Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 16:13 - ଓଡିଆ ବାଇବେଲ

13 କୌଣସି ଦାସ ଦୁଇ ପ୍ରଭୁଙ୍କର ସେବା କରି ପାରିବ ନାହିଁ; କାରଣ ସେ ଜଣକୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣକ ପ୍ରତି ଆସକ୍ତ ହେବ ଓ ଅନ୍ୟ ଜଣକୁ ତୁଚ୍ଛ କରିବ । ତୁମ୍ଭେମାନେ ଈଶ୍ୱର ଓ ଧନ ଉଭୟର ଦାସ ହୋଇ ପାରିବ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 କୌଣସି ଭୃତ୍ୟ ଦୁଇ ପ୍ରଭୁଙ୍କର ଦାସ ହୋଇ ପାରେ ନାହିଁ; କାରଣ ସେ ଜଣକୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣକ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣକୁ ଅବଜ୍ଞା କରିବ। ତୁମ୍ଭେମାନେ ଈଶ୍ଵର ଓ ଧନ ଭଭୟର ଦାସ ହୋଇ ପାର ନାହିଁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 “ଜଣେ ଦାସ ଦୁଇ ମୁନିବର ସେବା କରି ନ କାରେ; ସେ ଜଣକୁ ଅବଜ୍ଞା କରିବ ଓ ଅନ୍ୟର ଅନୁଗତ ହେବ; ସେ ଜଣକ ପ୍ରତି ବିଶ୍ୱସ୍ତ ହେବ ଓ ଅନ୍ୟ ଜଣକୁ ତୁଚ୍ଛ କରିବ। ତୁମ୍ଭେମାନେ ଈଶ୍ୱର ଓ ଧନ ଉଭୟର ସେବା କରି ପାରିବ ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କୌଣସି ଦାସ ଦୁଇ ପ୍ରଭୁଙ୍କର ସେବା କରିପାରିବ ନାହିଁ; କାରଣ ସେ ଜଣକୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣକ ପ୍ରତି ଆସକ୍ତ ହେବ ଓ ଅନ୍ୟ ଜଣକୁ ତୁଚ୍ଛ କରିବ। ତୁମ୍ଭେମାନେ ଈଶ୍ବର ଓ ଧନ ଉଭୟର ଦାସ ହୋଇପାରିବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

13 “ଜଣେ ସେବକ ଏକା ସଙ୍ଗରେ ଦୁଇଜଣ ମାଲିକଙ୍କ ସେବା କରି ପାରିବ ନାହିଁ। ସେ ଜଣକୁ ଘୃଣା କରିବ ଓ ଅନ୍ୟ ଜଣକୁ ଶ୍ରଦ୍ଧା କରିବ। କିମ୍ବା ସେ ଜଣକ ପ୍ରତି ବିଶ୍ୱସ୍ତ ରହିବ ଓ ଅନ୍ୟ ଜଣକୁ ବେଖାତିରି କରିବ। ତୁମ୍ଭେମାନେ ଏକା ବେଳେ ପରମେଶ୍ୱର ଓ ଧନ ଦୁହିଁଙ୍କ ସେବା କରି ପାରିବ ନାହିଁ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 16:13
12 Referans Kwoze  

କୌଣସି ଲୋକ ଦୁଇ ପ୍ରଭୁଙ୍କର ଦାସ ହୋଇ ପାରେ ନାହିଁ; କାରଣ ସେ ଜଣଙ୍କୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣଙ୍କ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣଙ୍କୁ ଅବଜ୍ଞା କରିବ । ତୁମ୍ଭେମାନେ ଈଶ୍ୱର ଓ ଧନ ଉଭୟର ଦାସ ହୋଇ ପାର ନାହିଁ ।


କେହି ଯେବେ ମୋ’ ପାଖକୁ ଆସି ନିଜର ବାପା, ମା, ସ୍ତ୍ରୀ, ସନ୍ତାନ, ଭାଇ ଓ ଭଉଣୀମାନଙ୍କୁ ଏପରିକି ନିଜ ପ୍ରାଣକୁ ସୁଦ୍ଧା ଅଧିକ ପ୍ରେମ ନ କରେ, ତେବେ ସେ ମୋହର ଶିଷ୍ୟ ହୋଇ ପାରେ ନାହିଁ ।


ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ୱରଙ୍କର ଶତ୍ରୁତା, ଏହା କ'ଣ ଜାଣ ନାହିଁ ? ଅତଏବ, ଯେ କେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଈଶ୍ୱରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ ।


ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।


ଯେ ମୋହର ସପକ୍ଷ ନୁହେଁ, ସେ ମୋହର ବିପକ୍ଷ; ପୁଣି, ଯେ ମୋ’ ସହିତ ସଂଗ୍ରହ କରେ ନାହିଁ, ସେ ଛିନ୍ନଭିନ୍ନ କରିପକାଏ ।


ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ଅଧର୍ମ ଧନରେ ଆପଣା ଆପଣା ନିମନ୍ତେ ବନ୍ଧୁ ଲାଭ କର, ଯେପରି ତାହା ଶେଷ ହେଲେ ସେମାନେ ତୁମ୍ଭମାନଙ୍କୁ ନିତ୍ୟସ୍ଥାୟୀ ବାସସ୍ଥାନରେ ଗ୍ରହଣ କରିବେ ।


ତହିଁରେ ଯୀଶୁ ତାହାକୁ କହିଲେ, ଦୂର ହ, ଶୟତାନ, କାରଣ ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରଣାମ କରିବ, ପୁଣି, କେବଳ ତାହାଙ୍କର ଉପାସନା କରିବ ।


କିନ୍ତୁ ଯୀଶୁ ତାହାଙ୍କୁ କହିଲେ, ମନା କର ନାହିଁ, କାରଣ ଯେ ତୁମ୍ଭମାନଙ୍କର ବିପକ୍ଷ ନୁହେଁ, ସେ ତୁମ୍ଭମାନଙ୍କର ସପକ୍ଷ ।


ଆଉ, ଯଦି ତୁମ୍ଭେମାନେ ପରର ବିଷୟରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ନିଜ ବିଷୟ ଦେବ ?


Swiv nou:

Piblisite


Piblisite