Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 19:21 - ଓଡିଆ ବାଇବେଲ

21 କାରଣ ମୁଁ ଆପଣଙ୍କୁ ଭୟ କଲି, ଯେଣୁ ଆପଣ ଜଣେ କଠୋର ଲୋକ, ଯାହା ରଖି ନ ଥାଆନ୍ତି, ତାହା ଉଠାଇ ନିଅନ୍ତି, ପୁଣି, ଯାହା ବୁଣି ନ ଥାଆନ୍ତି, ତାହା କାଟନ୍ତି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 କାରଣ ମୁଁ ଆପଣଙ୍କୁ ଭୟ କଲି, ଯେଣୁ ଆପଣ ଜଣେ କଠୋର ଲୋକ, ଯାହା ରଖି ନ ଥାଆନ୍ତି, ତାହା ଉଠାଇ ନିଅନ୍ତି, ପୁଣି ଯାହା ବୁଣି ନ ଥାଆନ୍ତି, ତାହା କାଟନ୍ତି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ଆପଣ ଜଣେ କଠୋର ବ୍ୟକ୍ତି ହୋଇଥିବାରୁ ମୁଁ ଆପଣଙ୍କୁ ଭୟ କଲି। ଯାହା ଆପଣଙ୍କର ନୁହେଁ, ତାହା ଆପଣ ନିଅନ୍ତି ଓ ଆପଣ ଯାହା ବୁରି ନ ଥାନ୍ତି, ତାହା କାଟନ୍ତି।’

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 କାରଣ ମୁଁ ଆପଣଙ୍କୁ ଭୟ କଲି, ଯେଣୁ ଆପଣ ଜଣେ କଠୋର ଲୋକ, ଯାହା ରଖି ନ ଥାଆନ୍ତି, ତାହା ଉଠାଇ ନିଅନ୍ତି, ପୁଣି, ଯାହା ବୁଣି ନ ଥାଆନ୍ତି, ତାହା କାଟନ୍ତି।

Gade chapit la Kopi

ପବିତ୍ର ବାଇବଲ

21 ଆପଣ ଜଣେ କଠୋର ବ୍ୟକ୍ତି ହୋଇଥିବାରୁ ମୁଁ ଆପଣଙ୍କୁ ଭୟ କରିଥିଲି। ଏପରିକି ଆପଣ ନିଜେ ଅର୍ଜନ କରି ନ ଥିବା ଟଙ୍କା ନେଇଥା’ନ୍ତି ଓ ନିଜେ ଉତ୍ପନ୍ନ କରି ନ ଥିବା ଖାଦ୍ୟଶସ୍ୟ ସଂଗ୍ରହ କରିଥା’ନ୍ତି।’

Gade chapit la Kopi




ଲୂକ ଲିଖିତ ସୁସମାଚାର 19:21
16 Referans Kwoze  

ଦେଖ, ପ୍ରଭୁ ସମସ୍ତଙ୍କର ବିଚାର କରିବା ନିମନ୍ତେ,ପୁଣି, ଅଧାର୍ମିକ ଲୋକ ସମସ୍ତେ ନିଜ ନିଜ ଅଧାର୍ମିକତାରେ ଯେଉଁ ସବୁ ଅଧର୍ମ କର୍ମ କରିଅଛନ୍ତି ଓ ଅଧାର୍ମିକ ପାପୀମାନେ ତାହାଙ୍କ ବିରୁଦ୍ଧରେ ଯେଉଁ ସବୁ କଟୁ କଥା କହିଅଛନ୍ତି, ସେ ସମସ୍ତ ବିଷୟରେ ସେମାନଙ୍କୁ ଦୋଷୀ କରି ଦଣ୍ଡ ଦେବା ନିମନ୍ତେ ଆପଣା ଅୟୁତ ଅୟୁତ ସାଧୁଙ୍କ ସହିତ ଆସୁଅଛନ୍ତି ।


