Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 19:9 - ଓଡିଆ ବାଇବେଲ

9 ସେଥିରେ ଯୀଶୁ ତାହାଙ୍କ ବିଷୟରେ କହିଲେ, ଆଜି ଏହି ଗୃହରେ ପରିତ୍ରାଣ ଉପସ୍ଥିତ ହୋଇଅଛି, ଯେଣୁ ଜଖୀୟ ମଧ୍ୟ ଅବ୍ରାହାମଙ୍କ ଜଣେ ସନ୍ତାନ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସେଥିରେ ଯୀଶୁ ତାଙ୍କ ବିଷୟରେ କହିଲେ, ଆଜି ଏହି ଗୃହରେ ପରିତ୍ରାଣ ଉପସ୍ଥିତ ହୋଇଅଛି, ଯେଣୁ ଏ ମଧ୍ୟ ଅବ୍ରହାମଙ୍କ ଜଣେ ସନ୍ତାନ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ଯୀଶୁ ତାକୁ କହିଲେ, “ଆଜି ଏହି ଗୃହକୁ ପରିତ୍ରାଣ ଆସିଛି, କାରଣ ଏହି ବ୍ୟକ୍ତି ମଧ୍ୟ ଅବ୍ରାହମଙ୍କ ଜଣେ ବଂଶଧର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେଥିରେ ଯୀଶୁ ତାହାଙ୍କ ବିଷୟରେ କହିଲେ, “ଆଜି ଏହି ଗୃହରେ ପରିତ୍ରାଣ ଉପସ୍ଥିତ ହୋଇଅଛି, ଯେଣୁ ଜଖୀୟ ମଧ୍ୟ ଅବ୍ରହାମଙ୍କ ଜଣେ ସନ୍ତାନ;

Gade chapit la Kopi

ପବିତ୍ର ବାଇବଲ

9 ଯୀଶୁ କହିଲେ, “ଏ ଲୋକଟି ପ୍ରକୃତରେ ଜଣେ ଭଲ ମଣିଷ। ସେ ଅବ୍ରହାମଙ୍କର ଉପଯୁକ୍ତ ସନ୍ତାନ। ତେଣୁ ଆଜି ସେ ନିଜ ପାପରୁ ଉଦ୍ଧାର ପାଇଗଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 19:9
15 Referans Kwoze  

ଅତଏବ ଯେଉଁମାନେ ବିଶ୍ୱାସୀ, ସେମାନେ ଅବ୍ରାହାମଙ୍କର ସନ୍ତାନ ।


ତେବେ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଶୟତାନ ଦ୍ୱାରା ବନ୍ଧା ହୋଇ ଅବ୍ରାହାମଙ୍କ କନ୍ୟା ଏହି ସ୍ତ୍ରୀଲୋକଟି କ'ଣ ବିଶ୍ରାମବାରରେ ଆପଣା ବନ୍ଧନରୁ ମୁକ୍ତ ହେବା ଆବଶ୍ୟକ ନ ଥିଲା ?


ଏଣୁ ଏହି ପ୍ରତିଜ୍ଞା ବିଶ୍ୱାସ ହେତୁ ପ୍ରାପ୍ତ ହୁଏ, ଯେପରି ତାହା ଅନୁଗ୍ରହ ଅନୁସାରେ ହୁଏ, ଆଉ ତଦ୍ୱାରା ସମସ୍ତ ବଂଶ ପକ୍ଷରେ, କେବଳ ମୋଶାଙ୍କ ବ୍ୟବସ୍ଥାବଲମ୍ବୀ ବଂଶ ପକ୍ଷରେ ନୁହେଁ, ମାତ୍ର ଅବ୍ରହାମଙ୍କ ବିଶ୍ୱାସାବଲମ୍ବୀ ବଂଶ ପକ୍ଷରେ ସୁଦ୍ଧା ସେହି ପ୍ରତିଜ୍ଞା ଅଟଳ ରହେ;


ପୂର୍ବରେ ତୁମ୍ଭେମାନେ ପ୍ରଜା ବାଚ୍ୟ ନ ଥିଲ, କିନ୍ତୁ ଏବେ ଈଶ୍ୱରଙ୍କ ପ୍ରଜା ହୋଇଅଛ, ପୂର୍ବରେ ତୁମ୍ଭେମାନେ ଦୟା ପାଇ ନ ଥିଲ, ମାତ୍ର ଏବେ ଦୟା ପ୍ରାପ୍ତ ହୋଇଅଛ ।


ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରାହାମଙ୍କ ବଂଶ, ପ୍ରତିଜ୍ଞା ଅନୁସାରେ ଉତ୍ତରାଧିକାରୀ ।


ଏଥିପାଇଁ ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଅଭିଶପ୍ତ ହୋଇ ମୋଶାଙ୍କ ବ୍ୟବସ୍ଥାର ଅଭିଶାପରୁ ଆମ୍ଭମାନଙ୍କୁ ମୂଲ୍ୟ ଦେଇ ମୁକ୍ତ କଲେ; କାରଣ ଲେଖା ଅଛି, ଯେ କେହି ଖୁଣ୍ଟରେ ଟଙ୍ଗାଯାଏ, ସେ ଅଭିଶପ୍ତ ।


ଏଣୁ ମନପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର; ପୁଣି, ଅବ୍ରାହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ସୁଦ୍ଧା ଏପରି କୁହ ନାହିଁ; କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱର ଏହି ପଥରଗୁଡ଼ାକରୁ ଅବ୍ରାହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି ।


କାରଣ ମୋହର ଚକ୍ଷୁ ତୁମ୍ଭର ପରିତ୍ରାଣ ଦେଖିଅଛି,


ଆଉ ଦେଖ, ଶେଷରେ ଥିବା କେତେକ ପ୍ରଥମ ହେବେ ଓ ପ୍ରଥମରେ ଥିବା କେତେକ ଶେଷରେ ପଡ଼ିବେ ।


ସେଥିରେ ସେ ଡାକି କହିଲେ, ହେ ପିତା ଅବ୍ରାହାମ, ମୋତେ ଦୟା କରି ଲାଜାରକୁ ପଠାଇ ଦିଅନ୍ତୁ, ଯେପରି ସେ ପାଣିରେ ନିଜ ଅଙ୍ଗୁଳିର ଟିପ ବୁଡ଼ାଇ ମୋର ଜିଭକୁ ଥଣ୍ଡା କରେ, କାରଣ ମୁଁ ଏହି ନିଆଁରେ କଲବଲ ହେଉଅଛି ।


ସେଥିରେ ସେ କହିଲେ, ହେ ପିତା ଅବ୍ରାହାମ, ତାହା ଯଥେଷ୍ଟ ନୁହେଁ, ମାତ୍ର ଯଦି ମୃତମାନଙ୍କ ପାଖରୁ ଜଣେ ସେମାନଙ୍କ ନିକଟକୁ ଯିବ, ତାହାହେଲେ ସେମାନେ ମନ ପରିବର୍ତ୍ତନ କରିବେ ।


Swiv nou:

Piblisite


Piblisite