Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 15:5 - ଓଡିଆ ବାଇବେଲ

5 ପୁଣି, ପାଇଲେ ସେ ତାହାକୁ ଆନନ୍ଦରେ କାନ୍ଧେଇ ଘରକୁ ଘେନି ଆସେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁଣି, ପାଇଲେ ସେ ତାହାକୁ ଆନନ୍ଦରେ କାନ୍ଧେଇ ଘରକୁ ଘେନିଆସେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ସେ ତାକୁ ପାଇଲେ ଏତେ ଆନନ୍ଦିତ ହୁଏ ଯେ ତାକୁ କାନ୍ଧରେ ବସାଇ ଘରକୁ ବୋହି ଆଣେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି, ପାଇଲେ ସେ ତାହାକୁ ଆନନ୍ଦରେ କାନ୍ଧେଇ ଘରକୁ ଘେନି ଆସେ,

Gade chapit la Kopi

ପବିତ୍ର ବାଇବଲ

5 ମେଣ୍ଢାଟି ପାଇଗଲେ ସେ ବହୁତ ଖୁସୀ ହେବ। ସେ ମେଣ୍ଢାଟିକୁ କାନ୍ଧରେ ବସାଇ ଘରକୁ ଆଣିବ।

Gade chapit la Kopi




ଲୂକ ଲିଖିତ ସୁସମାଚାର 15:5
31 Referans Kwoze  

ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନ ତୁଚ୍ଛଜ୍ଞାନ କରି ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଈଶ୍ୱରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି ।


ସେଥିରେ ଯୀଶୁ ତାହାଙ୍କ ବିଷୟରେ କହିଲେ, ଆଜି ଏହି ଗୃହରେ ପରିତ୍ରାଣ ଉପସ୍ଥିତ ହୋଇଅଛି, ଯେଣୁ ଜଖୀୟ ମଧ୍ୟ ଅବ୍ରାହାମଙ୍କ ଜଣେ ସନ୍ତାନ;


ତୁମ୍ଭ ତୁଲ୍ୟ ପରମେଶ୍ୱର କିଏ ? ତୁମ୍ଭେ ଅଧର୍ମ କ୍ଷମା କରିଥାଅ ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞା-ଲଙ୍ଘନର ପ୍ରତି ଉପେକ୍ଷା କରିଥାଅ; ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ, କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି।


ସେଥିରେ ସେ ତାହାକୁ କହିଲେ, ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଆଜି ତୁମ୍ଭେ ମୋହର ସହିତ ପାରଦୀଶରେ ଉପସ୍ଥିତ ହେବ ।


କିନ୍ତୁ ଏହି ଯେ ତୋହର ଭାଇଟି ମରିଥିଲା, ପୁନର୍ବାର ବଞ୍ଚିଲା, ହଜିଯାଇଥିଲା, ଆଉ ମିଳିଲା, ସେହି ହେତୁରୁ ଉତ୍ସବ ଓ ଆନନ୍ଦ କରିବା ଉଚିତ ଥିଲା ।


ପ୍ରଭୁ, ସଦାପ୍ରଭୁ କହନ୍ତି, “ଦୁଷ୍ଟର ମରଣରେ କି ଆମ୍ଭର କିଛି ସନ୍ତୋଷ ଅଛି ? ବରଂ ସେ ଆପଣା କୁପଥରୁ ଫେରି ବଞ୍ଚୁ, ଏଥିରେ କି ଆମ୍ଭର ସନ୍ତୋଷ ନାହିଁ ?


ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଈଶ୍ୱରଙ୍କ ଶକ୍ତିରେ ବିଶ୍ୱାସ ଦ୍ୱାରା ସୁରକ୍ଷିତ ହେଉଅଛ ।


ଆଉ, ଯେଉଁ ଶୟତାନ ସେମାନଙ୍କୁ ତାହାର ଇଚ୍ଛା ସାଧନ କରିବା ନିମନ୍ତେ ବନ୍ଦୀ କରିଅଛି, ସଚେତନ ହୋଇ ତାହାର ଫାନ୍ଦରୁ ମୁକ୍ତ ହେବେ ।


ଯେଣୁ ଆମ୍ଭମାନଙ୍କ ସୁସମାଚାର କେବଳ ବାକ୍ୟରେ ନୁହେଁ, ମାତ୍ର ଶକ୍ତି, ପବିତ୍ର ଆତ୍ମା ଓ ଅତ୍ୟନ୍ତ ନିଶ୍ଚୟତା ସହ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଥିଲା ଓ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ତୁମ୍ଭମାନଙ୍କ ସହିତ ଆମ୍ଭେମାନେ କି ପ୍ରକାର ବ୍ୟବହାର କରିଥିଲୁ, ତାହା ତ ତୁମ୍ଭେମାନେ ଜାଣ ।


