Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 16:3 - ଓଡିଆ ବାଇବେଲ

3 ସେଥିରେ ସେହି ବେବର୍ତ୍ତା ମନେ ମନେ କହିଲା, କ'ଣ କରିବି ? ମୋହର ପ୍ରଭୁ ତ ମୋଠାରୁ ବେବର୍ତ୍ତାପଦ ଛଡ଼ାଇ ନେଉଅଛନ୍ତି । ମାଟି ହାଣିବାକୁ ମୋହର ବଳ ନାହିଁ, ଭିକ ମାଗିବାକୁ ମୋତେ ଲାଜ ଲାଗୁଅଛି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେଥିରେ ସେହି ବେବର୍ତ୍ତା ମନେ ମନେ କହିଲା, କଅଣ କରିବି? ମୋହର ପ୍ରଭୁ ତ ମୋʼଠାରୁ ବେବର୍ତ୍ତାପଦ ଛଡ଼ାଇ ନେଉଅଛନ୍ତି। ମାଟି ହାଣିବାକୁ ମୋହର ବଳ ନାହିଁ, ଭିକ ମାଗିବାକୁ ମୋତେ ଲାଜ ଲାଗୁଅଛି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ବେବର୍ତ୍ତାଟି ଭାବିଲା, ‘ମୋର ମାଲିକ ମୋତେ ଚାକିରୀରୁ ବାହାର କରିବାକୁ ଯାଉଛନ୍ତି। ମୁଁ କ’ଣ କରିବି? ମାଟି ଖୋଳିବା ପାଇଁ ମୋର ବଳ ନାହିଁ, ଆଉ ଭିକ୍ଷା ମାଗିବାକୁ ମୋତେ ଲାଜ ମାଡ଼ୁଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେଥିରେ ସେହି ବେବର୍ତ୍ତା ମନେ ମନେ କହିଲା, କଅଣ କରିବି? ମୋହର ପ୍ରଭୁ ତ ମୋʼଠାରୁ ବେବର୍ତ୍ତାପଦ ଛଡ଼ାଇ ନେଉଅଛନ୍ତି। ମାଟି ହାଣିବାକୁ ମୋହର ବଳ ନାହିଁ, ଭିକ ମାଗିବାକୁ ମୋତେ ଲାଜ ଲାଗୁଅଛି।

Gade chapit la Kopi

ପବିତ୍ର ବାଇବଲ

3 “ଗୁମାସ୍ତା ଜଣକ ମନେ ମନେ ଭାବିଲା, ‘ଏବେ ମୁଁ କ’ଣ କରିବି? ମୋ’ ମାଲିକ ମୋ’ ଗ୍ଭକିରି ନେଇ ଯାଉଛନ୍ତି। ଗାତ ଖୋଳିବା ପାଇଁ ମୋ’ ପାଖରେ ବଳ ନାହିଁ। ଭିକ ମାଗିଲେ ମୋତେ ଲାଜ ମାଡ଼ିବ।’

Gade chapit la Kopi




ଲୂକ ଲିଖିତ ସୁସମାଚାର 16:3
26 Referans Kwoze  

ଯେଣୁ ତୁମ୍ଭମାନଙ୍କ ମଧ୍ୟରେ କେହି କେହି ଆଳସ୍ୟର ଜୀବନ କାଟୁଅଛନ୍ତି ଓ କୌଣସି କାର୍ଯ୍ୟ ନ କରି ଅନଧିକାର ଚର୍ଚ୍ଚାରେ ବ୍ୟସ୍ତ ଅଟନ୍ତି ବୋଲି ଆମ୍ଭେମାନେ ଶୁଣୁଅଛୁ ।


