Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 13:11 - ଓଡିଆ ବାଇବେଲ

11 ଆଉ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଦୁର୍ବଳକାରୀ ଆତ୍ମା ଦ୍ୱାରା ଆବିଷ୍ଟ ଜଣେ ସ୍ତ୍ରୀଲୋକ ସେଠାରେ ଥିଲା, ସେ କୁବ୍‌ଜା ହୋଇ କୌଣସି ପ୍ରକାରେ ଆପଣାକୁ ସିଧା କରି ପାରୁ ନ ଥିଲା ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆଉ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଦୁର୍ବଳକାରୀ ଆତ୍ମା ଦ୍ଵାରା ଆବିଷ୍ଟ ଜଣେ ସ୍ତ୍ରୀଲୋକ ସେଠାରେ ଥିଲା, ସେ କୁବ୍ଜା ହୋଇ କୌଣସି ପ୍ରକାରେ ଆପଣାକୁ ସଳଖ କରି ପାରୁ ନ ଥିଲା।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ସେଠାରେ ଜଣେ ସ୍ତ୍ରୀ ଲୋକକୁ ଭୂତ ଲାଗି ଥିବାରୁ ସେ ଅଠର ବର୍ଷ ଧରି ଅସୁସ୍ଥ ଥିଲା; ସେ କୁଜା ହୋଇ ରହି ଯାଇଥିଲା ଏବଂ ଆଦୌ ସଳଖ ହୋଇପାରୁ ନ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଉ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଦୁର୍ବଳକାରୀ ଆତ୍ମା ଦ୍ୱାରା ଆବିଷ୍ଟ ଜଣେ ସ୍ତ୍ରୀଲୋକ ସେଠାରେ ଥିଲା, ସେ କୁବ୍‌ଜା ହୋଇ କୌଣସି ପ୍ରକାରେ ଆପଣାକୁ ସିଧା କରିପାରୁ ନ ଥିଲା।

Gade chapit la Kopi

ପବିତ୍ର ବାଇବଲ

11 ସେଠାରେ ଏପରି ଗୋଟିଏ ସ୍ତ୍ରୀ ଲୋକ ଥିଲା, ଯାହା ଦେହରେ ଗୋଟିଏ ଭୂତ ପ୍ରବେଶ କରି ରହିଥିଲା। ଭୂତ ସ୍ତ୍ରୀ ଲୋକଟିକୁ ଅଠର ବର୍ଷ ଧରି ପଙ୍ଗୁ କରି ପକାଇଥିଲା। ସେ କୁଜ୍ଜା ହୋଇ ନଇଁ ଯାଉଥିଲା। ସେ ଜମା ସିଧା ଠିଆ ହୋଇ ପାରୁ ନ ଥିଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 13:11
20 Referans Kwoze  

ପୁଣି, ଯେଉଁ ସ୍ତ୍ରୀମାନେ ଦୁଷ୍ଟ ଆତ୍ମା ଓ ରୋଗରୁ ସୁସ୍ଥ କରାଯାଇଥିଲେ, ଏପରି କେତେକ ସ୍ତ୍ରୀଲୋକ, ଅର୍ଥାତ୍ ମଗ୍‌ଦଲୀନୀ ନାମକ ମରିୟମ, ଯାହାଙ୍କଠାରୁ ସାତ ଭୂତ ବାହାରିଯାଇଥିଲେ,


ତେବେ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଶୟତାନ ଦ୍ୱାରା ବନ୍ଧା ହୋଇ ଅବ୍ରାହାମଙ୍କ କନ୍ୟା ଏହି ସ୍ତ୍ରୀଲୋକଟି କ'ଣ ବିଶ୍ରାମବାରରେ ଆପଣା ବନ୍ଧନରୁ ମୁକ୍ତ ହେବା ଆବଶ୍ୟକ ନ ଥିଲା ?


