Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 17:2 - ଓଡିଆ ବାଇବେଲ

2 ଏହି ସାନ ପିଲାମାନଙ୍କ ମଧ୍ୟରୁ ଜଣକର ବାଧାର କାରଣ ହେବା ଅପେକ୍ଷା ବରଂ ତାହା ବେକରେ ଗୋଟିଏ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ପକାଇ ଦିଆଯାଇଥିଲେ ତାହା ପାଇଁ ଭଲ ହୋଇଥାନ୍ତା ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହେବା ଅପେକ୍ଷା ବରଂ ତାହା ବେକରେ ଗୋଟିଏ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ନିକ୍ଷେପ କରାଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ଏହି ନିରୀହମାନଙ୍କୁ ପାପରେ ପକାଇବା ଅପେକ୍ଷା ତା’ ବେକରେ ଚକି ବନ୍ଧା ଯାଇ ତାକୁ ସମୁଦ୍ରରେ ପକାଇ ଦେବା ବରଂ ତା’ ପାଇଁ ଶ୍ରେୟସ୍କର ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏହି ସାନ ପିଲାମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହେବା ଅପେକ୍ଷା ବରଂ ତାହା ବେକରେ ଗୋଟିଏ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ପକାଇ ଦିଆଯାଇଥିଲେ ତାହା ପାଇଁ ଭଲ ହୋଇଥାଆନ୍ତା।

Gade chapit la Kopi

ପବିତ୍ର ବାଇବଲ

2 ଯେଉଁ ଲୋକ ଏଭଳି ଦୁର୍ବଳମାନଙ୍କ ମଧ୍ୟରୁ ଜଣକୁ ହେଲେ ପାପ କରିବା ପାଇଁ ପ୍ରବର୍ତ୍ତାଏ ତାହା ପାଇଁ ଏହା ବହୁତ ଖରାପ ହେବ। ବେକରେ ପଥର ବାନ୍ଧି ସମୁଦ୍ରରେ ବୁଡ଼ି ମରିବା ତା ପକ୍ଷରେ ଭଲ ହେବ।

Gade chapit la Kopi




ଲୂକ ଲିଖିତ ସୁସମାଚାର 17:2
13 Referans Kwoze  

ଆଉ, ଯେ କେହି ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ନିକ୍ଷେପ କରାଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା ।


ସେହି ପ୍ରକାରେ ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଯେ ଗୋଟିଏ ବିନଷ୍ଟ ହୁଏ, ଏହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତାଙ୍କର ଇଚ୍ଛା ନୁହେଁ ।


ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ୱର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ୱର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି ।


ଯେପରି ମୁଁ ଦୁର୍ବଳ ମାନଙ୍କୁ ଲାଭ କରି ପାରେ, ଏଥିପାଇଁ ମୁଁ ଦୁର୍ବଳମାନଙ୍କ ନିକଟରେ ଦୁର୍ବଳ ପରି ହେଲି; ଯେପରି ମୁଁ ଯେକୌଣସି ପ୍ରକାରେ କେତେକଙ୍କୁ ରକ୍ଷା କରି ପାରେ, ଏଥିପାଇଁ ମୁଁ ସମସ୍ତଙ୍କ ନିକଟରେ ସବୁପ୍ରକାର ହୋଇଅଛି ।


ମନୁଷ୍ୟପୁତ୍ରଙ୍କ ବିଷୟରେ ଯେପରି ଲେଖା ଅଛି, ସେହିପରି ସେ ପ୍ରୟାଣ କରୁଅଛନ୍ତି ସତ୍ୟ; କିନ୍ତୁ ଯେଉଁ ଲୋକ ଦ୍ୱାରା ମନୁଷ୍ୟପୁତ୍ର ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର; ସେହି ଲୋକର ଜନ୍ମ ହୋଇ ନ ଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା ।


କିନ୍ତୁ ମୁଁ ଏହି ସବୁ ବିଷୟ କିଛି ବ୍ୟବହାର କରି ନାହିଁ, ଆଉ ମୋ' ପ୍ରତି ଯେ ଏହିପରି କରାଯିବ, ଏଥିପାଇଁ ମୁଁ ଏହି ସବୁ ଲେଖୁ ନାହିଁ; କାରଣ କେହି ମୋହର ଏହି ଦର୍ପ ବ୍ୟର୍ଥ କରିବା ଅପେକ୍ଷା ବରଂ ମୋହର ମରିବା ଭଲ ।


ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ ? ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି । ସେ ତାଙ୍କୁ କହିଲେ, ମୋହର ମେଷଶାବକମାନଙ୍କୁ ଚରାଅ ।


ହେ ଖଡ୍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ପାଳକକୁ ଆଘାତ କର,” ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା।”


ସେ ମେଷପାଳକ ପରି ଆପଣା ପଲ ଚରାଇବେ, ମେଷଛୁଆମାନଙ୍କୁ ସେ ଆପଣା ବାହୁରେ ସଂଗ୍ରହ କରିବେ ଓ ଆପଣା କୋଳରେ ସେମାନଙ୍କୁ ବହି ନେବେ, ଆଉ ଦୁଗ୍ଧଦାୟିନୀମାନଙ୍କୁ ଧୀରେ ଧୀରେ ଚଳାଇବେ।


କିନ୍ତୁ ଆମ୍ଭେମାନେ ଯେପରି ସେମାନଙ୍କ ବିଘ୍ନର କାରଣ ନ ହେଉ, ଏଥିପାଇଁ ସମୁଦ୍ରକୁ ଯାଇ ବନ୍‍ଶୀ କଣ୍ଟା ପକାଅ, ଆଉ ପ୍ରଥମେ ଯେଉଁ ମାଛ ପଡ଼ିବ, ତାହାକୁ ଧରି ତାହାର ମୁଖ ଫିଟାଇଲେ ଗୋଟିଏ ରୌପ୍ୟମୁଦ୍ରା ପାଇବ; ତାହା ନେଇ ମୋ ପାଇଁ ଓ ତୁମ୍ଭ ପାଇଁ ସେମାନଙ୍କୁ ଦିଅ ।


Swiv nou:

Piblisite


Piblisite