ପ୍ରେମରେ ଭୟ ନ ଥାଏ, କିନ୍ତୁ ସିଦ୍ଧ ପ୍ରେମ ଭୟକୁ ଦୂର କରେ, କାରଣ ଭୟ ଦଣ୍ଡ ସହିତ ସଂଯୁକ୍ତ, ଆଉ ଯେ ଭୟ କରେ, ସେ ପ୍ରେମରେ ସିଦ୍ଧ ନୁହେଁ ।


କାରଣ ଯେ କେହି ସମସ୍ତ ମୋଶାଙ୍କ ବ୍ୟବସ୍ଥା ପାଳନ କରି କେବଳ ଗୋଟିକ ବିଷୟରେ ଝୁଣ୍ଟିପଡ଼େ, ତେବେ ସେ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ଦୋଷରେ ଦଣ୍ଡନୀୟ ହୁଏ ।


କାରଣ ଈଶ୍ୱର ଆମ୍ଭମାନଙ୍କୁ ଭୟର ଆତ୍ମା ଦେଇ ନାହାଁନ୍ତି, ମାତ୍ର ଶକ୍ତି, ପ୍ରେମ ଓ ସୁବୁଦ୍ଧିର ଆତ୍ମା ଦେଇଅଛନ୍ତି ।


କାରଣ ତୁମ୍ଭେମାନେ ପୁନର୍ବାର ଭୟ କରିବା ନିମନ୍ତେ ଦାସତ୍ୱର ଆତ୍ମା ପାଇ ନାହଁ, କିନ୍ତୁ ପୁତ୍ରତ୍ୱର ଆତ୍ମା ପାଇଅଛ; ତଦ୍ୱାରା ଆମ୍ଭେମାନେ ଆବ୍ବା, ପିତଃ ବୋଲି ଡାକିଥାଉ ।


ଯେଣୁ ଶାରୀରିକ ମନ ଈଶ୍ୱରଙ୍କ ବିରୁଦ୍ଧରେ ଶତ୍ରୁତା; କାରଣ ତାହା ଈଶ୍ୱରଙ୍କ ବ୍ୟବସ୍ଥାର ବଶୀଭୂତ ନୁହେଁ, ପୁଣି, ବଶୀଭୂତ ହେବା ଅସମ୍ଭବ;


ଏଥିରେ ଶାମୁୟେଲ ଲୋକମାନଙ୍କୁ କହିଲେ, ଭୟ ନ କର; ତୁମ୍ଭେମାନେ ଏହି ସମସ୍ତ ମନ୍ଦତା କରିଅଛ, ପ୍ରମାଣ; ତଥାପି ସଦାପ୍ରଭୁଙ୍କ ପଶ୍ଚାଦ୍‍ଗମନରୁ ବିମୁଖ ନ ହୁଅ, ମାତ୍ର ଆପଣାମାନଙ୍କ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କର ସେବା କର;


ଆଉ ଜଣେ ଆସି କହିଲା, ପ୍ରଭୁ, ଦେଖନ୍ତୁ, ଏହି ଆପଣଙ୍କର ମୁଦ୍ରା, ମୁଁ ଏହା ଗାମୁଛାରେ ବାନ୍ଧି ରଖି ଦେଇଥିଲି;


ସେ ତାହାକୁ କହିଲେ, ରେ ଦୁଷ୍ଟ ଦାସ, ତୋର ମୁହଁର କଥାରେ ତୋହର ବିଚାର କରିବି । ମୁଁ ଜଣେ କଠୋର ଲୋକ, ଯାହା ରଖି ନ ଥାଏ, ତାହା ଉଠାଇନିଏ, ପୁଣି, ଯାହା ବୁଣି ନ ଥାଏ, ତାହା କାଟେ, ଏହା କ'ଣ ଜାଣିଥିଲୁ ?


Swiv nou:

Piblisite


Piblisite