Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 12:8 - ଓଡିଆ ବାଇବେଲ

8 ଆଉ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଲୋକମାନଙ୍କ ଆଗରେ ମୋତେ ସ୍ୱୀକାର କରିବେ, ମନୁଷ୍ୟପୁତ୍ର ମଧ୍ୟ ଈଶ୍ୱରଙ୍କ ଦୂତମାନଙ୍କ ସାକ୍ଷାତରେ ତାହାକୁ ସ୍ୱୀକାର କରିବେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଆଉ, ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେକେହି ଲୋକଙ୍କ ସାକ୍ଷାତରେ ମୋତେ ସ୍ଵୀକାର କରିବ, ମନୁଷ୍ୟପୁତ୍ର ମଧ୍ୟ ଈଶ୍ଵରଙ୍କ ଦୂତମାନଙ୍କ ସାକ୍ଷାତରେ ତାହାକୁ ସ୍ଵୀକାର କରିବେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 “ମୁଁ ନିଶ୍ଚିତଭାବେ କହୁଛି, ଯେ କେହି ସର୍ବସାକ୍ଷାତରେ ନିଜକୁ ମୋର ଶିଷ୍ୟ ବୋଲି ସ୍ୱୀକାର କରେ, ମନୁଷ୍ୟପୁତ୍ର ଈଶ୍ୱରଙ୍କ ଦୂତମାନଙ୍କ ସମ୍ମୁଖରେ ତାହା ପ୍ରତି ଠିକ୍ ସେହିପରି କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 “ଆଉ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଲୋକମାନଙ୍କ ଆଗରେ ମୋତେ ସ୍ୱୀକାର କରିବେ, ମନୁଷ୍ୟପୁତ୍ର ମଧ୍ୟ ଈଶ୍ବରଙ୍କ ଦୂତମାନଙ୍କ ସାକ୍ଷାତରେ ତାହାକୁ ସ୍ୱୀକାର କରିବେ;

Gade chapit la Kopi

ପବିତ୍ର ବାଇବଲ

8 “ମୁଁ ତୁମ୍ଭମାନଙ୍କୁ କହୁଛି, ଯେଉଁ ଲୋକ ସମସ୍ତଙ୍କ ଆଗରେ ଠିଆ ହୋଇ କହେ ଯେ ସେ ମୋ'ଠାରେ ବିଶ୍ୱାସ କରୁଛି, ତା'ହେଲେ ମୁଁ ମନୁଷ୍ୟପୁତ୍ର, ପରମେଶ୍ୱରଙ୍କ ଦୂତମାନଙ୍କ ଆଗରେ କହିବି ଯେ, ସେହି ଲୋକଟି ମୋର ନିଜର ଲୋକ।

Gade chapit la Kopi




ଲୂକ ଲିଖିତ ସୁସମାଚାର 12:8
13 Referans Kwoze  

ଯେ ପୁତ୍ରଙ୍କୁ ନାସ୍ତି କରେ, ସେ ପିତାଙ୍କୁ ପ୍ରାପ୍ତ କରି ନାହିଁ; ଯେ ପୁତ୍ରଙ୍କୁ ସ୍ୱୀକାର କରେ, ସେ ପିତାଙ୍କୁ ମଧ୍ୟ ପ୍ରାପ୍ତ କରିଅଛି ।


ଯଦି ଆମ୍ଭେମାନେ ଧୖେର୍ଯ୍ୟ ଧରି ସହ୍ୟ କରୁ, ତେବେ ତାହାଙ୍କ ସହିତ ମଧ୍ୟ ଶାସନ କରିବ; ଯଦି ଆମ୍ଭେମାନେ ତାହାଙ୍କୁ ଅସ୍ୱୀକାର କରୁ, ତେବେ ସେ ମଧ୍ୟ ଆମ୍ଭମାନଙ୍କୁ ଅସ୍ୱୀକାର କରିବେ;


ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେ ମନପରିବର୍ତ୍ତନ କରେ, ଏପରି ଜଣେ ପାପୀ ନିମନ୍ତେ ଈଶ୍ୱରଙ୍କ ଦୂତମାନଙ୍କ ଆଗରେ ଆନନ୍ଦ ହୁଏ ।


ଯେଉଁଠାରେ ଶୟତାନର ସିଂହାସନ, ସେଠାରେ ଯେ ତୁମ୍ଭେ ବାସ କରୁଅଛ, ଏହା ଆମ୍ଭେ ଜାଣୁ; ତଥାପି ତୁମ୍ଭେ ଆମ୍ଭର ନାମ ଦୃଢ଼ରୂପେ ଧରିଅଛ, ଆଉ ଆମ୍ଭର ବିଶ୍ୱସ୍ତ ସାକ୍ଷୀ ଆନ୍ତିପା ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଶୟତାନର ସେହି ବସତି ସ୍ଥଳରେ ହତ ହୋଇଥିଲା, ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରୁଅଛ ବୋଲି ସେତେବେଳେ ସୁଦ୍ଧା ଅସ୍ୱୀକାର କରି ନ ଥିଲ ।


ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶଦିନ କ୍ଲେଶ ଭୋଗ କରିବ । ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ ।


ଆହୁରି, ମୁଁ ରାଜାମାନଙ୍କ ସାକ୍ଷାତରେ ତୁମ୍ଭର ପ୍ରମାଣ-ବାକ୍ୟ ବିଷୟ କହିବି ଓ ଲଜ୍ଜିତ ନୋହିବି।


ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତ କାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ, ମାତ୍ର ଏବେ ସଦାପ୍ରଭୁ କହନ୍ତି, ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁଜ୍ଞାନ କରାଯିବେ।


ସେଥିରେ ଯୀଶୁ ତାହାକୁ କହିଲେ, କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ ।


Swiv nou:

Piblisite


Piblisite