Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 14:1 - ଓଡିଆ ବାଇବେଲ

1 ଥରେ ସେ ବିଶ୍ରାମବାରରେ ଭୋଜନ କରିବା ନିମନ୍ତେ ଫାରୂଶୀମାନଙ୍କର ଜଣେ ନେତାଙ୍କ ଗୃହରେ ପ୍ରବେଶ କରନ୍ତେ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଥରେ ସେ ବିଶ୍ରାମବାରରେ ଭୋଜନ କରିବା ନିମନ୍ତେ ଫାରୂଶୀମାନଙ୍କର ଜଣେ ନେତାଙ୍କ ଗୃହରେ ପ୍ରବେଶ କରନ୍ତେ, ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଥରେ ବିଶ୍ରାମବାରରେ ଯୀଶୁ ଜଣେ ନେତୃସ୍ଥାନୀୟ ଫାରୁଶୀ ଘରକୁ ଭୋଜନ କରିବାକୁ ଗଲେ ଏବଂ ଲୋକମାନେ ଯୀଶୁଙ୍କୁ ନିରୀକ୍ଷଣ କରୁଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଥରେ ସେ ବିଶ୍ରାମବାର ଦିନରେ ଭୋଜନ କରିବା ନିମନ୍ତେ ଫାରୂଶୀମାନଙ୍କର ଜଣେ ନେତାଙ୍କ ଗୃହରେ ପ୍ରବେଶ କରନ୍ତେ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ।

Gade chapit la Kopi

ପବିତ୍ର ବାଇବଲ

1 ଗୋଟିଏ ବିଶ୍ରାମବାରରେ ଯୀଶୁ ଜଣେ ପ୍ରଧାନ ଫାରୂଶୀଙ୍କ ଘରକୁ ତାହାଙ୍କ ସହିତ ଏକାଠି ଖାଇବା ପାଇଁ ଗଲେ। ସେଠାରେ ଥିବା ପ୍ରତ୍ୟେକ ଲୋକ ଯୀଶୁଙ୍କୁ ସତର୍କତାର ସହିତ ଲକ୍ଷ୍ୟ କରୁଥିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 14:1
19 Referans Kwoze  

ଆଉ, ସେ ତାହାକୁ କେଜାଣି ବିଶ୍ରାମବାରରେ ସୁସ୍ଥ କରିବେ, ଏହା ଦେଖିବା ପାଇଁ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରି ପାରନ୍ତି ।


ସେଥିରେ ସେମାନେ ଯୀଶୁଙ୍କୁ ରାଜ୍ୟପାଳଙ୍କ ହାତରେ ଓ ଶାସନକର୍ତ୍ତାଙ୍କ ଶାସନର ଅଧିନରେ ସମର୍ପଣ କରିବା ନିମନ୍ତେ ସୁଯୋଗ ଖୋଜି ଯୀଶୁଙ୍କ କଥାର ଭୁଲ୍ ଧରିବା ଉଦ୍ଦେଶ୍ୟରେ ଯେଉଁମାନେ କପଟରେ ନିଜ ନିଜକୁ ଧାର୍ମିକ ବୋଲି ଦେଖାଉଥିବା ଚୋରମାନଙ୍କୁ ପଠାଇଲେ ।


ସେ କଥା କହୁଥିବା ସମୟରେ ଜଣେ ଫାରୂଶୀ ତାହାଙ୍କୁ ଦିନବେଳେ ଆପଣା ଗୃହରେ ଭୋଜନ କରିବାକୁ ନିମନ୍ତ୍ରଣ କଲେ, ଆଉ ସେ ଗୃହରେ ପ୍ରବେଶ କରି ଭୋଜନରେ ବସିଲେ ।


