Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 12:2 - ଓଡିଆ ବାଇବେଲ

2 କିନ୍ତୁ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ, ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 କିନ୍ତୁ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ଯାହା ଆବୃତ ହୋଇଛି, ତାହା ଅନାବୃତ ହେବ ଓ ପ୍ରତ୍ୟେକ ଗୁପ୍ତ ବିଷୟ ପ୍ରକାଶିତ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 କିନ୍ତୁ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ।

Gade chapit la Kopi

ପବିତ୍ର ବାଇବଲ

2 ଲୁଚି ରହିଥିବା ପ୍ରତ୍ୟେକ ଜିନିଷକୁ ପ୍ରକାଶ କରି ଦିଆ ଯିବ। ଗୋପନରେ ରହିଥିବା ପ୍ରତ୍ୟେକ ବିଷୟକୁ ପ୍ରକାଶ କରାଯିବ।

Gade chapit la Kopi




ଲୂକ ଲିଖିତ ସୁସମାଚାର 12:2
10 Referans Kwoze  

କାରଣ ପ୍ରକାଶିତ ନ ହେବା ଉଦ୍ଦେଶ୍ୟରେ କିଛି ଗୁପ୍ତ ନାହିଁ; ଆଉ ଯାହା ଗୁପ୍ତ ହୋଇଅଛି, ତାହା ପ୍ରକାଶିତ ହେବା ଉଦ୍ଦେଶ୍ୟରେ ଗୁପ୍ତ ହୋଇଅଛି ।


କାରଣ ଯାହା ପ୍ରକାଶିତ ନ ହେବ, ଏପରି ଗୁପ୍ତ ବିଷୟ କିଛି ନାହିଁ, ଅବା ଯାହା ଜଣାଯାଇ ପ୍ରକାଶ ନ ପାଇବ, ଏପରି ଗୁପ୍ତ ବିଷୟ କିଛି ନାହିଁ ।


କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ୱାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ଉପସ୍ଥିତ ହେବାକୁ ହେବ ।


ଯେହେତୁ ପରମେଶ୍ୱର ପ୍ରତ୍ୟେକ କର୍ମ, ପୁଣି ଭଲ କି ମନ୍ଦ ପ୍ରତ୍ୟେକ ଗୁପ୍ତ ବିଷୟ ବିଚାରରେ ଆଣିବେ।


ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ୱରଙ୍କଠାରୁ ପ୍ରଶଂସା ପାଇବ ।


ଯେଉଁ ଦିନରେ ଈଶ୍ୱର ମୋହର ସୁସମାଚାର ଅନୁସାରେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ମନୁଷ୍ୟମାନଙ୍କର ଗୁପ୍ତ ବିଷୟଗୁଡ଼ିକ ବିଚାର କରିବେ, ସେହି ଦିନ ଏହା ପ୍ରକାଶ ପାଇବ ।


କାରଣ ସେମାନଙ୍କର ସମସ୍ତ ପଥରେ ଆମ୍ଭର ଦୃଷ୍ଟି ଅଛି; ସେମାନେ ଆମ୍ଭ ସାକ୍ଷାତରୁ ଲୁଚା ନୁହନ୍ତି, କିଅବା ସେମାନଙ୍କର ଅଧର୍ମ ଆମ୍ଭ ଦୃଷ୍ଟିରେ ଅଗୋଚର ନୁହେଁ।


ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଉପହାରାର୍ଥକ ବଳି ନିମନ୍ତେ ମାଂସ ବଳିଦାନ କରି ତାହା ଭୋଜନ କରନ୍ତି; ମାତ୍ର ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ। ଏବେ ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପର ପ୍ରତିଫଳ ଦେବେ; ସେମାନେ ପୁନର୍ବାର ମିସରକୁ ଫେରି ଯିବେ।


Swiv nou:

Piblisite


Piblisite