Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 13:16 - ଓଡିଆ ବାଇବେଲ

16 ତେବେ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଶୟତାନ ଦ୍ୱାରା ବନ୍ଧା ହୋଇ ଅବ୍ରାହାମଙ୍କ କନ୍ୟା ଏହି ସ୍ତ୍ରୀଲୋକଟି କ'ଣ ବିଶ୍ରାମବାରରେ ଆପଣା ବନ୍ଧନରୁ ମୁକ୍ତ ହେବା ଆବଶ୍ୟକ ନ ଥିଲା ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତେବେ ଦେଖ, ଅଠର ବର୍ଷ ବ୍ୟାପି ଶୟତାନ ଦ୍ଵାରା ଆବଦ୍ଧ ଅବ୍ରହାମଙ୍କ କନ୍ୟା ଏହି ସ୍ତ୍ରୀଲୋକଟି କଅଣ ବିଶ୍ରାମବାରରେ ଆପଣା ବନ୍ଧନରୁ ମୁକ୍ତ ହେବା ଆବଶ୍ୟକ ନ ଥିଲା?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ବର୍ତ୍ତମାନ ଏଠାରେ ଅବ୍ରାହାମଙ୍କ ବଂଶଜ ଜଣେ ଅଛି। ତାକୁ ଶୟତାନ ଅଠର ବର୍ଷ ଧରି ବାନ୍ଧି ରଖିଛି; ସେ ବିଶ୍ରାମବାର ଦିନ ମୁକ୍ତ ହେବା କ’ଣ ଉଚିତ ନୁହେଁ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତେବେ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଶୟତାନ ଦ୍ୱାରା ବନ୍ଧା ହୋଇଥିବା ଅବ୍ରହାମଙ୍କ କନ୍ୟା ଏହି ସ୍ତ୍ରୀଲୋକଟି କଅଣ ବିଶ୍ରାମବାର ଦିନରେ ଆପଣା ବନ୍ଧନରୁ ମୁକ୍ତ ହେବା ଆବଶ୍ୟକ ନ ଥିଲା?”

Gade chapit la Kopi

ପବିତ୍ର ବାଇବଲ

16 ଏହି ଯେଉଁ ସ୍ତ୍ରୀ ଲୋକଟିକୁ ମୁଁ ସୁସ୍ଥ କରିଦେଲି ସେ ଆମ୍ଭର ଜଣେ ଯିହୂଦୀ ଭଉଣୀ ଶୟତାନ ତାକୁ ଅଠର ବର୍ଷ ହେଲା ବାନ୍ଧି ରଖିଥିଲା, ବିଶ୍ରାମବାରରେ ସେଥିରୁ ସେ ମୁକ୍ତ ହେବା କ’ଣ ଉଚିତ୍ ନୁହେଁ?”

Gade chapit la Kopi




ଲୂକ ଲିଖିତ ସୁସମାଚାର 13:16
11 Referans Kwoze  

ଆଉ ସେ ସେମାନଙ୍କୁ କହିଲେ, ବିଶ୍ରାମବାର ମନୁଷ୍ୟ ନିମନ୍ତେ ହୋଇଅଛି, ମନୁଷ୍ୟ ବିଶ୍ରାମବାର ନିମନ୍ତେ ହୋଇ ନାହିଁ ।


ଆଉ, ଯେଉଁ ଶୟତାନ ସେମାନଙ୍କୁ ତାହାର ଇଚ୍ଛା ସାଧନ କରିବା ନିମନ୍ତେ ବନ୍ଦୀ କରିଅଛି, ସଚେତନ ହୋଇ ତାହାର ଫାନ୍ଦରୁ ମୁକ୍ତ ହେବେ ।


ହେ ଭାଇମାନେ, ଅବ୍ରହାମଙ୍କ ବଂଶର ସନ୍ତାନସନ୍ତତି ଓ ଆପଣମାନଙ୍କ ମଧ୍ୟରୁ ଈଶ୍ୱର ଭୟକାରୀମାନେ, ଆମ୍ଭମାନଙ୍କ ନିକଟକୁ ଏହି ପରିତ୍ରାଣର ବାକ୍ୟ ପ୍ରେରିତ ହୋଇଅଛି ।


ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା । ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ । ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟାବାଦୀର ପିତା ।


ସେଥିରେ ଯୀଶୁ ତାହାଙ୍କ ବିଷୟରେ କହିଲେ, ଆଜି ଏହି ଗୃହରେ ପରିତ୍ରାଣ ଉପସ୍ଥିତ ହୋଇଅଛି, ଯେଣୁ ଜଖୀୟ ମଧ୍ୟ ଅବ୍ରାହାମଙ୍କ ଜଣେ ସନ୍ତାନ;


ଏଣୁ ମନପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର; ପୁଣି, ଅବ୍ରାହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ସୁଦ୍ଧା ଏପରି କୁହ ନାହିଁ; କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱର ଏହି ପଥରଗୁଡ଼ାକରୁ ଅବ୍ରାହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି ।


ତହିଁରେ ଯୀଶୁ ତାହାକୁ କହିଲେ, ଦୂର ହ, ଶୟତାନ, କାରଣ ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରଣାମ କରିବ, ପୁଣି, କେବଳ ତାହାଙ୍କର ଉପାସନା କରିବ ।


ସେଥିରେ ସେ ଡାକି କହିଲେ, ହେ ପିତା ଅବ୍ରାହାମ, ମୋତେ ଦୟା କରି ଲାଜାରକୁ ପଠାଇ ଦିଅନ୍ତୁ, ଯେପରି ସେ ପାଣିରେ ନିଜ ଅଙ୍ଗୁଳିର ଟିପ ବୁଡ଼ାଇ ମୋର ଜିଭକୁ ଥଣ୍ଡା କରେ, କାରଣ ମୁଁ ଏହି ନିଆଁରେ କଲବଲ ହେଉଅଛି ।


ସେ ଅନ୍ଧକାର ଓ ମୃତ୍ୟୁୁଚ୍ଛାୟାରୁ ସେମାନଙ୍କୁ ବାହାର କରି ଆଣିଲେ ଓ ସେମାନଙ୍କ ବନ୍ଧନ ଛେଦନ କଲେ।


Swiv nou:

Piblisite


Piblisite