ସେ ନୌକାରୁ ବାହାରି କୂଳରେ ଓହ୍ଲାନ୍ତେ ସେହି ନଗରର ଜଣେ ଭୂତଗ୍ରସ୍ତ ଲୋକ ତାହାଙ୍କୁ ଭେଟିଲା; ସେ ବହୁକାଳ ପର୍ଯ୍ୟନ୍ତ ଲୁଗା ନ ପିନ୍ଧି ଓ ଘରେ ନ ରହି ସମାଧି ସ୍ଥାନରେ ରହୁଥିଲା ।


ହେ ସଦାପ୍ରଭୁ, ମୋତେ ଦୟା କର; କାରଣ ମୁଁ ଶୁଷ୍କ ହୋଇ ଯାଇଅଛି; ହେ ସଦାପ୍ରଭୁ, ମୋତେ ସୁସ୍ଥ କର; କାରଣ ମୋ’ର ଅସ୍ଥିସବୁ ବ୍ୟାକୁଳ ହେଉଅଛି।


କାରଣ ଯେଉଁ ଲୋକଠାରେ ସେହି ଆରୋଗ୍ୟର ଆଶ୍ଚର୍ଯ୍ୟକର୍ମ କରାଯାଇଥିଲା, ତାହାର ବୟସ ଚାଳିଶ ବର୍ଷରୁ ଊର୍ଦ୍ଧ୍ୱ ଥିଲା ।


ସେତେବେଳେ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗରେ ଜଣେ ସ୍ତ୍ରୀଲୋକ, ଯେ କି କାହାରି ଦ୍ୱାରା ସୁସ୍ଥ ହୋଇ ପାରି ନ ଥିଲା,


ସେତେବେଳେ ଯୀଶୁ ତାହାର ପିତାକୁ ପଚାରିଲେ, କେତେ ଦିନ ହେଲା ଏହାକୁ ଏପରି ହୋଇଅଛି ? ସେ କହିଲା, ପିଲାକାଳରୁ;


ସଦାପ୍ରଭୁ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରନ୍ତି; ସଦାପ୍ରଭୁ ନଇଁ ପଡ଼ିବା ଲୋକମାନଙ୍କୁ ଉଠାନ୍ତି; ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି।


ଏପରି ସମୟରେ ମାତୃଗର୍ଭରୁ ଖଞ୍ଜ ଜଣେ ଲୋକ ବୁହା ହୋଇ ଯାଉଥିଲା । ମନ୍ଦିରରେ ପ୍ରବେଶ କରୁଥିବା ଲୋକମାନଙ୍କଠାରୁ ଭିକ୍ଷା ମାଗିବା ନିମନ୍ତେ ଲୋକେ ତାହାକୁ ପ୍ରତିଦିନ ସେଥିର ସୁନ୍ଦର ନାମକ ଦ୍ୱାରରେ ରଖିଦେଉଥିଲେ ।


ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ ? ତୁ କାହିଁକି ମୋ’ ଅନ୍ତରରେ ଅସ୍ଥିର ହେଉଅଛୁ ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ତାହାଙ୍କ ପ୍ରସନ୍ନତାର ସାହାଯ୍ୟ ସକାଶୁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି।


ମୁଁ ବ୍ୟଥିତ ଓ ଅତ୍ୟନ୍ତ ଅବନତ ହୋଇଅଛି। ମୁଁ ସାରାଦିନ ଶୋକ କରି ବୁଲୁଥାଏ।


ଏଉତ୍ତାରେ ଶୟତାନ ସଦାପ୍ରଭୁଙ୍କ ଛାମୁରୁ ବାହାରି ଯାଇ ଆୟୁବର ତଳିପାରୁ ମସ୍ତକ ପର୍ଯ୍ୟନ୍ତ ଯନ୍ତ୍ରଣାଦାୟକ ଘାଆରେ ତାହାକୁ ଆଘାତ କଲା।


ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତି ଓ ନଇଁ ପଡ଼ିବା ଲୋକଙ୍କୁ ଉଠାନ୍ତି।


ପରେ ଯୀଶୁ ସେମାନଙ୍କ ସମାଜଗୃହ ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ଗାଲିଲୀରେ ବୁଲିବାକୁ ଲାଗିଲେ,


ଯୀଶୁ ତାହାକୁ ଦେଖି ପାଖକୁ ଡାକି କହିଲେ, ହେ ନାରୀ, ତୁମ୍ଭର ଦୁର୍ବଳତାରୁ ମୁକ୍ତ ହେଲ ।


କିନ୍ତୁ ଏହି ସମସ୍ତ ଘଟଣା ଆରମ୍ଭ ହେଲେ ତୁମ୍ଭେମାନେ ଉପରକୁ ଅନାଅ ଓ ମସ୍ତକ ଉଠାଅ, ଯେଣୁ ତୁମ୍ଭମାନଙ୍କର ମୁକ୍ତି ସନ୍ନିକଟ ।


Swiv nou:

Piblisite


Piblisite