Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 15:4 - ଓଡିଆ ବାଇବେଲ

4 ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି ଯେ , ତାହାର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ ସେ ଅନେଶତଙ୍କୁ ପ୍ରାନ୍ତରରେ ଛାଡ଼ି ସେହି ହଜିଥିବା ମେଣ୍ଢାଟି ନ ପାଇବା ପର୍ଯ୍ୟନ୍ତ ତାହାକୁ ଖୋଜେ ନାହିଁ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି ଯେ, ତାହାର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ ସେ ଅନେଶ୍ଵତଙ୍କୁ ପ୍ରାନ୍ତରରେ ଛାଡ଼ି ସେହି ହଜିଥିବା ମେଣ୍ଢାଟି ନ ପାଇବା ପର୍ଯ୍ୟନ୍ତ ତାହାକୁ ଖୋଜେ ନାହିଁ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 “ମନେକର, ତୁମ୍ଭମାନଙ୍କ ମଧ୍ୟରୁ ଜଣକର ଶହେଟି ମେଣ୍ଢା ଅଛି ଏବଂ ସେଥିରୁ ଗୋଟିଏ ହଜିଗଲା - ତେବେ ସେ କ’ଣ କରେ? ସେ ଅନ୍ୟ ଅନେଶ୍ୱତ ମେଣ୍ଢାଙ୍କୁ ପଡ଼ିଆରେ ଛାଡ଼ି, ହଜିଥିବା ମେଣ୍ଢାଟି ପାଇବା ପର୍ଯ୍ୟନ୍ତ ଖୋଜିବାକୁ ଯାଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 “ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି ଯେ, ତାହାର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ ସେ ଅନେଶତକୁ ପ୍ରାନ୍ତରରେ ଛାଡ଼ି ସେହି ହଜିଥିବା ମେଣ୍ଢାଟି ନ ପାଇବା ପର୍ଯ୍ୟନ୍ତ ତାହାକୁ ଖୋଜେ ନାହିଁ?

Gade chapit la Kopi

ପବିତ୍ର ବାଇବଲ

4 “ମନେକର ତୁମ୍ଭମାନଙ୍କ ଭିତରୁ ଜଣକର ଶହେଟି ମେଣ୍ଢା ଅଛି, କିନ୍ତୁ ସେଥିରୁ ଗୋଟିଏ ହଜିଗଲା। ତେବେ ସେ ଅନେଶ୍ୱତ ମେଣ୍ଢାଙ୍କୁ ଏକୁଟିଆ ଛାଡ଼ିଦେଇ ହଜି ଯାଇଥିବା ମେଣ୍ଢାଟିକୁ ଖୋଜିବା ପାଇଁ ବାହାରି ପଡ଼ିବ ଓ ତାକୁ ପାଇବା ପର୍ଯ୍ୟନ୍ତ ସେ ଖୋଜିବାକୁ ଲାଗିବ।

Gade chapit la Kopi




ଲୂକ ଲିଖିତ ସୁସମାଚାର 15:4
19 Referans Kwoze  

“ଯେ ହଜିଥିଲା, ଆମ୍ଭେ ତାହାର ଅନ୍ଵେଷଣ କରିବା ଓ ଯେ ତାଡ଼ିତ ହୋଇଥିଲା, ତାହାକୁ ପୁନର୍ବାର ଆଣିବା, ପୁଣି, ଭଗ୍ନାଙ୍ଗର କ୍ଷତ ବାନ୍ଧିବା ଓ ପୀଡ଼ିତକୁ ସବଳ କରିବା, ଆଉ ହୃଷ୍ଟପୁଷ୍ଟ ଓ ବଳବାନକୁ ସଂହାର କରିବା; ଆମ୍ଭେ ନ୍ୟାୟମତେ ସେମାନଙ୍କୁ ପାଳନ କରିବା।


କାରଣ ଯାହା ହଜିଅଛି, ତାହା ଖୋଜି ରକ୍ଷା କରିବାକୁ ମନୁଷ୍ୟପୁତ୍ର ଆସିଅଛନ୍ତି ।


କାରଣ ତୁମ୍ଭେମାନେ ମେଷ ତୁଲ୍ୟ ବିପଥଗାମୀ ହୋଇଥିଲ, କିନ୍ତୁ ଏବେ ତୁମ୍ଭମାନଙ୍କ ଆତ୍ମାର ପାଳକ ଓ ଅଧ୍ୟକ୍ଷଙ୍କ ନିକଟକୁ ବାହୁଡ଼ି ଆସିଅଛ ।


କିନ୍ତୁ ସେ ସେମାନଙ୍କୁ କହିଲେ, ଯଦି କାହାରି ଗୋଟିଏ ମେଣ୍ଢା ଥାଏ ଓ ତାହା ବିଶ୍ରାମବାରରେ ଖାତରେ ପଡ଼ିଯାଏ, ତାହାହେଲେ ଯେ ତାହାକୁ ଧରି ନ ଉଠାଇବ, ଏପରିଲୋକ ତୁମ୍ଭମାନଙ୍କ ମଧ୍ୟରେ କିଏ ଅଛି ?


