Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 2:7 - ଓଡିଆ ବାଇବେଲ

7 ପୁଣି, ସେ ଆପଣା ପ୍ରଥମଜାତ ପୁତ୍ର ପ୍ରସବ କଲେ ଏବଂ ତାହାଙ୍କୁ ଲୁଗାରେ ଗୁଡ଼ାଇ ଗୁହାଳକୁଣ୍ଡରେ ଶୁଆଇଲେ, କାରଣ ବସାଘରେ ସେମାନଙ୍କ ପାଇଁ ସ୍ଥାନ ନ ଥିଲା ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପୁଣି ସେ ଆପଣା ପ୍ରଥମଜାତ ପୁତ୍ର ପ୍ରସବ କଲେ ଏବଂ ତାହାଙ୍କୁ ଲୁଗାରେ ଗୁଡ଼ାଇ ଗୁହାଳକୁଣ୍ତରେ ଶୁଆଇଲେ, କାରଣ ବସାଘରେ ସେମାନଙ୍କ ପାଇଁ ସ୍ଥାନ ନ ଥିଲା।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ସେ ଏକ ପୁତ୍ର ସନ୍ତାନ ପ୍ରସବ କଲେ ଓ ତାଙ୍କୁ ଲୁଗାରେ ଗୁଡ଼ାଇ ଗୁହାଳ କୁଣ୍ଡରେ ଶୁଆଇଲେ। କାରଣ ପାନ୍ଥଶାଳାରେ ସେମାନଙ୍କ ରହିବା ନିମନ୍ତେ ସ୍ଥାନ ନ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ସେ ଆପଣା ପ୍ରଥମଜାତ ପୁତ୍ର ପ୍ରସବ କଲେ ଏବଂ ତାହାଙ୍କୁ ଲୁଗାରେ ଗୁଡ଼ାଇ ଗୁହାଳକୁଣ୍ଡରେ ଶୁଆଇଲେ, କାରଣ ବସାଘରେ ସେମାନଙ୍କ ପାଇଁ ସ୍ଥାନ ନ ଥିଲା।

Gade chapit la Kopi

ପବିତ୍ର ବାଇବଲ

7 ସେ ତାହାଙ୍କର ପ୍ରଥମଜାତ ପୁତ୍ର ସନ୍ତାନକୁ ଜନ୍ମ ଦେଲେ। ସେମାନେ ରହିବାକୁ ଚଟିଘରେ ଆଉ ଜାଗା ନ ଥିଲା। ତେଣୁ ମରିୟମ ଶିଶୁଟିକୁ ଲୁଗାପଟାରେ ଗୁଡ଼ାଇ ଗୁହାଳରେ ଗୋରୁ କୁଣ୍ଡରେ ରଖିଦେଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 2:7
16 Referans Kwoze  

କିନ୍ତୁ କାଳ ସମ୍ପୂର୍ଣ୍ଣ ହୁଅନ୍ତେ, ଈଶ୍ୱର ଆପଣା ନିକଟରୁ ନିଜ ପୁତ୍ରଙ୍କୁ ପ୍ରେରଣ କଲେ; ସେ ସ୍ତ୍ରୀଜାତ ହୋଇ ମୋଶାଙ୍କ ବ୍ୟବସ୍ଥାଧୀନ ହେଲେ,


ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ ।


କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ୱାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ ।


କିନ୍ତୁ ସେ ପୁତ୍ର ପ୍ରସବ ନ କରିବା ପର୍ଯ୍ୟନ୍ତ ତାହାଙ୍କ ସହବାସ କଲେ ନାହିଁ, ଆଉ ସେ ପୁତ୍ରଙ୍କ ନାମ ଯୀଶୁ ଦେଲେ ।


ସେଥିରେ ଯୀଶୁ ତାହାକୁ କହିଲେ, କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ ।


ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।


ଏ କି ସେହି ବଢ଼େଇର ପୁଅ ନୁହେଁ ? ଏହାର ମାଁ ନାମ କ'ଣ ମରିୟମ ନୁହେଁ ? ପୁଣି, ଏହାର ଭାଇମାନଙ୍କ ନାଁ କ'ଣ ଯାକୁବ, ଯୋଷେଫ, ଶିମୋନ ଓ ଯିହୂଦା ନୁହେଁ ?


ମାତ୍ର ମୁଁ କୀଟ, ମନୁଷ୍ୟ ନୁହେଁ; ମନୁଷ୍ୟମାନଙ୍କର ନିନ୍ଦାପାତ୍ର ଓ ଲୋକମାନଙ୍କର ଅବଜ୍ଞାତ।


ଏବଂ ପାଖକୁ ଯାଇ ତାହାର କ୍ଷତ ସବୁରେ ତେଲ ଓ ଦ୍ରାକ୍ଷାରସ ଢ଼ାଳି ସେହି ସବୁ ବାନ୍ଧିଦେଲେ, ଆଉ ତାହାକୁ ନିଜ ଗଧ ଉପରେ ବସାଇ ତାହାକୁ ଗୋଟିଏ ପାନ୍ଥଶାଳାକୁ ନେଇଯାଇ ତାହାର ସେବା କଲେ ।


ଏଥିଉତ୍ତାରେ ପଥ ମଧ୍ୟରେ ଉତ୍ତରଣୀୟ ଗୃହରେ ସଦାପ୍ରଭୁ ତାଙ୍କୁ ପାଇ ବଧ କରିବାକୁ ଚେଷ୍ଟା କଲେ।


ମାତ୍ର ଉତ୍ତରିବା ସ୍ଥାନରେ ଜଣେ ଗଧକୁ ଆହାର ଦେବା ନିମନ୍ତେ ପଟ ଫିଟାନ୍ତେ, ଆପଣା ଟଙ୍କା ଦେଖିଲା; କାରଣ ପଟ ମୁହଁରେ ଟଙ୍କା ଥିଲା।


ପୁଣି, ଉତ୍ତରିବା ସ୍ଥାନରେ ଆପଣା ଆପଣା ପଟ ଫିଟାଇ ଦେଖିଲୁ ଯେ, ପ୍ରତି ଜଣର ପଟ-ମୁଖରେ ତାହାର ଟଙ୍କା, ଅର୍ଥାତ୍‍, ପୂର୍ଣ୍ଣ ତୌଲ ଅନୁସାରେ ଆମ୍ଭମାନଙ୍କର ଟଙ୍କା ଅଛି; ତାହା ଆମ୍ଭେମାନେ ହସ୍ତରେ ପୁନର୍ବାର ଆଣିଅଛୁ।


ସେମାନେ ସେହି ସ୍ଥାନରେ ଥିବା ସମୟରେ ତାଙ୍କ ପ୍ରସବ କାଳ ଉପସ୍ଥିତ ହେଲା,


ସେହି ଅଞ୍ଚଳରେ କେତେକ ମେଷପାଳକ ପଦାରେ ରହି ରାତ୍ରିରେ ସେମାନଙ୍କ ମେଷପଲ ଜଗୁଥିଲେ ।


Swiv nou:

Piblisite


Piblisite