Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 19:13 - ଓଡିଆ ବାଇବେଲ

13 ସେ ଆପଣାର ଦଶ ଜଣ ଦାସଙ୍କୁ ଡାକି ସେମାନଙ୍କୁ ଦଶ ଗୋଟି ମୁଦ୍ରା ଦେଇ କହିଲେ, ମୋର ଆସିବା ପର୍ଯ୍ୟନ୍ତ ବେପାର କର ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ସେ ଆପଣାର ଦଶ ଜଣ ଦାସଙ୍କୁ ଡାକି ସେମାନଙ୍କୁ ଦଶଗୋଟି ମୋହର ଦେଇ କହିଲେ, ମୋର ଆସିବା ପର୍ଯ୍ୟନ୍ତ ବେପାର କର।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ସେ ଯିବା ପୂର୍ବରୁ ତାଙ୍କର ଦଶ ଜଣ ଦାସଙ୍କୁ ଡ଼ାକି ପ୍ରତ୍ୟେକଙ୍କୁ ଗୋଟିଏ ଲେଖାଏ ସ୍ୱର୍ଣ୍ଣ ମୁଦ୍ରା ଦେଇ କହିଲେ, ‘ମୁଁ ଯିବା ପରେ ତୁମ୍ଭେମାନେ ଏଥିରୁ କିପରି ଉପାର୍ଜ୍ଜନ କରିବ, ସେ ବିଷୟ ଚିନ୍ତା କରି ଦେଖ।’

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସେ ଆପଣାର ଦଶ ଜଣ ଦାସଙ୍କୁ ଡାକି ସେମାନଙ୍କୁ ଦଶଗୋଟି ମୋହର ଦେଇ କହିଲେ, ମୋହର ଆସିବା ପର୍ଯ୍ୟନ୍ତ ବେପାର କର।

Gade chapit la Kopi

ପବିତ୍ର ବାଇବଲ

13 ସେ ନିଜର ଦଶ ଜଣ ଗ୍ଭକରଙ୍କୁ ଡାକିଲେ। ସେ ପ୍ରତ୍ୟେକ ଗ୍ଭକରଙ୍କୁ ଗୋଟିଏ ଗୋଟିଏ ଟଙ୍କା ଥଳି ଦେଲେ। ସେ କହିଲେ, ‘ମୁଁ ଫେରିବା ପର୍ଯ୍ୟନ୍ତ ଏହି ଟଙ୍କାରେ ବ୍ୟବସାୟ କର।’

Gade chapit la Kopi




ଲୂକ ଲିଖିତ ସୁସମାଚାର 19:13
15 Referans Kwoze  

କେହି ଯେବେ ମୋହର ସେବକ, ତେବେ ସେ ମୋହର ଅନୁଗମନ କରୁ; ଆଉ, ମୁଁ ଯେଉଁଠାରେ ଥାଏ, ମୋହର ସେବକ ମଧ୍ୟ ସେହିଠାରେ ରହିବ; କେହି ଯେବେ ମୋହର ସେବା କରେ, ତେବେ ପିତା ତାହାକୁ ସମ୍ମାନ ଦେବେ ।


ଶିମୋନ ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ଦାସ ଓ ପ୍ରେରିତ, ଆମ୍ଭମାନଙ୍କ ଈଶ୍ୱର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କର ଧାର୍ମିକତା ହେତୁ ଯେଉଁମାନେ ଆମ୍ଭମାନଙ୍କ ସହିତ ସମାନ ଭାବରେ ବହୁମୂଲ୍ୟ ବିଶ୍ୱାସ ପ୍ରାପ୍ତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।


ଈଶ୍ୱରଙ୍କ ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦାସ ଯାକୁବର ଛିନ୍ନଭିନ୍ନ ଦ୍ୱାଦଶ ଗୋଷ୍ଠୀଙ୍କୁ ନମସ୍କାର ।


ମୁଁ କି ଏବେ ମନୁଷ୍ୟମାନଙ୍କର କିମ୍ବା ଈଶ୍ୱରଙ୍କର ପ୍ରିୟପାତ୍ର ହେବାକୁ ଯତ୍ନ କରୁଅଛି ? ଅବା ମନୁଷ୍ୟମାନଙ୍କୁ କି ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଅଛି ? ଯଦି ମୁଁ ଏବେ ସୁଦ୍ଧା ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରୁଥାଆନ୍ତି, ତେବେ ମୁଁ ଖ୍ରୀଷ୍ଟଙ୍କର ଦାସ ହୁଅନ୍ତି ନାହିଁ ।


ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା, ସେ ସେହିକ୍ଷଣି ତାହା ନେଇ ବ୍ୟବସାୟ କରି ଆଉ ପାଞ୍ଚ ତୋଡ଼ା ଲାଭ କଲା ।


ଆଉ, ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା, ସେ ଆଉ ପାଞ୍ଚ ତୋଡ଼ା ନେଇ ଆସି କହିଲା, ହେ ପ୍ରଭୁ, ଆପଣ ମୋତେ ପାଞ୍ଚ ତୋଡ଼ା ଦେଇଥିଲେ; ଦେଖନ୍ତୁ, ମୁଁ ଆଉ ପାଞ୍ଚ ତୋଡ଼ା ଲାଭ କରିଛି ।


ପୁଣି, ଯେ ଦୁଇ ତୋଡ଼ା ପାଇଥିଲା, ସେ ମଧ୍ୟ ଆସି କହିଲା, ହେ ପ୍ରଭୁ, ଆପଣ ମୋତେ ଦୁଇ ତୋଡ଼ା ଦେଇଥିଲେ; ଦେଖନ୍ତୁ, ମୁଁ ଆଉ ଦୁଇ ତୋଡ଼ା ଲାଭ କରିଛି ।


ଆଉ, ଯେ ଏକ ତୋଡ଼ା ପାଇଥିଲା, ସେ ମଧ୍ୟ ଆସି କହିଲା, ହେ ପ୍ରଭୁ, ଆପଣ ଯେ ଜଣେ କଠିନ ଲୋକ, ଯେଉଁଠାରେ ବୁଣି ନ ଥାଆନ୍ତି, ସେଠାରେ କାଟନ୍ତି, ଆଉ ଯେଉଁଠାରେ ଶସ୍ୟ ବିଛାଇ ନ ଥାନ୍ତି, ସେଠାରେ ସଂଗ୍ରହ କରନ୍ତି, ଏହା ମୁଁ ଜାଣିଥିଲି ।


ଏଣୁ ସେ କହିଲେ, ଜଣେ ଉଚ୍ଚବଂଶର ବ୍ୟକ୍ତି ଆପଣା ନିମନ୍ତେ ରାଜପଦ ଗ୍ରହଣ କରି ଫେରିଆସିବା ନିମନ୍ତେ ଦୂର ଦେଶକୁ ଯାତ୍ରା କଲେ ।


କିନ୍ତୁ ତାହାଙ୍କ ଦେଶବାସୀମାନେ ତାହାଙ୍କୁ ଘୃଣା କରୁଥିଲେ, ଆଉ ସେମାନେ ତାହାଙ୍କ ପଛରେ ଦୂତ ପଠାଇ କହିଲେ, ଏ ଲୋକ ଯେ ଆମ୍ଭମାନଙ୍କ ଉପରେ ଶାସନ କରିବେ, ଏହା ଆମ୍ଭମାନଙ୍କ ଇଚ୍ଛା ନାହିଁ ।


Swiv nou:

Piblisite


Piblisite