Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 13:15 - ଓଡିଆ ବାଇବେଲ

15 କିନ୍ତୁ ପ୍ରଭୁ ତାହାଙ୍କୁ ଉତ୍ତର ଦେଲେ, ରେ କପଟୀମାନେ, ତୁମ୍ଭେମାନେ ପ୍ରତ୍ୟେକେ କ'ଣ ବିଶ୍ରାମବାରରେ ଆପଣା ଆପଣା ବଳଦ କିମ୍ବା ଗଧ ଗୁହାଳରୁ ଫିଟାଇ ନେଇ ପାଣି ପିଆଅ ନାହିଁ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 କିନ୍ତୁ ପ୍ରଭୁ ତାଙ୍କୁ ଉତ୍ତର ଦେଲେ, ରେ କପଟୀ-ମାନେ, ତୁମ୍ଭେମାନେ ପ୍ରତ୍ୟେକେ କଅଣ ବିଶ୍ରାମବାରରେ ଆପଣା ଆପଣା ବଳଦ କିମ୍ଵା ଗଧ ଗୁହାଳରୁ ଫିଟାଇ ଘେନିଯାଇ ପାଣି ପିଆଅ ନାହିଁ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ପ୍ରଭୁ ତାଙ୍କୁ କହିଲେ, “ହେ ପ୍ରବଞ୍ଚକମାନେ! ତୁମ ଭିତରୁ କେହି କ’ଣ ବିଶ୍ରାମବାରରେ ଗୁହାଳରୁ ବଳଦ ବା ଗଧକୁ ଫିଟାଇ ପାଣି ପିଆଇବାକୁ ବାହାରକୁ ନେଇ ଯାଅ ନାହିଁ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 କିନ୍ତୁ ପ୍ରଭୁ ତାହାଙ୍କୁ ଉତ୍ତର ଦେଲେ, “ରେ କପଟୀମାନେ, ତୁମ୍ଭେମାନେ ପ୍ରତ୍ୟେକେ କଅଣ ବିଶ୍ରାମବାର ଦିନରେ ଆପଣା ଆପଣା ବଳଦ କିମ୍ବା ଗଧ ଗୁହାଳରୁ ଫିଟାଇ ନେଇ ପାଣି ପିଆଅ ନାହିଁ?

Gade chapit la Kopi

ପବିତ୍ର ବାଇବଲ

15 ପ୍ରଭୁ ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ କପଟୀ। ତୁମ୍ଭେମାନେ ପ୍ରତିଦିନ ଏପରିକି ବିଶ୍ରାମବାରରେ ମଧ୍ୟ ତୁମ୍ଭମାନଙ୍କର କାମ କରୁଥିବା ପଶୁଙ୍କୁ ଖୋଲି ପାଣି ପିଆଇ ଥାଅ।

Gade chapit la Kopi




ଲୂକ ଲିଖିତ ସୁସମାଚାର 13:15
16 Referans Kwoze  

ଆଉ, ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ମଧ୍ୟରୁ କେହି ଆପଣା ପୁଅ ବା ବଳଦ କୂଅରେ ପଡ଼ିଲେ କ'ଣ ତାହାକୁ ବିଶ୍ରାମବାରରେ ସେହିକ୍ଷଣି ଉଠାଇବ ନାହିଁ ?


ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ବାହାରେ ଲୋକଙ୍କ ଦୃଷ୍ଟିରେ ଧାର୍ମିକ ଦେଖାଯାଅ, କିନ୍ତୁ ଭିତରେ କପଟ ଓ ଅଧର୍ମରେ ପରିପୂର୍ଣ୍ଣ ।


