Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 15:25 - ଓଡିଆ ବାଇବେଲ

25 ସେତେବେଳେ ତାହାଙ୍କ ବଡ଼ ପୁଅ କ୍ଷେତରେ ଥିଲା । ସେ ଯେତେବେଳେ ଆସି ଘର ପାଖରେ ପହଞ୍ଚିଲା, ସେତେବେଳେ ବାଦ୍ୟ ଓ ନୃତ୍ୟର ଶବ୍ଦ ଶୁଣି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ସେତେବେଳେ ତାଙ୍କ ବଡ଼ ପୁଅ କ୍ଷେତରେ ଥିଲା। ସେ ଯେତେବେଳେ ଆସି ଘର ପାଖରେ ପହଞ୍ଚିଲା, ସେତେବେଳେ ବାଦ୍ୟ ଓ ନୃତ୍ୟର ଶଦ୍ଦ ଶୁଣି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 “ସେହି ସମୟରେ ବଡ଼ ପୁଅ କ୍ଷେତରେ ଥିଲା। ସେ ଫେରିବାବେଳେ ତା’ର ଘର ପାଖରେ ପହଞ୍ଚି ନୃତ୍ୟବାଦ୍ୟର ଶବ୍ଦ ଶୁଣି ପାରିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ସେତେବେଳେ ତାହାଙ୍କ ବଡ଼ ପୁଅ କ୍ଷେତରେ ଥିଲା। ସେ ଯେତେବେଳେ ଆସି ଘର ପାଖରେ ପହଞ୍ଚିଲା, ସେତେବେଳେ ବାଦ୍ୟ ଓ ନୃତ୍ୟର ଶବ୍ଦ ଶୁଣି,

Gade chapit la Kopi

ପବିତ୍ର ବାଇବଲ

25 “ଏହି ସମୟରେ ଲୋକଟିର ବଡ଼ ପୁଅ କ୍ଷେତରେ ଥିଲା। ଫେରିଲା ବେଳେ, ଘର ପାଖାପାଖି ପହଞ୍ଚିବା ବେଳକୁ ସେ ନାଚଗୀତର ଶବ୍ଦ ଶୁଣିଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 15:25
12 Referans Kwoze  

ଦାରାବାଦ୍ୟ ଓ ନୃତ୍ୟ ଦ୍ୱାରା ତାହାଙ୍କର ପ୍ରଶଂସା କର। ତାରଯୁକ୍ତ ଯନ୍ତ୍ର ଓ ବଂଶୀରେ ତାହାଙ୍କର ପ୍ରଶଂସା କର।


ଯେଉଁ ପିଲାମାନେ ହାଟବଜାରରେ ବସି ପରସ୍ପରକୁ ଡାକି କହନ୍ତି, ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ବଂଶୀ ବଜାଇଲୁ, ତୁମ୍ଭେମାନେ ନାଚିଲ ନାହିଁ; ଆମ୍ଭେମାନେ ବିଳାପ କଲୁ, ତୁମ୍ଭେମାନେ କାନ୍ଦିଲ ନାହିଁ, ସେମାନେ ସେମାନଙ୍କ ପରି ।


ହେ ଇସ୍ରାଏଲ କୁମାରୀ, ଆମ୍ଭେ ତୁମ୍ଭକୁ ପୁନର୍ବାର ଗଢ଼ିବା ଓ ତୁମ୍ଭେ ଗଢ଼ାଯିବ; ତୁମ୍ଭେ ପୁନର୍ବାର ଆପଣା ତବଲରେ ବିଭୂଷିତା ହେବ ଓ ଆନନ୍ଦକାରୀମାନଙ୍କ ସଙ୍ଗେ ନୃତ୍ୟ କରି ଗମନ କରିବ।


ରୋଦନ କରିବାର ସମୟ ଓ ହସିବାର ସମୟ; ବିଳାପ କରିବାର ସମୟ ଓ ନୃତ୍ୟ କରିବାର ସମୟ;


ସେମାନେ ନୃତ୍ୟ କରି ତାହାଙ୍କ ନାମର ପ୍ରଶଂସା କରନ୍ତୁ; ସେମାନେ ଦାରା ଓ ବୀଣା ବଜାଇ ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରନ୍ତୁ।


ସଦାପ୍ରଭୁ ସିୟୋନର ଦାସତ୍ୱାବସ୍ଥା ପରିବର୍ତ୍ତନ କରିବା ବେଳେ ଆମ୍ଭେମାନେ ସ୍ୱପ୍ନଦର୍ଶକମାନଙ୍କ ପରି ଥିଲୁ।


ପୁଣି ଦାଉଦ ଆପଣାର ସମସ୍ତ ବଳରେ ସଦାପ୍ରଭୁଙ୍କ ସମ୍ମୁଖରେ ନୃତ୍ୟ କଲେ; ସେହି ସମୟରେ ଦାଉଦ ଶୁକ୍ଳ ଏଫୋଦ ପିନ୍ଧିଥିଲେ।


ଏଥିଉତ୍ତାରେ ହାରୋଣଙ୍କର ଭଗିନୀ ଭବିଷ୍ୟଦ୍‍ବକ୍ତ୍ରୀ ମରୀୟମ ହସ୍ତରେ ଦାରା ନେଲେ ଓ ତାଙ୍କର ପଛେ ପଛେ ଅନ୍ୟ ସ୍ତ୍ରୀସକଳ ଦାରା ନେଇ ନୃତ୍ୟ କରୁ କରୁ ବାହାର ହେଲେ।


ତୁମ୍ଭେ ମୋହର ବିଳାପକୁ ନୃତ୍ୟରେ ପରିଣତ କରିଅଛ; ତୁମ୍ଭେ ମୋହର ଚଟବସ୍ତ୍ର ଫିଟାଇ ଆନନ୍ଦରୂପ ପଟୁକାରେ ମୋହର କଟି ବାନ୍ଧିଅଛ;


କାରଣ ମୋହର ଏହି ପୁଅ ମରିଥିଲା, ପୁନର୍ବାରେ ବଞ୍ଚିଲା; ହଜିଯାଇଥିଲା, ଆଉ ମିଳିଲା । ସେଥିରେ ସେମାନେ ଉତ୍ସବ କରିବାକୁ ଲାଗିଲେ ।


ଦାସମାନଙ୍କ ମଧ୍ୟରୁ ଜଣକୁ ପାଖକୁ ଡାକି ସେହି ସବୁ କ'ଣ ବୋଲି ପଚାରିବାକୁ ଲାଗିଲା ।


Swiv nou:

Piblisite


Piblisite