Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 2:44 - ଓଡିଆ ବାଇବେଲ

44 କିନ୍ତୁ ସେ ସହଯାତ୍ରୀମାନଙ୍କ ସଙ୍ଗରେ ଅଛନ୍ତି ବୋଲି ମନେ କରି ସେମାନେ ଦିନକର ବାଟ ଚାଲିଗଲେ, ପୁଣି, ସମ୍ପର୍କୀୟ ଓ ପରିଚିତ ଲୋକଙ୍କ ମଧ୍ୟରେ ତାଙ୍କୁ ଖୋଜିବାକୁ ଲାଗିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 କିନ୍ତୁ ସେ ସହଯାତ୍ରୀମାନଙ୍କ ସଙ୍ଗରେ ଅଛନ୍ତି ବୋଲି ମନେ କରି ସେମାନେ ଦିନକର ବାଟ ଚାଲିଗଲେ, ପୁଣି ଆତ୍ମୀୟ ଓ ପରିଚିତ ଲୋକମାନଙ୍କ ମଧ୍ୟରେ ତାହାଙ୍କର ଅନ୍ଵେଷଣ କରିବାକୁ ଲାଗିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

44 ସେମାନେ ଭାବିଲେ, ସେ ଅନ୍ୟ ଯାତ୍ରୀମାନଙ୍କ ସଙ୍ଗରେ ଅଛନ୍ତି; ତେଣୁ ସେମାନେ ଦିନକର ବାଟ ଚାଲି ଆସିବା ପରେ ଆତ୍ମୀୟ ଓ ବନ୍ଧୁମାନଙ୍କ ମଧ୍ୟରେ ତାଙ୍କୁ ଖୋଜିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 କିନ୍ତୁ ସେ ସହଯାତ୍ରୀମାନଙ୍କ ସଙ୍ଗରେ ଅଛନ୍ତି ବୋଲି ମନେ କରି ସେମାନେ ଦିନକର ବାଟ ଚାଲିଗଲେ, ପୁଣି, ସମ୍ପର୍କୀୟ ଓ ପରିଚିତ ଲୋକଙ୍କ ମଧ୍ୟରେ ତାହାଙ୍କୁ ଖୋଜିବାକୁ ଲାଗିଲେ,

Gade chapit la Kopi

ପବିତ୍ର ବାଇବଲ

44 ଦଳ ଭିତରେ ପୁଅ ଅଛି ଭାବି ଯୋଷେଫ ଓ ମରିୟମ ପୁରା ଦିନେ ଯାତ୍ରା କରିସାରିଥିଲେ। ତା'ପରେ ସେମାନେ ନିଜ ପରିବାର ଲୋକ ଓ ଅନ୍ତରଙ୍ଗ ବନ୍ଧୁଙ୍କ ଭିତରେ ଯୀଶୁଙ୍କୁ ଖୋଜିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 2:44
6 Referans Kwoze  

ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, “ତୁମ୍ଭେମାନେ ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ୱରଙ୍କ ଗୃହକୁ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା।” କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ।


ମୁଁ କିପରି ଲୋକସମୂହ ସହିତ ଯାତ୍ରା କଲି, ପୁଣି, ଆନନ୍ଦ ଓ ପ୍ରଶଂସାଧ୍ୱନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ୱରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି।


ପର୍ବର ସମୟ ସମାପ୍ତ କରି ଯେତେବେଳେ ସେମାନେ ଫେରିଆସୁଥିଲେ, ସେତେବେଳେ ବାଳକ ଯୀଶୁ ଯିରୂଶାଲମରେ ରହିଗଲେ, ଆଉ ତାହାଙ୍କ ପିତାମାତା ତାହା ଜାଣି ନ ଥିଲେ ।


ଆଉ ତାହାଙ୍କୁ ନ ପାଇ ଖୋଜୁ ଖୋଜୁ ଯିରୂଶାଲମକୁ ଫେରିଗଲେ ।


କିନ୍ତୁ ତାହାଙ୍କର ପରିଚିତ ସମସ୍ତେ ଓ ଗାଲିଲୀରୁ ଏକତ୍ର ମିଳି ତାହାଙ୍କ ପଛେ ପଛେ ଆସିଥିବା ସ୍ତ୍ରୀଲୋକମାନେ ଦୂରରେ ଠିଆ ହୋଇ ଏହି ସବୁ ଦେଖୁଥିଲେ ।


Swiv nou:

Piblisite


Piblisite