ଏଥିମଧ୍ୟରେ ଅସଂଖ୍ୟ ଅସଂଖ୍ୟ ଲୋକ ଏକତ୍ର ହୋଇ ପରସ୍ପର ଉପରେ ମାଡ଼ି ପଡ଼ୁଥିଲେ; ସେତେବେଳେ ସେ ପ୍ରଥମେ ଆପଣା ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, ଫାରୂଶୀମାନଙ୍କ ଖମୀର ସ୍ୱରୂପ କପଟତା ବିଷୟରେ ସାବଧାନ ହୋଇଥାଅ ।


ତୁମ୍ଭେ ଆପଣା ଆଖିରେ ଥିବା କାଠପଟା ନ ଦେଖି କିପରି ନିଜ ଭାଇ କି କହିପାର, ଭାଇ, ଆସ, ତୁମ୍ଭ ଆଖିରେ ଥିବା କୁଟାଟିକକ ବାହାର କରିଦେବି ? କପଟୀ, ଆଗେ ଆପଣା ଆଖିରୁ କାଠପଟା ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରେ ଥିବା କୁଟାଟିକକ ବାହାର କରିବା ନିମନ୍ତେ ସ୍ପଷ୍ଟରୂପେ ଦେଖି ପାରିବ ।


କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ ।


ସେମାନଙ୍କୁ ଛାଡ଼ିଦିଅ, ସେମାନେ ଅନ୍ଧମାନଙ୍କର ଅନ୍ଧ ପଥପ୍ରଦର୍ଶକ; ଆଉ ଯେବେ ଅନ୍ଧ ଅନ୍ଧକୁ ବାଟ କଢ଼ାଏ, ତେବେ ଦୁହେଁ ଖାତରେ ପଡ଼ିବେ ।


ରେ କପଟୀମାନେ, ଯିଶାଇୟ ତୁମ୍ଭମାନଙ୍କ ବିଷୟରେ ଉପଯୁକ୍ତଭାବେ ଏହି ଭାବବାଣୀ କହିଅଛନ୍ତି,


ରେ କପଟୀ, ଆଗେ ଆପଣା ଆଖିରୁ କଡ଼ିକାଠ ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରୁ କୁଟାଟିକକ ବାହାର କରିବା ପାଇଁ ଭଲ ଭାବରେ ଦେଖି ପାରିବ ।


କାରଣ ଭୟଙ୍କର ଲୋକ ଅକିଞ୍ଚନା ହୋଇଅଛି, ନିନ୍ଦକ ନିବୃତ୍ତ ହେଉଅଛି ଓ ଯେଉଁମାନେ ଅଧର୍ମ ପାଇଁ ଜଗି ରହନ୍ତି, ସେସମସ୍ତେ ଉଚ୍ଛିନ୍ନ ହୋଇଅଛନ୍ତି;


ଭକ୍ତିହୀନ ଲୋକ ଆପଣା ମୁଖରେ ପ୍ରତିବାସୀକୁ ନାଶ କରେ, ମାତ୍ର ଧାର୍ମିକ ଜ୍ଞାନରେ ଉଦ୍ଧାର ପ୍ରାପ୍ତ ହୁଏ।


ଏଣୁ ଅଧାର୍ମିକ ଲୋକ ରାଜତ୍ୱ କରେ ନାହିଁ, ଲୋକମାନଙ୍କୁ ଫାନ୍ଦରେ ପକାଇବାକୁ କେହି ନ ଥାଏ।


ତାହାକୁ ଦେଖି ପ୍ରଭୁ ତାହା ପ୍ରତି ଦୟାରେ ବିଗଳିତ ହୋଇ ତାହାକୁ କହିଲେ, ରୋଦନ କର ନାହିଁ ।


ସେଥିରେ ଯୋହନ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ପାଖକୁ ଡାକି ପ୍ରଭୁଙ୍କ ନିକଟକୁ ଏହା କହି ପଠାଇଲେ, ଆପଣ କ'ଣ ସେହି ବ୍ୟକ୍ତି ଯାହାଙ୍କର ଆଗମନ ହେବ, ନା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ ?


Swiv nou:

Piblisite


Piblisite