Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 18:12 - ଓଡିଆ ବାଇବେଲ

12 ମୁଁ ସପ୍ତାହରେ ଦୁଇ ଥର ଉପବାସ କରିଥାଏ ଓ ମୋହର ସମସ୍ତ ଆଦାୟର ଦଶମାଂଶ ଦେଇଥାଏ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ମୁଁ ସପ୍ତାହରେ ଦୁଇ ଥର ଉପବାସ କରିଥାଏ ଓ ମୋହର ସମସ୍ତ ଆୟର ଦଶମାଂଶ ଦାନ କରିଥାଏ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ମୁଁ ସପ୍ତାହରେ ଦୁଇ ଦିନ ଉପବାସ କରେ ଓ ତୁମକୁ ମୋ’ ସମସ୍ତ ଆୟର ଦଶମାଂଶ ଦାନ କରେ।’

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ମୁଁ ସପ୍ତାହରେ ଦୁଇ ଥର ଉପବାସ କରିଥାଏ ଓ ମୋହର ସମସ୍ତ ଆଦାୟର ଦଶମାଂଶ ଦେଇଥାଏ।’

Gade chapit la Kopi

ପବିତ୍ର ବାଇବଲ

12 ମୁଁ ଜଣେ ଭଲ ଲୋକ। ମୁଁ ସପ୍ତାହରେ ଦୁଇ ଥର ଉପବାସ କରେ। ମୁଁ ମୋର ସମସ୍ତ ରୋଜଗାରର ଦଶ ଭାଗରୁ ଏକ ଭାଗ ଦାନ କରେ।’

Gade chapit la Kopi




ଲୂକ ଲିଖିତ ସୁସମାଚାର 18:12
24 Referans Kwoze  

କିନ୍ତୁ ହାୟ, ଦଣ୍ଡର ପାତ୍ର ଫାରୂଶୀମାନେ, କାରଣ ତୁମ୍ଭେମାନେ ପୋଦିନା, ଆରୁଦ ଓ ସମସ୍ତ ପ୍ରକାର ଶାକର ଦଶମାଂଶ ଦେଉଥାଅ, ଆଉ ନ୍ୟାୟବିଚାର ଓ ଈଶ୍ୱରଙ୍କ ପ୍ରେମ ଅବହେଳା କରୁଥାଅ; କିନ୍ତୁ ଏହି ସମସ୍ତ ପାଳନ କରିବା ଓ ଅନ୍ୟସବୁ ଅବହେଳା ନ କରିବା ଉଚିତ ।


ସେହି ସମୟରେ ଯୋହନଙ୍କର ଶିଷ୍ୟମାନେ ତାହାଙ୍କ ପାଖକୁ ଆସି କହିଲେ, ଆମ୍ଭେମାନେ ଓ ଫାରୂଶୀମାନେ ଉପବାସ କରୁ, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି ?


ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆଦେଶ ଅନୁସାରେ ସବୁ କାମ କଲା ପରେ କୁହ, ଆମ୍ଭେମାନେ ଅକର୍ମଣ୍ୟ ଦାସ, ଯାହା କର୍ତ୍ତବ୍ୟ, କେବଳ ତାହା କରିଅଛୁ ।


କାରଣ ଶାରୀରିକ ବ୍ୟାୟାମ ଅଳ୍ପ ବିଷୟରେ ଲାଭଜନକ, କିନ୍ତୁ ଈଶ୍ୱରପରାୟଣତା ଏହିକାଳ ଓ ପରକାଳରେ ପ୍ରତିଜ୍ଞାଯୁକ୍ତ ହୋଇ ସମସ୍ତ ବିଷୟରେ ଲାଭଜନକ ଅଟେ ।


ଲୋକ ଦେଖାଇବା ପାଇଁ ସେମାନଙ୍କ ସମ୍ମୁଖରେ ଯେପରି ଧର୍ମକର୍ମ ନ କର, ଏଥିପାଇଁ ତୁମ୍ଭେମାନେ ସାବଧାନ ହୋଇଥାଅ, ନୋହିଲେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କ ନିକଟରେ ତୁମ୍ଭମାନଙ୍କର ପୁରସ୍କାର ନାହିଁ ।


ମନୁଷ୍ୟ କି ପରମେଶ୍ୱରଙ୍କ ଦ୍ରବ୍ୟ ଚୋରି କରିବ ? ତଥାପି ତୁମ୍ଭେମାନେ ଆମ୍ଭର ଦ୍ରବ୍ୟ ଚୋରି କରୁଅଛ। ମାତ୍ର ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କିପରି ତୁମ୍ଭର ଦ୍ରବ୍ୟ ଦଶମାଂଶରେ ଓ ନୈବେଦ୍ୟରେ ଚୋରି କରିଅଛୁ ?”


