Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 18:16 - ଓଡିଆ ବାଇବେଲ

16 କିନ୍ତୁ ସେ ସେମାନଙ୍କୁ ଆପଣା ପାଖକୁ ଡାକି କହିଲେ, ଶିଶୁମାନଙ୍କୁ ମୋ ନିକଟକୁ ଆସିବାକୁ ଦିଅ, ଆଉ ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ୱରଙ୍କ ରାଜ୍ୟ ଏହି ପ୍ରକାର ଲୋକମାନଙ୍କର ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 କିନ୍ତୁ ଯୀଶୁ ସେମାନଙ୍କୁ ଆପଣା ପାଖକୁ ଡାକି କହିଲେ, ଶିଶୁମାନଙ୍କୁ ମୋʼ ନିକଟକୁ ଆସିବାକୁ ଦିଅ, ଆଉ ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ଵରଙ୍କ ରାଜ୍ୟ ଏହିପ୍ରକାର ଲୋକମାନଙ୍କର।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 କିନ୍ତୁ ଯୀଶୁ ଶିଶୁମାନଙ୍କୁ ତାଙ୍କ ନିକଟକୁ ଡ଼ାକି କହିଲେ, “ଶିଶୁମାନଙ୍କୁ ମୋ’ ନିକଟକୁ ଆସିବାକୁ ଦିଅ, ସେମାନଙ୍କୁ ମନା କର ନାହିଁ, କାରଣ ଈଶ୍ୱରଙ୍କ ରାଜ୍ୟ ଏହିପରି ଲୋକମାନଙ୍କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କିନ୍ତୁ ଯୀଶୁ ସେମାନଙ୍କୁ ଆପଣା ପାଖକୁ ଡାକି କହିଲେ, “ଶିଶୁମାନଙ୍କୁ ମୋ ନିକଟକୁ ଆସିବାକୁ ଦିଅ, ଆଉ ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ବରଙ୍କ ରାଜ୍ୟ ଏହି ପ୍ରକାର ଲୋକମାନଙ୍କର।

Gade chapit la Kopi

ପବିତ୍ର ବାଇବଲ

16 କିନ୍ତୁ ଯୀଶୁ ସେହି ଛୋଟ ପିଲାମାନଙ୍କୁ ପାଖକୁ ଡାକିଲେ। ସେ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ଛୋଟ ପିଲାମାନେ ମୋ’ ପାଖକୁ ଆସନ୍ତୁ। ସେମାନଙ୍କୁ ଅଟକାଅ ନାହିଁ। କାରଣ ଯେଉଁ ଲୋକମାନେ ଏହି ଛୋଟ ପିଲାମାନଙ୍କ ଭଳି ହୋଇଥିବେ, କେବଳ ସେହିମାନେ ପରମେଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 18:16
14 Referans Kwoze  

ହେ ଭାଇମାନେ, ବୁଦ୍ଧିରେ ବାଳକ ପରି ହୁଅ ନାହିଁ, ବରଂ ମନ୍ଦ ବିଷୟରେ ଶିଶୁ ପରି ହୁଅ, କିନ୍ତୁ ବୁଦ୍ଧିରେ ପୂର୍ଣ୍ଣ- ବୟସ୍କ ହୁଅ ।


କାରଣ ଅବିଶ୍ୱାସୀ ସ୍ୱାମୀ ବିଶ୍ବାସୀ ଭାର୍ଯ୍ୟା ହେତୁ ପବିତ୍ର କରାଯାଇଅଛି, ଆଉ ଅବିଶ୍ୱାସିନୀ ଭାର୍ଯ୍ୟା ବିଶ୍ବାସୀ ସ୍ୱାମୀ ହେତୁ ପବିତ୍ର କରାଯାଇଅଛି; ତାହା ନ ହେଲେ ତୁମ୍ଭମାନଙ୍କ ସନ୍ତାନମାନେ ଅପବିତ୍ର ହୁଅନ୍ତେ, କିନ୍ତୁ ଏବେ ସେମାନେ ପବିତ୍ର ।


