Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 2:48 - ଓଡିଆ ବାଇବେଲ

48 ସେମାନେ ତାହାକୁ ଦେଖି ଆଶ୍ଚର୍ଯ୍ୟାନ୍ୱିତ ହେଲେ, ଆଉ ତାହାଙ୍କର ମାତା ତାହାଙ୍କୁ କହିଲେ, ପୁଅରେ, ଆମ୍ଭମାନଙ୍କ ପ୍ରତି କାହିଁକି ଏପରି ବ୍ୟବହାର କଲୁ ? ଦେଖ୍, ତୋର ବାପା ଓ ମୁଁ ଅତିଶୟ ବ୍ୟାକୁଳ ହୋଇ ତୋତେ ଖୋଜୁଅଛୁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

48 ସେମାନେ ତାହାଙ୍କୁ ଦେଖି ଆଶ୍ଚର୍ଯ୍ୟାନ୍ଵିତ ହେଲେ, ଆଉ ତାହାଙ୍କର ମାତା ତାହାଙ୍କୁ କହିଲେ, ପୁଅରେ, ଆମ୍ଭମାନଙ୍କ ପ୍ରତି କାହିଁକି ଏପରି ବ୍ୟବହାର କଲୁ? ଦେଖ୍, ତୋର ବାପା ଓ ମୁଁ ଅତିଶୟ କାତର ହୋଇ ତୋତେ ଖୋଜୁଅଛୁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

48 ତାଙ୍କୁ ଦେଖି ତାଙ୍କର ପିତାମାତା ଆଶ୍ଚର୍ଯ୍ୟ ହେଲେ ଓ ତାଙ୍କର ମା’ ତାଙ୍କୁ ପଚାରିଲେ, “ପୁଅରେ, ତୁ ଆମ ପ୍ରତି କାହିଁକି ଏପରି ବ୍ୟବହାର କଲୁ? ତୋତେ ଖୋଜି ଖୋଜି ତୋର ବାପା ଓ ମୁଁ ବଡ଼ ବ୍ୟସ୍ତ ହୋଇ ପଡ଼ିଛୁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

48 ସେମାନେ ତାହାଙ୍କୁ ଦେଖି ଆଶ୍ଚର୍ଯ୍ୟାନ୍ୱିତ ହେଲେ, ଆଉ ତାହାଙ୍କର ମାତା ତାହାଙ୍କୁ କହିଲେ, ପୁଅରେ, ଆମ୍ଭମାନଙ୍କ ପ୍ରତି କାହିଁକି ଏପରି ବ୍ୟବହାର କଲୁ? ଦେଖ୍, ତୋର ବାପା ଓ ମୁଁ ଅତିଶୟ ବ୍ୟାକୁଳ ହୋଇ ତୋତେ ଖୋଜୁଥିଲୁ।

Gade chapit la Kopi

ପବିତ୍ର ବାଇବଲ

48 ଯୀଶୁଙ୍କ ବାପାମା ତାହାଙ୍କୁ ଦେଖି ବିସ୍ମିତ ହୋଇଗଲେ। ତାହାଙ୍କ ମା ତାହାଙ୍କୁ ପଗ୍ଭରିଲେ, “ପୁଅରେ! ତୁ ଆମ ସାଙ୍ଗରେ ଏପରି କାହିଁକି କଲୁ? ତୋ’ ବାପା ଓ ମୁଁ ତୋତେ ଖୋଜି ଖୋଜି ବହୁତ ଚିନ୍ତିତ ହୋଇ ପଡ଼ିଲୁଣି।”

Gade chapit la Kopi




ଲୂକ ଲିଖିତ ସୁସମାଚାର 2:48
5 Referans Kwoze  

ଏଥିରେ ସେ ସେମାନଙ୍କୁ କହିଲେ, କାହିଁକି ତୁମ୍ଭେମାନେ ମୋତେ ଖୋଜୁଥିଲ ? ମୋହର ପିତାଙ୍କ ଗୃହରେ ରହିବା ଯେ ମୋହର କର୍ତ୍ତବ୍ୟ, ଏହା କ'ଣ ଜାଣି ନ ଥିଲ ?


ସେ ଲୋକସମୂହକୁ କଥା କହୁଥିବା ସମୟରେ, ଦେଖ, ତାହାଙ୍କ ମାଁ ଓ ଭାଇମାନେ ବାହାରେ ଠିଆ ହୋଇ ତାହାଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଥିଲେ ।


ଆଉ, ସମସ୍ତେ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ତାହାଙ୍କ ମୁଖ ନିର୍ଗତ ଅନୁଗ୍ରହର ବାକ୍ୟରେ ଚମତ୍କୃତ ହେଲେ; ପୁଣି, ସେମାନେ କହିବାକୁ ଲାଗିଲେ, ଏ କ'ଣ ଯୋଷେଫର ପୁତ୍ର ନୁହେଁ ?


ଯୀଶୁ କାର୍ଯ୍ୟ ଆରମ୍ଭ କରିବା ସମୟରେ ତାହାଙ୍କୁ ପ୍ରାୟ ତିରିଶି ବର୍ଷ ବୟସ ହୋଇଥିଲା; ଲୋକଙ୍କ ଧାରଣାନୁସାରେ ସେ ଯୋଷେଫଙ୍କ ପୁତ୍ର; ଯୋଷେଫ ଏଲୀଙ୍କ ପୁତ୍ର,


ଫିଲିପ୍ପ ନିଥନିୟେଲଙ୍କ ଦେଖା ପାଇ ତାଙ୍କୁ କହିଲେ, ଯାହାଙ୍କ ବିଷୟରେ ମୋଶା ମୋଶାଙ୍କ ବ୍ୟବସ୍ଥାରେ ଲେଖିଅଛନ୍ତି, ପୁଣି, ଭାବବାଦୀମାନେ ମଧ୍ୟ ଲେଖିଅଛନ୍ତି, ଆମ୍ଭେମାନେ ତାହାଙ୍କର ଦେଖା ପାଇଅଛୁ; ସେ ଯୋଷେଫଙ୍କ ପୁତ୍ର ନାଜରିତୀୟ ଯୀଶୁ ।


Swiv nou:

Piblisite


Piblisite