Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 18:10 - ଓଡିଆ ବାଇବେଲ

10 ଦୁଇ ଜଣ ଲୋକ ପ୍ରାର୍ଥନା କରିବା ନିମନ୍ତେ ମନ୍ଦିରକୁ ଗଲେ, ଜଣେ ଫାରୂଶୀ ଓ ଅନ୍ୟ ଜଣକ କର ଆଦାୟକାରୀ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଦୁଇ ଜଣ ଲୋକ ପ୍ରାର୍ଥନା କରିବା ନିମନ୍ତେ ମନ୍ଦିରକୁ ଗଲେ, ଜଣେ ଫାରୂଶୀ ଓ ଅନ୍ୟ ଜଣକ କରଗ୍ରାହୀ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 “ଦୁଇ ଜଣ ମନ୍ଦିରକୁ ପ୍ରାର୍ଥନା କରିବାକୁ ଗଲେ। ଜଣେ ଫାରୁଶୀ ଓ ଆଉ ଜଣେ କରଆଦାୟକାରୀ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 “ଦୁଇ ଜଣ ଲୋକ ପ୍ରାର୍ଥନା କରିବା ନିମନ୍ତେ ମନ୍ଦିରକୁ ଗଲେ, ଜଣେ ଫାରୂଶୀ ଓ ଅନ୍ୟ ଜଣକ କରଗ୍ରାହୀ।

Gade chapit la Kopi

ପବିତ୍ର ବାଇବଲ

10 “ଜଣେ ଫାରୂଶୀ ଓ ଜଣେ କରଆଦାୟକାରୀ ଥିଲେ। ଦିନେ ସେହି ଦୁଇଜଣ ପ୍ରାର୍ଥନା କରିବାକୁ ମନ୍ଦିରକୁ ଗଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 18:10
13 Referans Kwoze  

ଯଥା, “ଫେରି ଯାଅ ଓ ଆମ୍ଭ ଲୋକମାନଙ୍କ ଅଧିପତି ହିଜକୀୟକୁ କୁହ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଦାଉଦର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଲୁ, ଆମ୍ଭେ ତୁମ୍ଭର ଲୋତକ ଦେଖିଲୁ; ଦେଖ, ଆମ୍ଭେ ତୁମ୍ଭକୁ ସୁସ୍ଥ କରିବୁ; ତୁମ୍ଭେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବ।


ପୁଣି, ଏହି ସ୍ଥାନ ଅଭିମୁଖରେ ତୁମ୍ଭ ଦାସ ଓ ତୁମ୍ଭ ଲୋକ ଇସ୍ରାଏଲ ପ୍ରାର୍ଥନା କଲେ, ତୁମ୍ଭେ ସେମାନଙ୍କ ବିନତିରେ ମନୋଯୋଗ କର; ହଁ, ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ୱର୍ଗରେ ଥାଇ ତାହା ଶୁଣ ଓ ଶୁଣି କ୍ଷମା କର।


ମୁଁ ଅଷ୍ଟମ ଦିନରେ ସୁନ୍ନତ ପ୍ରାପ୍ତ, ଇସ୍ରାଏଲ ବଂଶଜାତ, ବିନ୍ୟାମୀନ ଗୋଷ୍ଠୀୟ, ଏବ୍ରୀୟ-ରକ୍ତଜାତ ଜଣେ ଏବ୍ରୀୟ, ମୋଶାଙ୍କ ବ୍ୟବସ୍ଥା ପାଳନ ସମ୍ବନ୍ଧରେ ଜଣେ ଫାରୂଶୀ,


ସେମାନେ ମୋତେ ପ୍ରଥମରୁ ଜାଣିଥିବାରୁ ଯଦି ଇଚ୍ଛା କରନ୍ତି, ତେବେ ସାକ୍ଷ୍ୟ ଦେଇ ପାରନ୍ତି ଯେ, ମୁଁ ଆମ୍ଭମାନଙ୍କ ଧର୍ମର ସର୍ବାପେକ୍ଷା କଠୋର ମତ ଅନୁସାରେ ଫାରୂଶୀ ହୋଇ ଜୀବନ ଯାପନ କଲି ।


ଦିନେ ପ୍ରାର୍ଥନାର ନିର୍ଦ୍ଧିଷ୍ଟ ସମୟରେ, ଅର୍ଥାତ୍ ଅପରାହ୍ନ ତିନି ଘଣ୍ଟା ବେଳେ ପିତର ଓ ଯୋହନ ମନ୍ଦିରକୁ ଯାଉଥିଲେ ।


ଲେଖା ଅଛି, ଆମ୍ଭର ଗୃହ ପ୍ରାର୍ଥନାଗୃହ ହେବ, କିନ୍ତୁ ତୁମ୍ଭେମାନେ ତାହାକୁ ଦୁଷ୍କର୍ମକାରୀମାନଙ୍କର ବାସସ୍ଥାନ କରିଅଛ ।


ପୁଣି ହିଜକୀୟ ଯିଶାଇୟଙ୍କୁ କହିଲେ, “ସଦାପ୍ରଭୁ ଯେ ମୋତେ ସୁସ୍ଥ କରିବେ ଓ ମୁଁ ଯେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବି, ଏଥିର କି ଚିହ୍ନ ହେବ।”


ତାଙ୍କର ମେଜର ଖାଦ୍ୟଦ୍ରବ୍ୟ, ତାଙ୍କର ଭୃତ୍ୟମାନଙ୍କ ଆସନ, ତାଙ୍କ ମନ୍ତ୍ରୀମାନଙ୍କ ସେବା, ସେମାନଙ୍କ ବସ୍ତ୍ର, ପାନପାତ୍ରବାହକଗଣ ଓ ସେ ସଦାପ୍ରଭୁଙ୍କ ଗୃହରେ କିପରି ଭାବେ ହୋମବଳି ଉତ୍ସର୍ଗ କଲେ, ଏହିସବୁ ଦେଖି ସେ ହତଜ୍ଞାନ ହେଲା।


ଫିଲିପ୍ପ ଓ ବାର୍ଥଲମୀ, ଥୋମା ଓ କରଗ୍ରାହୀ ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ ଓ ଥଦ୍ଦୀୟ,


Swiv nou:

Piblisite


Piblisite