ତାହାହେଲେ ସମସ୍ତ ପ୍ରକାର ଦୁଷ୍ଟତା, ଛଳ, କପଟ, ଈର୍ଷା ଓ ପରନିନ୍ଦା ପରିତ୍ୟାଗ କରି


ପୁଣି, ସେମାନେ ଯେପରି ତାହା ଶୁଣି ଶିକ୍ଷା ପା’ନ୍ତି ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଭୟ କରି ଏହି ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗୀ ହୁଅନ୍ତି, ଏଥିପାଇଁ ତୁମ୍ଭେମାନେ ପୁରୁଷ ଓ ସ୍ତ୍ରୀ ଓ ବାଳକ ଓ ଆପଣା ନଗରଦ୍ୱାରବର୍ତ୍ତୀ ବିଦେଶୀ ସମସ୍ତ ଲୋକଙ୍କୁ ସମାଜରେ ଏକତ୍ର କରିବ।


କାରଣ ଏହି ପ୍ରତିଜ୍ଞା ଆପଣମାନଙ୍କ ନିମନ୍ତେ, ଆପଣମାନଙ୍କର ସନ୍ତାନସନ୍ତତିମାନଙ୍କ ନିମନ୍ତେ, ପୁଣି, ଦୂରବର୍ତ୍ତୀ ଯେତେ ଲୋକଙ୍କୁ ପ୍ରଭୁ ଆମ୍ଭମାନଙ୍କ ଈଶ୍ୱର ଆପଣା ନିକଟକୁ ଡାକିବେ, ସେହି ସମସ୍ତଙ୍କ ନିମନ୍ତେ ଅଟେ ।


ପୁଣି, ଅବ୍ରହାମ ପରମେଶ୍ୱରଙ୍କ ଆଜ୍ଞାନୁସାରେ ଆପଣା ପୁତ୍ର ଇସ୍‍ହାକକୁ ଅଷ୍ଟମ ଦିନରେ ସୁନ୍ନତ କଲେ।


ପୁଣି, ଯେଉଁ ନିୟମ ଓ ଯେଉଁ ଶପଥ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆଜି ତୁମ୍ଭ ସଙ୍ଗେ ସ୍ଥିର କରିବେ, ତୁମ୍ଭେ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସହିତ ତାହା ସ୍ଥିର କରିବ,


ଏଥିରେ ସମଗ୍ର ଯିହୁଦା ଆପଣାମାନଙ୍କ ଶିଶୁ, ଭାର୍ଯ୍ୟା ଓ ସନ୍ତାନସନ୍ତତି ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେଲେ।


ଆଉ, ସେମାନଙ୍କର ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର ମଙ୍ଗଳ ନିମନ୍ତେ ସେମାନେ ଯେପରି ସଦାକାଳ ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଓ ଏକ ପଥ ଦେବା;


କିନ୍ତୁ ଯୀଶୁ କହିଲେ, ଶିଶୁମାନଙ୍କୁ ଛାଡ଼ିଦିଅ, ସେମାନଙ୍କୁ ମୋ ପାଖକୁ ଆସିବାକୁ ମନା କର ନାହିଁ, କାରଣ ସ୍ୱର୍ଗରାଜ୍ୟ ଏହି ପ୍ରକାର ଲୋକମାନଙ୍କର ।


ଯୀଶୁ ଯେପରି ଶିଶୁମାନଙ୍କୁ ସ୍ପର୍ଶ କରନ୍ତି, ଏଥିପାଇଁ ଲୋକେ ସେମାନଙ୍କୁ ମଧ୍ୟ ତାହାଙ୍କ ନିକଟକୁ ଆଣିବାକୁ ଲାଗିଲେ; ମାତ୍ର ଶିଷ୍ୟମାନେ ତାହା ଦେଖି ସେମାନଙ୍କୁ ଧମକ ଦେବାକୁ ଲାଗିଲେ ।


ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଈଶ୍ୱରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ ।


Swiv nou:

Piblisite


Piblisite