ସେମାନେ କେବଳ ତାହାର ଉଚ୍ଚ ପଦରୁ ତାହାକୁ ନିପାତ କରିବାକୁ ମନ୍ତ୍ରଣା କରନ୍ତି; ସେମାନେ ମିଥ୍ୟା କଥାରେ ସନ୍ତୁଷ୍ଟ; ସେମାନେ ମୁଖରେ ଆଶୀର୍ବାଦ କରନ୍ତି, ମାତ୍ର ଅନ୍ତରରେ ଅଭିଶାପ ଦିଅନ୍ତି। [ସେଲା]


ପୁଣି ସେ ଯଦି ମୋତେ ଦେଖିବାକୁ ଆସେ, ସେ କହେ; ତାହାର ହୃଦୟ ଆପଣା ପାଇଁ ଅଧର୍ମ ସଞ୍ଚୟ କରେ; ସେ ବାହାରେ ଯାଇ ତାହା କହି ବୁଲେ।


ଆଉ, ସେ କେଜାଣି ବିଶ୍ରାମବାରରେ ସୁସ୍ଥ କରନ୍ତି, ଏହା ଦେଖିବା ପାଇଁ ଶାସ୍ତ୍ରୀ ଓ ଫାରୂଶୀମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ଭୁଲ୍ ପାଇ ପାରନ୍ତି ।


କାରଣ ସେ ଯେରୂପ ମନରେ ନିଜେ ଭାବେ, ସେ ସେରୂପ ଅଟେ; ସେ ଖାଅ ପିଅ ବୋଲି ତୁମ୍ଭକୁ କହେ ସତ୍ୟ, ମାତ୍ର ତୁମ୍ଭଠାରେ ତାହାର ମନ ନାହିଁ।


ଦୁଷ୍ଟ ଲୋକ ଧାର୍ମିକକୁ ଜଗି ବସେ ଓ ତାହାକୁ ବଧ କରିବାକୁ ଚେଷ୍ଟା କରେ।


ଫାରୂଶୀମାନଙ୍କ ମଧ୍ୟରେ ନୀକଦୀମ ନାମକ ଜଣେ ବ୍ୟକ୍ତି ଥିଲେ, ସେ ଯିହୂଦୀମାନଙ୍କର ଜଣେ ନେତା ।


କିନ୍ତୁ ଗମଲୀୟେଲ୍ ନାମକ ଜଣେ ଫାରୂଶୀ, ଯେ କି ମୋଶାଙ୍କ ବ୍ୟବସ୍ଥା ଶିକ୍ଷକ ଓ ସମସ୍ତଙ୍କ ନିକଟରେ ସମ୍ମାନପାତ୍ର ଥିଲେ, ସେ ମହାସଭାରେ ଠିଆ ହୋଇ ପ୍ରେରିତମାନଙ୍କୁ କିଛି ସମୟ ନିମନ୍ତେ ବାହାର କରିଦେବାକୁ ଆଜ୍ଞା ଦେଲେ,


ତେବେ, ମେଣ୍ଢାଠାରୁ ମନୁଷ୍ୟ ଆହୁରି କେତେ ଅଧିକ ଶ୍ରେଷ୍ଠ । ଏଣୁ ବିଶ୍ରାମବାରରେ ମଙ୍ଗଳ ସାଧନ କରିବା ବିଧିସଙ୍ଗତ ।


ଆଉ ଦେଖ, ତାହାଙ୍କ ସମ୍ମୁଖରେ ଜଣେ ଜଳୋଦର ରୋଗରେ ପୀଡ଼ିତ ଲୋକ ଥିଲେ ।


ଈଶ୍ୱରଙ୍କ ରାଜ୍ୟ କେବେ ଆସୁଅଛି, ଏ ବିଷୟରେ ଫାରୂଶୀମାନେ ତାହାଙ୍କୁ ପଚାରିବାରୁ ସେ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ୱରଙ୍କ ରାଜ୍ୟ ଦୃଶ୍ୟଭାବରେ ଆସେ ନାହିଁ;


Swiv nou:

Piblisite


Piblisite