ ।


ତୁମ୍ଭେମାନେ ଆପଣାମାନଙ୍କର ବାକ୍ୟ ଦ୍ୱାରା ସଦାପ୍ରଭୁଙ୍କୁ କ୍ଳାନ୍ତ କରିଅଛ। ତଥାପି ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କାହିଁରେ ତାହାଙ୍କୁ କ୍ଳାନ୍ତ କରିଅଛୁ ?” “ପ୍ରତ୍ୟେକ ଲୋକ ଯେ କୁକର୍ମ କରେ, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଉତ୍ତମ ଓ ସେମାନଙ୍କଠାରେ ସେ ସନ୍ତୁଷ୍ଟ ହୁଅନ୍ତି,” “ନୋହିଲେ ବିଚାରକର୍ତ୍ତା ପରମେଶ୍ୱର କାହାନ୍ତି ?” ଏପରି କହି କ୍ଳାନ୍ତ କରୁଅଛ।


ପୁତ୍ର ଆପଣା ପିତାକୁ ଓ ଦାସ ଆପଣା ମୁନିବକୁ ସମାଦର କରେ; ମାତ୍ର ଆମ୍ଭେ ଯଦି ପିତା ଅଟୁ, ତେବେ ଆମ୍ଭର ସମାଦର କାହିଁ ? ଓ ଆମ୍ଭେ ଯଦି ମୁନିବ ଅଟୁ, ତେବେ ଆମ୍ଭ ପ୍ରତି ଭୟ କାହିଁ ? ହେ ଆମ୍ଭ ନାମର ଅବଜ୍ଞାକାରୀ ଯାଜକଗଣ, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭମାନଙ୍କୁ ଏହା କହନ୍ତି। ପୁଣି, ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କାହିଁରେ ତୁମ୍ଭ ନାମ ଅବଜ୍ଞା କରିଅଛୁ।”


ଏହା ଧରି ରଖିବାର, ମଧ୍ୟ ତାହାଠାରୁ ହସ୍ତ କାଢ଼ି ନ ନେବାର ତୁମ୍ଭର ଉତ୍ତମ; କାରଣ ଯେ ପରମେଶ୍ୱରଙ୍କୁ ଭୟ କରେ, ସେ ଏହିସବୁରୁ ଉତ୍ତୀର୍ଣ୍ଣ ହେବ।


ପୁଣି, ଆମ୍ଭମାନଙ୍କ ଚକ୍‍ଟା ମଇଦାର ପ୍ରାଥମାଂଶ ଓ ଆମ୍ଭମାନଙ୍କ ଉତ୍ତୋଳନୀୟ ଉପହାର ଓ ସର୍ବପ୍ରକାର ବୃକ୍ଷର ଫଳ, ଦ୍ରାକ୍ଷାରସ ଓ ତୈଳ ଯାଜକମାନଙ୍କ ନିକଟକୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର କୋଠରିକୁ ଆଣିବା ପାଇଁ, ଆଉ ଭୂମିଜାତ ଦ୍ରବ୍ୟର ଦଶମାଂଶ ଲେବୀୟମାନଙ୍କ ନିକଟକୁ ଆଣିବା ପାଇଁ ସ୍ଥିର କଲୁ; କାରଣ ସେହି ଲେବୀୟମାନେ ଆମ୍ଭମାନଙ୍କ ସକଳ କୃଷି-ନଗରରେ ଦଶମାଂଶ ଆଦାୟ କରନ୍ତି।


Swiv nou:

Piblisite


Piblisite