“ପୁଣି, ଆମ୍ଭର ମେଷ, ଆମ୍ଭର ଚରାଣୀ ସ୍ଥାନର ମେଷ ଯେ ତୁମ୍ଭେମାନେ, ତୁମ୍ଭେମାନେ ମନୁଷ୍ୟ ଅଟ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


ମୁଁ ହଜାମେଷ ପରି ବିପଥଗାମୀ ହୋଇଅଛି; ଆପଣା ଦାସକୁ ଖୋଜ; କାରଣ ମୁଁ ତୁମ୍ଭ ଆଜ୍ଞାସକଳ ପାସୋରୁ ନାହିଁ।


ଆମ୍ଭେମାନେ ସମସ୍ତେ ମେଷଗଣ ତୁଲ୍ୟ ବିପଥଗାମୀ ହୋଇଅଛୁ; ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ବାଟଆଡ଼େ ଫେରିଅଛୁ; ଆଉ, ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ଅପରାଧ ତାହାଙ୍କ ଉପରେ ବର୍ତ୍ତାଇଅଛନ୍ତି।


ଆମ୍ଭର ଲୋକମାନେ ହଜିଲା ମେଷ ହୋଇଅଛନ୍ତି, ସେମାନଙ୍କର ପାଳକମାନେ ସେମାନଙ୍କୁ ବିପଥରେ ଗମନ କରାଇଅଛନ୍ତି, ନାନା ପର୍ବତରେ ସେମାନଙ୍କୁ ପଥ ହୁଡ଼ାଇ ଭ୍ରମଣ କରାଇ ଅଛନ୍ତି; ସେମାନେ ପର୍ବତରୁ ଉପପର୍ବତକୁ ଗମନ କରିଅଛନ୍ତି, ସେମାନେ ଆପଣାମାନଙ୍କର ବିଶ୍ରାମସ୍ଥାନ ପାସୋରିଅଛନ୍ତି।


କିନ୍ତୁ ପ୍ରଭୁ ତାହାଙ୍କୁ ଉତ୍ତର ଦେଲେ, ରେ କପଟୀମାନେ, ତୁମ୍ଭେମାନେ ପ୍ରତ୍ୟେକେ କ'ଣ ବିଶ୍ରାମବାରରେ ଆପଣା ଆପଣା ବଳଦ କିମ୍ବା ଗଧ ଗୁହାଳରୁ ଫିଟାଇ ନେଇ ପାଣି ପିଆଅ ନାହିଁ ?


ପ୍ରଭୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ,” ନିଶ୍ଚୟ କେହି ପାଳକ ନ ଥିବାରୁ ଆମ୍ଭର ମେଷମାନେ ଲୁଟିତ ହେଲେ ଓ ଆମ୍ଭର ମେଷମାନେ କ୍ଷେତ୍ରସ୍ଥ ପଶୁସକଳର ଖାଦ୍ୟ ହେଲେ, ପୁଣି, ଆମ୍ଭର ପାଳକଗଣ ଆମ୍ଭର ମେଷମାନଙ୍କୁ ଖୋଜିଲେ ନାହିଁ, ମାତ୍ର ପାଳକଗଣ ଆପଣାମାନଙ୍କୁ ପାଳନ କରି ଆମ୍ଭ ମେଷମାନଙ୍କୁ ପାଳନ କଲେ ନାହିଁ;


ଅତଏବ, ହେ ମନୁଷ୍ୟ, ବିଚାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ଯେ କେହି ହୁଅ, ତୁମ୍ଭର ଉତ୍ତର ଦେବାର ବାଟ ନାହିଁ, କାରଣ ଯେଉଁ ବିଷୟରେ ତୁମ୍ଭେ ଅନ୍ୟର ବିଚାର କରୁଥାଅ, ସେହି ବିଷୟରେ ତୁମ୍ଭେ ଆପଣାକୁ ଦୋଷୀ କରୁଥାଅ, ଯେଣୁ ବିଚାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ନିଜେ ସେହି ପ୍ରକାର କର୍ମ କରୁଥାଅ ।


ସଦାପ୍ରଭୁ କହନ୍ତି, “ପାର୍ବତୀୟ ଦେଶର ନଗରସମୂହରେ, ନିମ୍ନ ଭୂମିର ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ସକଳ ନଗରରେ ଓ ବିନ୍ୟାମୀନ୍ ଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ଅଞ୍ଚଳରେ ଓ ଯିହୁଦାର ନଗରମାନରେ, ମେଷଗଣନାକାରୀ ଲୋକର ହସ୍ତାଧୀନରେ ମେଷପଲ ପୁନର୍ବାର ଗତାୟାତ କରିବେ।”


ତୁମ୍ଭେମାନେ ଅସୁସ୍ଥମାନଙ୍କୁ ସବଳ କରି ନାହଁ ଓ ପୀଡ଼ିତମାନଙ୍କର ଚିକିତ୍ସା କରି ନାହଁ ଓ ଭଗ୍ନାଙ୍ଗର କ୍ଷତ ବାନ୍ଧି ନାହଁ ଓ ଯେ ତାଡ଼ିତ ହେଲା, ତାହାକୁ ଫେରାଇ ଆଣି ନାହଁ, କିଅବା ଯେ ହଜିଗଲା, ତୁମ୍ଭେମାନେ ତାକୁ ଖୋଜି ନାହଁ; ମାତ୍ର ତୁମ୍ଭେମାନେ ବଳରେ ଓ କଠୋରତାରେ ସେମାନଙ୍କ ଉପରେ ଶାସନ କରିଅଛ।


ତହିଁରେ ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ,


Swiv nou:

Piblisite


Piblisite