Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 2:39 - ଓଡିଆ ବାଇବେଲ

39 ପରେ ସେମାନେ ପ୍ରଭୁଙ୍କ ମୋଶାଙ୍କ ବ୍ୟବସ୍ଥାନୁଯାୟୀ ସମସ୍ତ କାର୍ଯ୍ୟ ସମାପ୍ତ କରି ଗାଲିଲୀକୁ, ନିଜ ନଗର ନାଜରିତକୁ ଫେରିଗଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

39 ପରେ ସେମାନେ ପ୍ରଭୁଙ୍କ ବ୍ୟବସ୍ଥାନୁଯାୟୀ ସମସ୍ତ କ୍ରିୟା ସମ୍ପନ୍ନ କରି ଗାଲିଲୀକି, ନିଜ ନଗର ନାଜରିତକୁ ବାହୁଡ଼ିଗଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

39 ପ୍ରଭୁଙ୍କ ବ୍ୟବସ୍ଥା ଅନୁଯାୟୀ ଯାହା ଆବଶ୍ୟକ ଥିଲା, ସେ ସମସ୍ତ ଶେଷ ହେବା ପରେ ଯୋସେଫ ଓ ମରିୟମ ନିଜର ବାସସ୍ଥାନ ଗାଲିଲୀର ନାଜରିତ ସହରକୁ ଫେରିଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ପରେ ସେମାନେ ପ୍ରଭୁଙ୍କ ବ୍ୟବସ୍ଥାନୁଯାୟୀ ସମସ୍ତ କାର୍ଯ୍ୟ ସମାପ୍ତ କରି ଗାଲିଲୀକୁ, ନିଜ ନଗର ନାଜରିତକୁ ଫେରିଗଲେ।

Gade chapit la Kopi

ପବିତ୍ର ବାଇବଲ

39 ଯୋଷେଫ ଓ ମରିୟମ ପ୍ରଭୁଙ୍କ ବ୍ୟବସ୍ଥାନୁଯାୟୀ ସମସ୍ତ କାର୍ଯ୍ୟ ସମ୍ପୂର୍ଣ୍ଣ କଲେ। ତା'ପରେ ସେମାନେ ଗାଲିଲୀ ପ୍ରଦେଶର ନିଜ ନଗର ନାଜରିତକୁ ଫେରିଗଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 2:39
11 Referans Kwoze  

ପୁଣି, ଯୋଷେଫ ମଧ୍ୟ ନାମ ଲେଖାଇବା ନିମନ୍ତେ ମରିୟମଙ୍କ ସହିତ ଗାଲିଲୀର ନାଜରିତ ନଗରରୁ ଯିହୂଦା ପ୍ରଦେଶର ବେଥଲିହିମ ନାମକ ଦାଉଦଙ୍କ ନଗରକୁ ଗଲେ, କାରଣ ସେ ଦାଉଦଙ୍କ ବଂଶ ଓ ଗୋଷ୍ଠୀର ଲୋକ ଥିଲେ;


ମାତ୍ର ଯୀଶୁ ତାହାଙ୍କୁ ଉତ୍ତର ଦେଲେ, "ଏବେ ରାଜି ହୁଅ, କାରଣ ଏହି ପ୍ରକାରେ ସମସ୍ତ ଧର୍ମକର୍ମ ସାଧନ କରିବା ଆମ୍ଭମାନଙ୍କର ଉଚିତ ।" ସେଥିରେ ସେ ତାହାଙ୍କ କଥାରେ ରାଜି ହେଲେ ।


ମୁଁ ଯାହା ଯାହା ତୁମ୍ଭମାନଙ୍କୁ ଆଜ୍ଞା ଦେଉଅଛି, ତାହାସବୁ ତୁମ୍ଭେମାନେ ପାଳନ କରିବାକୁ ମନୋଯୋଗ କରିବ; ତୁମ୍ଭେ ତହିଁରେ ଯୋଗ କରିବ ନାହିଁ କି ତହିଁରୁ ଊଣା କରିବ ନାହିଁ।


ପରେ ସେ ସେମାନଙ୍କ ସାଙ୍ଗରେ ଫେରି ନାଜରିତକୁ ଆସିଲେ ଓ ସେମାନଙ୍କ ବାଧ୍ୟ ହୋଇ ରହିଲେ; ପୁଣି, ତାହାଙ୍କ ମାତା ଏହି ସମସ୍ତ କଥା ସାବଧାନ ରୂପେ ଆପଣା ହୃଦୟରେ ରଖିଲେ ।


ସେମାନେ ଉଭୟେ ପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ନିୟମ ଅନୁସାରେ ନିର୍ଦ୍ଦୋଷ ରୂପେ ଆଚରଣ କରି ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ ।


ଏଲୀଶାବେଥଙ୍କ ଗର୍ଭର ଛଅ ମାସରେ ଗାବ୍ରିଏଲ ଦୂତ ଈଶ୍ୱରଙ୍କ ନିକଟରୁ ଗାଲିଲୀର ନାଜରିତ ନାମକ ନଗରକୁ ଜଣେ କନ୍ୟା ନିକଟକୁ ପଠାଗଲେ;


ସେ ଯେଉଁ ନାଜରିତରେ ପ୍ରତିପାଳିତ ହୋଇଥିଲେ, ସେହି ସ୍ଥାନକୁ ଇତିମଧ୍ୟରେ ଗଲେ ଓ ଆପଣା ରୀତି ଅନୁସାରେ ବିଶ୍ରାମବାରରେ ସମାଜଗୃହରେ ପ୍ରବେଶ କଲେ, ଆଉ ପାଠ କରିବା ନିମନ୍ତେ ଠିଆ ହେଲେ ।


ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ନିଶ୍ଚୟ ମୋତେ ଏହି ପ୍ରବାଦବାକ୍ୟ କହିବ, ହେ ଚିକିତ୍ସକ, ନିଜେ ନିଜକୁ ସୁସ୍ଥ କର; କର୍ଫନାହୂମରେ ଯାହା ଯାହା ଘଟିଅଛି ବୋଲି ଆମ୍ଭେମାନେ ଶୁଣିଅଛୁ, ସେହି ସବୁ ଏହି ସ୍ଥାନରେ ନିଜ ପିତାଙ୍କ ନଗରରେ ମଧ୍ୟ କର ।


Swiv nou:

Piblisite


Piblisite