ଲୂକ ଲିଖିତ ସୁସମାଚାର 13:34 - ଓଡିଆ ବାଇବେଲ34 ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେହିପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ । Gade chapit laପବିତ୍ର ବାଇବଲ (Re-edited) - (BSI)34 ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ। Gade chapit laପବିତ୍ର ବାଇବଲ (CL) NT (BSI)34 “ହେ ଯିରୂଶାଲମ, ହେ ଯିରୂଶାଲମ। ତୁ ଭାବବାଦୀମାନଙ୍କୁ ହତ୍ୟା କରୁ ଏବଂ ଈଶ୍ୱର ତୋ’ ନିକଟକୁ ପଠାଇ ଥିବା ବାର୍ତ୍ତାବହମାନଙ୍କୁ ପ୍ରସ୍ତରାଘାତ କରୁ। କୁକୁଡ଼ା ଯେପରି ପକ୍ଷ ତଳେ ଛୁଆମାନଙ୍କୁ ଏକାଠି କରେ, ସେହିପରି କେତେଥର ମୁଁ ତୋର ସନ୍ତାନମାନଙ୍କୁ ଏକତ୍ର କରିବା ପାଇଁ ଇଚ୍ଛା କରିଛି, କିନ୍ତୁ ତୁ ମୋତେ ତାହା କରିବାକୁ ଦେଇ ନାହୁଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 “ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେହିପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ। Gade chapit laପବିତ୍ର ବାଇବଲ34 “ଯିରୁଶାଲମ, ହେ ଯିରୁଶାଲମ! ତୁମ୍ଭେ ଭବିଷ୍ୟଦ୍ବକ୍ତାମାନଙ୍କୁ ହତ୍ୟା କରୁଛ। ଯେଉଁ ଲୋକମାନଙ୍କୁ ପରମେଶ୍ୱର ତୁମ୍ଭ ପାଖକୁ ପଠାଇଥିଲେ, ତୁମ୍ଭେ ତାହାଙ୍କୁ ପଥର ଫୋପାଡ଼ି ମାରି ଦେଇଛ। ମୁଁ ଅନେକ ଥର ତୁମ୍ଭ ଲୋକମାନଙ୍କୁ ସାହାଯ୍ୟ କରିବାକୁ ଗ୍ଭହିଁଛି। ଗୋଟିଏ କୁକୁଡ଼ା ତା'ର ପକ୍ଷତଳେ କୁକୁଡ଼ା ଛୁଆମାନଙ୍କୁ ଏକାଠି କରିବାଭଳି ମୁଁ ତୁମ୍ଭମାନଙ୍କ ଲୋକମାନଙ୍କୁ ଏକାଠି କରିବାକୁ ଗ୍ଭହିଁଥିଲି। କିନ୍ତୁ ତୁମ୍ଭେମାନେ ମୋତେ ତାହା କରେଇ ଦେଲ ନାହିଁ। Gade chapit la |
ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣର ତୁଲ୍ୟ ହୁଅ ନାହିଁ, ଯେଉଁମାନଙ୍କୁ ଡାକି ପୂର୍ବକାଳର ଭବିଷ୍ୟଦ୍ବକ୍ତାମାନେ ଉଚ୍ଚୈଃସ୍ୱରରେ କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣା ଆପଣା କୁପଥରୁ ଓ ଆପଣା ଆପଣା କୁକ୍ରିୟାରୁ ଏବେ ଫେର। ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା ଆମ୍ଭ ପ୍ରତି କର୍ଣ୍ଣପାତ କଲେ ନାହିଁ,’” ଏହା ସଦାପ୍ରଭୁ କହନ୍ତି।
ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା ? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା ? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।
ରେଖବର ପୁତ୍ର ଯିହୋନାଦବ୍ ଆପଣା ସନ୍ତାନଗଣକୁ ଦ୍ରାକ୍ଷାରସ ପାନ ନ କରିବା ପାଇଁ ଯେଉଁ ଆଜ୍ଞା ଦେଇଥିଲା, ତାହାର ସେହି ବାକ୍ୟ ପ୍ରତିପାଳିତ ହେଉଅଛି ଓ ସେମାନେ ଆଜି ପର୍ଯ୍ୟନ୍ତ ଦ୍ରାକ୍ଷାରସ ପାନ କରନ୍ତି ନାହିଁ; କାରଣ ସେମାନେ ଆପଣା ପିତୃପୁରୁଷର ଆଜ୍ଞା ପାଳନ କରନ୍ତି, ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ପ୍ରଭାତରେ ଉଠି କହିଅଛୁ; ଆଉ, ତୁମ୍ଭେମାନେ ଆମ୍ଭ କଥାରେ ମନୋଯୋଗ କରି ନାହଁ।
ଏହେତୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଦେଖ, ଆମ୍ଭେ ଯିହୁଦାର ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହା ସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ସେମାନଙ୍କୁ କଥା କହିଅଛୁ, ମାତ୍ର ସେମାନେ ଶୁଣି ନାହାନ୍ତି ଓ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।”