ଈଶ୍ୱରଙ୍କ କାର୍ଯ୍ୟସାଧକ ଶକ୍ତି ଅନୁସାରେ ମୋତେ ପ୍ରଦତ୍ତ ତାହାଙ୍କ ଅନୁଗ୍ରହର ଦାନ ପ୍ରମାଣେ ସେହି ସୁସମାଚାରର ମୁଁ ଜଣେ ସେବକ ହେଲି।


କାରଣ ଆମ୍ଭେମାନେ ତାହାଙ୍କ ରଚନା, ଯେ ସମସ୍ତ ସତକାର୍ଯ୍ୟ ଆମ୍ଭେମାନେ କରିବୁ ବୋଲି ଈଶ୍ୱର ପୁର୍ବରୁ ପ୍ରସ୍ତୁତ କରିଥିଲେ, ଆଚରଣରେ ସେହି ସବୁ ସାଧନ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କଠାରେ ସୃଷ୍ଟ ।


ମୋହର ଆନନ୍ଦ ଯେପରି ତୁମ୍ଭମାନଙ୍କଠାରେ ଥାଏ, ଆଉ ତୁମ୍ଭମାନଙ୍କ ଆନନ୍ଦ ଯେପରି ପୂର୍ଣ୍ଣ ହୁଏ, ଏଥି ନିମନ୍ତେ ମୁଁ ଏସମସ୍ତ ତୁମ୍ଭମାନଙ୍କୁ କହିଲି ।


ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ ଅଟନ୍ତି, ସେ ବୀର, ଯେ କି ପରିତ୍ରାଣ କରିବେ; ସେ ତୁମ୍ଭ ବିଷୟରେ ପରମ ଆନନ୍ଦ କରିବେ, ସେ ଆପଣା ସ୍ନେହଭରରେ ନୀରବ ହେବେ, ସେ ଗାନ କରି ତୁମ୍ଭ ବିଷୟରେ ଉଲ୍ଲାସ କରିବେ।


ପୁଣି, ସେ ଠିଆ ହୋଇ ସଦାପ୍ରଭୁଙ୍କ ଶକ୍ତିରେ, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମର ମହିମାରେ ଆପଣା ପଲ ଚରାଇବେ ଓ ସେମାନେ ସୁସ୍ଥିର ହୋଇ ବାସ କରିବେ; କାରଣ ସେହି ସମୟରେ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ମହାନ୍ ହେବେ।


ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଦୁଷ୍ଟର ମରଣରେ ଆମ୍ଭର ସନ୍ତୋଷ ନାହିଁ, ମାତ୍ର ଦୁଷ୍ଟ ଯେପରି ଫେରି ବଞ୍ଚେ, ଏଥିରେ ହିଁ ଆମ୍ଭର ସନ୍ତୋଷ ଅଛି; ତୁମ୍ଭେମାନେ ଫେର, ଆପଣା ଆପଣା କୁପଥରୁ ଫେର; କାରଣ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କାହିଁକି ମରିବ ?


ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହନ କଲେ।


ପୁଣି, ଲୋକମାନେ ସେମାନଙ୍କୁ “ପବିତ୍ର ଲୋକ,” “ସଦାପ୍ରଭୁଙ୍କର ମୁକ୍ତ ବୋଲି ଡାକିବେ,” ଆଉ, ତୁମ୍ଭେ “ଅନ୍ୱେଷିତା,” “ଅପରିତ୍ୟକ୍ତା ନଗରୀ” ବୋଲି ଖ୍ୟାତ ହେବ।


ଯୁବାଲୋକ ଯେପରି କୁମାରୀକୁ ବିବାହ କରେ, ସେହିପରି ତୁମ୍ଭର ପୁତ୍ରଗଣ ତୁମ୍ଭକୁ ବିବାହ କରିବେ; ପୁଣି ବର ଯେପରି କନ୍ୟାଠାରେ ଆନନ୍ଦ କରେ, ସେହିପରି ତୁମ୍ଭର ପରମେଶ୍ୱର ତୁମ୍ଭଠାରେ ଆନନ୍ଦ କରିବେ।


ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି ଯେ , ତାହାର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ ସେ ଅନେଶତଙ୍କୁ ପ୍ରାନ୍ତରରେ ଛାଡ଼ି ସେହି ହଜିଥିବା ମେଣ୍ଢାଟି ନ ପାଇବା ପର୍ଯ୍ୟନ୍ତ ତାହାକୁ ଖୋଜେ ନାହିଁ ?


ପୁଣି, ଆପଣା ବନ୍ଧୁ ପ୍ରତିବାସୀମାନଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହେ, ମୋ’ ସାଙ୍ଗରେ ଆନନ୍ଦ କର, ଯେଣୁ ମୋହର ହଜିଯାଇଥିବା ମେଣ୍ଢାଟି ପାଇଲି ।


Swiv nou:

Piblisite


Piblisite