ଏପରି ସମୟରେ ମାତୃଗର୍ଭରୁ ଖଞ୍ଜ ଜଣେ ଲୋକ ବୁହା ହୋଇ ଯାଉଥିଲା । ମନ୍ଦିରରେ ପ୍ରବେଶ କରୁଥିବା ଲୋକମାନଙ୍କଠାରୁ ଭିକ୍ଷା ମାଗିବା ନିମନ୍ତେ ଲୋକେ ତାହାକୁ ପ୍ରତିଦିନ ସେଥିର ସୁନ୍ଦର ନାମକ ଦ୍ୱାରରେ ରଖିଦେଉଥିଲେ ।


ତେଣୁ ପ୍ରତିବାସୀମାନେ, ପୁଣି, ଯେଉଁମାନେ ତାହାକୁ ପୂର୍ବେ ଜଣେ ଭିକାରୀ ବୋଲି ଦେଖିଥିଲେ, ସେମାନେ ପଚାରିଲେ, ଯେ ବସି ଭିକ ମାଗୁଥିଲା, ଏ କ'ଣ ସେହି ନୁହେଁ ?


ଆଉ ସେ କେତେ ସମୟ ପର୍ଯ୍ୟନ୍ତ ସହମତ ହେଉ ନ ଥିଲେ; କିନ୍ତୁ ପରେ ସେ ମନେ ମନେ କହିଲେ, ଯଦିବା ମୁଁ ଈଶ୍ୱରଙ୍କୁ ଭୟ କରେ ନାହିଁ କିମ୍ବା ମନୁଷ୍ୟକୁ ମାନେ ନାହିଁ,


କାଳକ୍ରମେ ସେହି ଭିକାରୀଟି ମରିଗଲା ଓ ଦୂତମାନଙ୍କ ଦ୍ୱାରା ଅବ୍ରାହାମଙ୍କ କୋଳକୁ ନିଆଗଲା; ପରେ ସେହି ଧନୀ ଲୋକ ମଧ୍ୟ ମରିଗଲା ଓ ସମାଧି ପାଇଲା ।


କିନ୍ତୁ ତାହାର ଫାଟକ ପାଖରେ ଲାଜାର ବୋଲି ଜଣେ ଭିକାରୀ ପଡ଼ି ରହିଥିଲା,


ସେଥିରେ ସେ ମନେ ମନେ ଚିନ୍ତା କରି କହିଲେ, କ'ଣ କରିବି ? କାରଣ ମୋହର ଫସଲ ସଂଗ୍ରହ କରି ରଖିବା ନିମନ୍ତେ ସ୍ଥାନ ନାହିଁ ।


ପରେ ସେମାନେ ଯିରୀହୋରେ ଉପସ୍ଥିତ ହେଲେ, ଆଉ ସେ ଆପଣା ଶିଷ୍ୟସମୂହ ଓ ବହୁସଂଖ୍ୟକ ଲୋକ ସହିତ ଯିରୀହୋରୁ ପ୍ରସ୍ଥାନ କରିବା ସମୟରେ ଟୀମାୟର ପୁତ୍ର ବାର୍ଟୀମୟ ନାମକ ଜଣେ ଅନ୍ଧ ଭିକ୍ଷୁକ ପଥ ପାର୍ଶ୍ୱରେ ବସିଥିଲା ।


ମହାସଭା ଦିନରେ ଓ ସଦାପ୍ରଭୁଙ୍କ ଉତ୍ସବ ଦିନରେ ତୁମ୍ଭେମାନେ କଅଣ କରିବ ?


ଭବିଷ୍ୟଦ୍‍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ ?


ଏଣୁ ପ୍ରତିଫଳ ଦେବାର ଦିନରେ ଓ ଦୂରରୁ ଆସନ୍ତା ବିନାଶ ସମୟରେ ତୁମ୍ଭେମାନେ କଅଣ କରିବ ? ସାହାଯ୍ୟ ନିମନ୍ତେ ତୁମ୍ଭେମାନେ କାହା ନିକଟକୁ ପଳାଇବ ? ଓ ତୁମ୍ଭମାନଙ୍କର ପ୍ରତାପ କେଉଁଠାରେ ରଖିବ ?