କ୍ରିୟାକର୍ମରୁ ନୁହେଁ, ଯେପରି କେହି ଦର୍ପ ନ କରେ ।


ଆଉ, ମୋହର ପିତୃପୁରୁଷଙ୍କ ପରମ୍ପରାଗତ ରୀତିନୀତି ନିମନ୍ତେ ଅତ୍ୟନ୍ତ ଉଦ୍‍ଯୋଗୀ ହୋଇ ମୋହର ସମବୟସ୍କ ସ୍ୱଜାତି ଲୋକମାନଙ୍କ ମଧ୍ୟରେ ଅନେକଙ୍କଠାରୁ ବଳି ଯିହୂଦୀ ଧର୍ମରେ ଅଗ୍ରସର ହେଉଥିଲି ।


ଆଉ ଯାହା ଜଗତ ଚକ୍ଷୁରେ ମାନ୍ୟଗଣ୍ୟ, ସେ ସବୁକୁ ବ୍ୟର୍ଥ କରିବା ନିମନ୍ତେ ଈଶ୍ୱର ଜଗତର ନୀଚ ଓ ତୁଚ୍ଛ ବିଷୟଗୁଡ଼ିକ, ହଁ, ନଗଣ୍ୟ ବିଷୟଗୁଡ଼ିକ ମନୋନୀତ କଲେ ।


ତେବେ ଗର୍ବ କେଉଁଠାରେ ? ତାହା ଦୂରୀକୃତ ହେଲା । କେଉଁ ପ୍ରକାର ବ୍ୟବସ୍ଥା ଦ୍ୱାରା ? କ୍ରିୟାକର୍ମ ଦ୍ୱାରା ? ନୁହେଁ, କିନ୍ତୁ ବିଶ୍ୱାସର ବ୍ୟବସ୍ଥା ଦ୍ୱାରା ।


ଉପବାସ କରିବା ସମୟରେ କପଟୀମାନଙ୍କ ପରି ବିଷର୍ଣ୍ଣବଦନ ହୁଅ ନାହିଁ, କାରଣ ସେମାନେ ଉପବାସ କରୁଅଛନ୍ତି ବୋଲି ଲୋକମାନଙ୍କ ଆଗରେ ଦେଖାଇବା ପାଇଁ ଆପଣା ଆପଣା ମୁଖ ମଳିନ କରନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି ।


ପ୍ରାର୍ଥନା କରିବା ସମୟରେ କପଟୀମାନଙ୍କ ପରି ହୁଅ ନାହିଁ, କାରଣ ସେମାନେ ଲୋକ ଦେଖାଇବା ପାଇଁ ସମାଜଗୃହ ଓ ଛକକୋଣରେ ଠିଆ ହୋଇ ପ୍ରାର୍ଥନା କରିବାକୁ ଭଲପାନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି ।


ପୁଣି, ତୁମ୍ଭେମାନେ ଆପଣାମାନଙ୍କର ହସ୍ତ ପ୍ରସାର କଲା ବେଳେ ଆମ୍ଭେ ତୁମ୍ଭମାନଙ୍କଠାରୁ ଆପଣା ଚକ୍ଷୁ ଆଚ୍ଛାଦନ କରିବା; ଆହୁରି, ତୁମ୍ଭେମାନେ ଅନେକ ପ୍ରାର୍ଥନା କଲା ବେଳେ ଆମ୍ଭେ ଶୁଣିବା ନାହିଁ। ତୁମ୍ଭମାନଙ୍କ ହସ୍ତ ରକ୍ତରେ ପରିପୂର୍ଣ୍ଣ।


ପୁଣି ଯେହୂ କହିଲେ, “ମୋ’ ସଙ୍ଗେ ଆସ, ସଦାପ୍ରଭୁଙ୍କ ନିମନ୍ତେ ମୋହର ଉଦ୍‍ଯୋଗ ଦେଖ।” ଏହିରୂପେ ସେମାନେ ତାହାକୁ ତାଙ୍କ ରଥରେ ଚଢ଼ାଇଲେ।


ଏଥିରେ ଶାମୁୟେଲ ଶାଉଲଙ୍କ ନିକଟକୁ ଗଲେ; ପୁଣି, ଶାଉଲ ତାଙ୍କୁ କହିଲେ, ତୁମ୍ଭେ ସଦାପ୍ରଭୁଙ୍କ ଆଶୀର୍ବାଦପାତ୍ର, ମୁଁ ସଦାପ୍ରଭୁଙ୍କ ବାକ୍ୟ ସଫଳ କରିଅଛି।


ସେତେବେଳେ ପରମେଶ୍ୱର ବିଲୀୟମ୍‍କୁ ସାକ୍ଷାତ କଲେ; ତହିଁରେ ସେ ତାହାଙ୍କୁ କହିଲା, “ମୁଁ ସାତ ଯଜ୍ଞବେଦି ପ୍ରସ୍ତୁତ କରିଅଛି ଓ ମୁଁ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଗୋବତ୍ସ ଓ ଏକ ମେଷ ଉତ୍ସର୍ଗ କରିଅଛି।”


କାରଣ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ରୂପେ ଯେଉଁ ଦଶମାଂଶ ଉତ୍ସର୍ଗ କରନ୍ତି, ତାହା ଆମ୍ଭେ ଲେବୀୟମାନଙ୍କୁ ଅଧିକାରାର୍ଥେ ଦେଲୁ; ଏହେତୁ ଆମ୍ଭେ ସେମାନଙ୍କ ବିଷୟରେ କହିଲୁ, ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସେମାନେ କୌଣସି ଅଧିକାର ପାଇବେ ନାହିଁ।”


କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଧାର୍ମିକତା ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ଧାର୍ମିକତା ଅପେକ୍ଷା ଅଧିକ ନ ହେଲେ ତୁମ୍ଭେମାନେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ ।


Swiv nou:

Piblisite


Piblisite