ଯେ ପିଲାଦିନୁ ଆପଣା ଦାସକୁ ଗେହ୍ଲା କରି ପାଳେ, ଶେଷରେ ସେହି ଦାସ ତାହାର ପୁତ୍ର ହୋଇ ଉଠେ।


ଅଳସୁଆ ଶୀତ ସକାଶୁ ହଳ ବୁଲାଏ ନାହିଁ; ଏଣୁ ଶସ୍ୟ ସମୟରେ ସେ ଖୋଜିଲେ ହେଁ କିଛି ପାଏ ନାହିଁ।


ଆଳସ୍ୟ ଘୋର ନିଦ୍ରାରେ ପକାଏ; ପୁଣି, ଅଳସ ପ୍ରାଣୀ କ୍ଷୁଧା ଭୋଗ କରିବ।


ଆପଣା କାର୍ଯ୍ୟରେ ଯେ ଅଳସ, ସେ ବିନାଶକର ଭାଇ।


ଅଳସର ବାଟ କଣ୍ଟାବାଡ଼ ପରି, ମାତ୍ର ସରଳାଚାରୀର ପଥ ରାଜଦାଣ୍ଡ ତୁଲ୍ୟ କରାଯାଏ।


ଅଳସୁଆ ମନରେ ବାଞ୍ଛା କଲେ ହେଁ କିଛି ପାଏ ନାହିଁ, ମାତ୍ର କର୍ମଶୀଳ ପ୍ରାଣ ହୃଷ୍ଟପୁଷ୍ଟ ହେବ।


ତହିଁରେ ହାମନ୍‍ ଭିତରକୁ ଆସନ୍ତେ, ରାଜା ତାହାଙ୍କୁ କହିଲେ, “ରାଜା ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି କଅଣ କରାଯିବ ?” ହାମନ୍‍ ମନେ ମନେ ଭାଳିଲେ, ରାଜା ମୋ’ ବିନୁ ଆଉ କାହାକୁ ସମ୍ମାନ କରିବାକୁ ଅଧିକ ତୁଷ୍ଟ ହେବେ ?


କିନ୍ତୁ ଉଠ, ନଗରରେ ପ୍ରବେଶ କର, ଆଉ ତୁମ୍ଭକୁ କ'ଣ କରିବାକୁ ହେବ, ତାହା କୁହାଯିବ ।


ପରେ ସନ୍ଧ୍ୟା ହୁଅନ୍ତେ ଦ୍ରାକ୍ଷାକ୍ଷେତ୍ରର ଅଧିକାରୀ ଆପଣା ବେବର୍ତ୍ତାଙ୍କୁ କହିଲେ, ମୂଲିଆମାନଙ୍କୁ ଡାକି ଶେଷ ଲୋକମାନଙ୍କଠାରୁ ଆରମ୍ଭ କରି ପ୍ରଥମ ଲୋକମାନଙ୍କ ପର୍ଯ୍ୟନ୍ତ ମୂଲ ଦିଅ ।


ମୁଁ ତୁମ୍ଭ ବିଷୟରେ ଏ କି କଥା ଶୁଣୁଅଛି ? ତୁମ୍ଭ ବେବର୍ତ୍ତା କାର୍ଯ୍ୟର ହିସାବ ଦିଅ, କାରଣ ତୁମ୍ଭେ ଆଉ ବେବର୍ତ୍ତା ହୋଇ ରହି ପାରିବ ନାହିଁ ।


ମୁଁ ବେବର୍ତ୍ତାପଦରୁ ବାହାରିବା ପରେ ଲୋକ ଯେପରି ମୋତେ ଆପଣା ଆପଣା ଗୃହରେ ଗ୍ରହଣ କରିବେ, ଏଥିପାଇଁ କ'ଣ କରିବି, ତାହା ବୁଝିଲିଣି ।


Swiv nou:

Piblisite


Piblisite